ସୁବର୍ଣ୍ଣରେଖାରେ କୌଣସି ଘାଇ ହୋଇ ନାହିଁ: ଜଳସମ୍ପଦ ମନ୍ତ୍ରୀ
ସୁବର୍ଣ୍ଣରେଖାରେ କୌଣସି ଘାଇ ହୋଇ ନାହିଁ । ନଦୀରେ ବନ୍ୟା ଜଳ ସ୍ଥିର ଅଛି । ସଂଧ୍ୟା ସୁଦ୍ଧା ଜଳସ୍ତର କମିବ । ଏନେଇ ସୂଚନା ଦେଇଛନ୍ତି ଜଳସମ୍ପଦ ମନ୍ତ୍ରୀ ଟୁକୁନୀ ସାହୁ ।
ଭୁବନେଶ୍ୱର: ସୁବର୍ଣ୍ଣରେଖାରେ କୌଣସି ଘାଇ ହୋଇ ନାହିଁ । ନଦୀରେ ବନ୍ୟା ଜଳ ସ୍ଥିର ଅଛି । ସଂଧ୍ୟା ସୁଦ୍ଧା ଜଳସ୍ତର କମିବ । ଏନେଇ ସୂଚନା ଦେଇଛନ୍ତି ଜଳସମ୍ପଦ ମନ୍ତ୍ରୀ ଟୁକୁନୀ ସାହୁ । ବନ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି ବୋଲି ସୂଚନା ଦେଇଛନ୍ତି ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ । ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା ।

ସେପଟେ ବୈତରଣୀରେ ଜଳସ୍ତର ବିପଦ ସଙ୍କେତ ଉପରେ ଥିଲେ ବି ତାହା ଧୀରେ ଧୀରେ କମୁଥିବା ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ସୂଚନା ଦେଇଛନ୍ତି । ମୁଣ୍ଡଳୀରେ ବି ମହାନଦୀର ଜଳସ୍ତର ଖସୁଛି । ପୁଣି ୨୩ ତାରିଖରୁ ବର୍ଷା ଆଶଙ୍କା ଥିବାରୁ ପାଣିପାଗ ବିଭାଗର ସବିଶେଷ ଆକଳନ ମିଳିବା ପରେ ଆବଶ୍ୟକ ପ୍ରସ୍ତୁତି ଓ ପଦକ୍ଷେପ ନିଆଯିବ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି ।
SRCଙ୍କ ସୂଚନା ଅନୁଯାୟୀ, ଆଜି ସନ୍ଧ୍ୟା ପର୍ଯ୍ୟନ୍ତ ସୁବର୍ଣ୍ଣରେଖାର ବନ୍ୟା ସ୍ଥିତି ଗମ୍ଭୀର ରହିବାର ଆଶଙ୍କା ଥିବାରୁ ପ୍ରଭାବିତ ଅଞ୍ଚଳ ଗୁଡ଼ିକୁ ଅତିରିକ୍ତ ରେସ୍କ୍ୟୁ ଟିମ୍ ପଠାଯାଇଛି । ଦୁଇ ଜିଲ୍ଲାକୁ NDRF, ଓଡ୍ରାଫ୍ ଓ ଅଗ୍ନିଶମ ବାହିନୀ ସହ ମୋଟ୍ ୪୦ଟି ଅପରେସ୍ନାଲ୍ ଟିମ୍ ଯାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବାଲେଶ୍ୱର ଜିଲ୍ଲାପାଳଙ୍କୁ SRC କ୍ଷମତା ଦିଆଯାଇଛି । ଆବଶ୍ୟକ ସ୍ଥଳେ ଉଦ୍ଧାର କାର୍ଯ୍ୟରେ ସ୍ୱତନ୍ତ୍ର ହେଲିକପ୍ଟରର ବ୍ୟବହାର ପାଇଁ ନିର୍ଦ୍ଦେଶ ଦିଆଯାଇଛି ।












Click it and Unblock the Notifications