ଓଡ଼ିଶାକୁ ନାହିଁ ବାତ୍ୟା ଭୟ:IMD

ଓଡ଼ିଶାକୁ ବାତ୍ୟା ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଥିବାବେଳେ ବୁଧବାର ଏକ ବଡ଼ ସୂଚନା ଦେଇଛି ପାଣିପାଗ ବିଭାଗ। ଏବେ ବାତ୍ୟାର ସୂଚନା ନଥିବା ବିଭାଗ ସ୍ପଷ୍ଟ କରିଛି। ମେ' ୨୩ରୁ ୨୮ ମଧ୍ୟରେ 'ବାତ୍ୟା ଶକ୍ତି' ହେବା ନେଇ କେତେକ ଗଣମାଧ୍ୟମରେ ପ୍ରସାରିତ ଖବରକୁ ଆଇଏମଡି ଦୃଢ ଭାବରେ ଖଣ୍ଡନ କରିଛି। ଏକ ସରକାରୀ ସୂଚନାରେ ଆଇଏମଡି ସ୍ପଷ୍ଟ କରିଛି ଯେ, ମେ ୧୩ ତାରିଖରେ ଆଣ୍ଡାମାନ ସାଗର ଉପରେ କେବଳ ଏକ ଘୂର୍ଣ୍ଣିବଳୟ ଉପସ୍ଥିତି ବିଷୟରେ ରିପୋର୍ଟ କରାଯାଇଥିଲା, ଘୂର୍ଣ୍ଣିଝଡ଼ ନୁହେଁ। ପାଣିପାଗ ଦୃଷ୍ଟିରୁ ଦୁଇଟି ଯାକ ପୃଥକ।

ଆଇଏମଡି ସ୍ପଷ୍ଟୀକରଣ ଦେଇ କହିଛି ଯେ, ବାତ୍ୟା ନେଇ ବିଭାଗ ପକ୍ଷରୁ କୌଣସି ପୂର୍ବାନୁମାନ କରାଯାଇ ନାହିଁ। ପାଣିପାଗ ସ୍ଥିତିକୁ ନେଇ ଆଗକୁ ସୂଚନା ଦିଆଯିବ। କିଛି ନିର୍ଦିଷ୍ଟ ଗଣମାଧ୍ୟମ ଭୁଲ୍‌ ଖବର ପ୍ରଚାର କରି ଲୋକଙ୍କ ମଧ୍ୟରେ ଦ୍ଵନ୍ଦ୍ଵ ସୃଷ୍ଟି କରିବାସହ ଭୟଭୀତ କରାଉଛନ୍ତି। ଏଭଳି ଆନୁମାନିକ କିମ୍ବା ଭୁଲ ଖବର ପ୍ରସାରଣରୁ ନିବୃତ୍ତ ରହିବାକୁ ଗଣମାଧ୍ୟମ ପ୍ଲାଟଫର୍ମଗୁଡ଼ିକୁ ପରାମର୍ଶ ଦେଇଛି ଆଇଏମଡି।

CYCLONE

ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଖରା ଓ ଗୁଳୁଗୁଳି ପ୍ରଭାବ ଜାରି ରହିବ। ଅନ୍ୟପଟେ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି। ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟ୍‌କା ପବନ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ବହିବା ସମ୍ଭାବନା ରହିଛି।

ପୁରୀ, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, କନ୍ଧମାଳ, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, କଳାହାଣ୍ଡି ଓ କଟକ ଜିଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ଏହି ସମସ୍ତ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାରେ ଉଷ୍ମ ଓ ଆର୍ଦ୍ର ଅବସ୍ଥା ପାଇଁ ୟେଲୋ ଓ୍ବାର୍ନିଂ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+