କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ କହିଲେ ସର୍ବୋଚ୍ଚ ଯନ୍ତ୍ରୀ; ବୁଢ଼ାବଳଙ୍ଗ, ବୈତରଣୀ ସମେତ ପ୍ରମୁଖ ନଦୀ ବିପଦ ସଙ୍କେତ ତଳେ
କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ କହିଲେ ସର୍ବୋଚ୍ଚ ଯନ୍ତ୍ରୀ । ବୁଢ଼ାବଳଙ୍ଗ, ବୈତରଣୀ ସମେତ ପ୍ରମୁଖ ନଦୀ ବିପଦ ସଙ୍କେତ ତଳେ।
କେବଳ ଜଳକା ନଦୀ ବିପଦ ସଙ୍କେତ ଉପରେ ଅଛି, କିନ୍ତୁ କମୁଛି । ଆଗାମୀ ୭ ଦିନ ଯାଏଁ ବର୍ଷା ନଥିବାରୁ ସ୍ଥିତିରେ ଆହୁରି ସୁଧାର ଆସିବ । ହୀରାକୁଦ ଜଳସ୍ତର ୯ଟା ସୁଦ୍ଧା ୬୨୬.୩୫ ଫୁଟ୍ ଅଛି । ୪ଟି ଗେଟ୍ ବନ୍ଦ କରାଯାଇଛି, ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି ।
୩ ଲକ୍ଷ ୮୫ ହଜାର କ୍ୟୁସେକ ପ୍ରବେଶ, ୪ ଲକ୍ଷ ୨୪ ହଜାର କ୍ୟୁସେକ ନିଷ୍କାସିତ । କାଲି ମୁଣ୍ଡଳୀରେ ସଂଧ୍ୟା ୬ଟାରେ ୫ ଲକ୍ଷ ୫୦ ହଜାର କ୍ୟୁସେକ ଜଳ ପ୍ରବାହିତ ହେବ ।

ହୀରାକୁଦ ଜଳଭଣ୍ଡାରକୁ ଅଧିକ ଜଳ ପ୍ରବେଶକୁ ଦୃଷ୍ଟିରେ ରଖି ଶୁକ୍ରବାର ୨ଟି ପର୍ଯ୍ୟାୟରେ ହୀରାକୁଦର ୮ଟି ଗେଟ୍ ଖୋଲାଯାଇଥିଲା। ଏଥିସହିତ ମୋଟ ଖୋଲା ଯାଇଥିବା ଗେଟ୍ ସଂଖ୍ୟା ୨୪କୁ ବୃଦ୍ଧି ପାଇଛି। ଗତ ୩ ଦିନ ଧରି ଉପର ମୁଣ୍ଡରେ ବର୍ଷା ଫଳରେ ହୀରାକୁଦ ଜଳସ୍ତର ବଢ଼ିବାରେ ଲାଗିଥିଲା। ଶୁକ୍ରବାର ସକାଳ ୮ଟା ବେଳକୁ ହୀରାକୁଦକୁ ହାରାହାରି ୨ ଲକ୍ଷ ୯୩ ହଜାର ୫୧୨ କ୍ୟୁସେକ୍ ପାଣି ପ୍ରବେଶ କରୁଥିଲା। ତେଣୁ ଜଳସ୍ତର ବଜାୟ ରଖିବାକୁ ସକାଳ ୯ଟାରେ ୪ଟି ଓ ଦିନ ୨ଟାରେ ଆଉ ୪ଟି ଗେଟ୍ ଖୋଲା ଯାଇଥିଲା। ଫଳରେ ହୀରାକୁଦ ବାମପାର୍ଶ୍ବର ୧୬ ଓ ଡାହାଣ ପାର୍ଶ୍ବର ୮ଟିକୁ ମିଶାଇ ମୋଟ ୨୪ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସିତ ହେଉଛି।
ସେହି ସମୟରେ ମହାନଦୀ ତଳମୁଣ୍ଡ ବେଲଗାଁରେ ୧୪ ହଜାର କ୍ୟୁସେକ୍, ପର୍ଥଲାରେ ୩୭ ହଜାର କ୍ୟୁସେକ୍, ଖଇରମାଳରେ ୪ ଲକ୍ଷ ୧୮ ହଜାର କ୍ୟୁସେକ୍, ବରମୂଳରେ ୩ ଲକ୍ଷ ୧୧ ହଜାର କ୍ୟୁସେକ୍ ଓ ମୁଣ୍ଡଳିରେ ୧ ଲକ୍ଷ ୯୬ ହଜାର ୦୨୬ କ୍ୟୁସେକ୍ ଜଳ ପ୍ରବାହିତ ହେଉଥିଲା। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ହୀରାକୁଦ ଉପର ଓ ତଳମୁଣ୍ଡରେ ବର୍ଷା ହ୍ରାସ ପାଇଛି। ଗୁରୁବାର ସକାଳ ୮ଟାରୁ ଶୁକ୍ରବାର ସକାଳ ୮ଟା ମଧ୍ୟରେ ଉପର ମୁଣ୍ଡରେ ୧୧.୧୮ ମିମି ଏବଂ ତଳମୁଣ୍ଡରେ ୬.୮୦ ମିମି ବର୍ଷା ରେକର୍ଡ କରାଯାଇଛି। ୨୪ଟି ଗେଟ୍ ଖୋଲାଯିବାରୁ ସମ୍ବଲପୁର ସହର ଉପକଣ୍ଠ ମାଳତି ନଦୀରେ ମହାନଦୀର ପଛୁଆପାଣି ପଶି ମାଳତି ଗୁଣ୍ଡେରପୁର ପୋଲ ଉପରେ ୨ ଫୁଟ ପାଣି ପ୍ରବାହିତ ହେଉଛି। ଫଳରେ ସମ୍ବଲପୁର-ସୁବର୍ଣ୍ଣପୁରମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ସମ୍ବଲପୁରରୁ ଧମା, ଉଲୁଣ୍ଡା, ସୁବର୍ଣ୍ଣପୁର ଅଭିମୁଖେ ଯାଉଥିବା ଗାଡ଼ି ଗୁଡ଼ିକୁ ମାନେଶ୍ବର ପଟୁ ଯିବାକୁ ପଡ଼ୁଛି।












Click it and Unblock the Notifications