ବକେୟା ବିଲ୍ ଥିଲେ ବି ବିଦ୍ୟୁତ୍ କାଟ ନୁହେଁ : ଶକ୍ତି ମନ୍ତ୍ରୀଙ୍କ ନିର୍ଦ୍ଦେଶ
ବକେୟା ବିଲ ଥିଲେ ବି ବିଦ୍ୟୁତ୍ କାଟି ପାରିବେ ନାହିଁ ବିତରକ କମ୍ପାନୀ । ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଉପ ମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ କଡ଼ା ନିର୍ଦ୍ଦେଶ । ହିତାଧିକାରୀଙ୍କ ବିଲ୍ ଅର୍ଥ ବାକି ଥିଲେ ମଧ୍ୟ ବିଦ୍ୟୁତ୍ ନ କାଟିବାକୁ କମ୍ପାନିକୁ କହିଛନ୍ତି କେଭି । ପ୍ରଚଣ୍ଡ ଗ୍ରୀଷ୍ମକୁ ଦୃଷ୍ଟିରେ ରଖି ଘରୋଇ ଗ୍ରାହକଙ୍କ କ୍ଷେତ୍ରରେ ବିଲ୍ ଅନାଦେୟ ହେଲେ ମଧ୍ୟ ବିଦ୍ୟୁତ୍ ବିଚ୍ଛିନ୍ନ କରାଯିବ ନାହିଁ । କୌଣସି ଡିସକମ୍ ଦ୍ବାରା କୌଣସି ଅନିର୍ଦ୍ଧାରିତ ବିଦ୍ୟୁତ୍ କାଟ୍ କରାଯିବା ଉଚିତ୍ ନୁହେଁ । ମରାମତି ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ଆବଶ୍ୟକ ହେଲେ ବିଦ୍ୟୁତ୍ କାଟ୍ କରାଯିବ ।













Click it and Unblock the Notifications