ପାର୍ବଣ ଋତୁରେ କଟକରେ ଆଦୟ ହେବନି ଗ୍ରାଉଣ୍ଡ ରେଣ୍ଟ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଚଳିତ ବର୍ଷ ପାର୍ବଣ ସମୟରେ କଟକ ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣଙ୍କ ସାଂସ୍କୃତିକ ଓ ଆଧ୍ୟାତ୍ମିକ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।
ଏହା ଦ୍ୱାରା କଟକ ମହାନଗର ନିଗମ ଅଞ୍ଚଳରେ ପାର୍ବଣ ଋତୁ ସମୟରେ ସରକାରୀ ଜାଗାରେ ସାମୟିକ ଭାବରେ ଆୟୋଜିତ ହେଉଥିବା ବିଭିନ୍ନ ପୂଜା ଉତ୍ସବ ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ ଆଦାୟ କରାଯିବ ନାହିଁ । ଚଳିତ ବର୍ଷ ଆଗାମୀ ଦିନରେ ଦୂର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀ ପୂଜା ଓ କାର୍ତ୍ତିକେଶ୍ୱର ପୂଜା ଆଦି ଅନେକ ପୂଜା ଅନୁଷ୍ଠିତ ହେବାର ଅଛି । ଏସବୁ ପୂଜା ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ କଟକ ମହାନିଗମ ପକ୍ଷରୁ ଆଦାୟ କରାଯିବ ନାହିଁ ।
More From
-
ମାର୍ଚ୍ଚ ଶେଷ ସପ୍ତାହରେ ପ୍ରଳୟ କରିବ କାଳବୈଶାଖୀ -
ନିର୍ବାଚନ ସରିଲେ ବାହାହେବେ ବିଜୟ -
ଘରୋଇ ବସ୍ରେ ଅଗ୍ନିକାଣ୍ଡ, ବିଧାୟକ ମଙ୍ଗୁ ଖିଲଙ୍କ ସମେତ ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର -
ନାଟୋ'କୁ ଭୀରୁ କହି ବର୍ଷିଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍ -
Zomatoରୁ ଖାଇବା ଅର୍ଡର କରିବା ହେଲା ମହଙ୍ଗା, ବଢ଼ିଲା ପ୍ଲାଟଫର୍ମ ଫିସ୍ -
ଓଡ଼ିଆ ଖାଦ୍ୟ ପଖାଳକୁ ମିଳିଲା ଅନ୍ତର୍ଜାତୀୟ ପରିଚୟ -
ଆଜି ପବିତ୍ର ଇଦ୍-ଉଲ୍-ଫିତର୍, ଆଲିଙ୍ଗନ କରି ଜଣାଉଛନ୍ତି ଶୁଭେଚ୍ଛା





Click it and Unblock the Notifications