ମଙ୍କିପକ୍ସ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି: ଏସସିବିରେ ଖୋଲାଯାଇଛି ନୋଡାଲ ସେଣ୍ଟର
ମଙ୍କିପକ୍ସ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । କଟକ ଏସସିବିରେ ଖୋଲାଯାଇଛି ନୋଡାଲ ସେଣ୍ଟର । ଏଥିପାଇଁ ସଂକ୍ରମଣ ରୋଗ ବିଭାଗରେ ଦୁଇଟି ବେଡ଼ ସହ ୨ଟି ଆଇସୋଲେସନ କ୍ୟାବିନ ପ୍ରସୁତ ରହିଛି । ମେଡିସିନ ବିଭାଗ ଆଇସିୟୁରେ ୪ଟି ବେଡ୍ ବ୍ୟବସ୍ଥା କରାଯାଇଛି ।
କଟକ: ମଙ୍କିପକ୍ସ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । କଟକ ଏସସିବିରେ ଖୋଲାଯାଇଛି ନୋଡାଲ ସେଣ୍ଟର । ଏଥିପାଇଁ ସଂକ୍ରମଣ ରୋଗ ବିଭାଗରେ ଦୁଇଟି ବେଡ଼ ସହ ୨ଟି ଆଇସୋଲେସନ କ୍ୟାବିନ ପ୍ରସୁତ ରହିଛି । ମେଡିସିନ ବିଭାଗ ଆଇସିୟୁରେ ୪ଟି ବେଡ୍ ବ୍ୟବସ୍ଥା କରାଯାଇଛି ।

ଏସସିବି ମେଡିକାଲ ତରଫରୁ ମେଡିସିନ, ପେଡିଆଟ୍ରିକ,ମାଇକ୍ରୋ ବାୟୋଲୋଜି,ଗାଇନିକ ଓ ସ୍କିନ୍ ବିଭାଗର ଡାକ୍ତରଙ୍କୁ ନେଇ ଏକ ଟିମ୍ ଗଠନ କରାଯାଇଛି । ଆଉଟଡୋର ଓ ଇନଡୋରକୁ ଆସୁଥିବା ସମସ୍ତ ରୋଗୀଙ୍କ ଉପରେ ନଜର ରଖିବା ପାଇଁ ସବୁ ବିଭାଗକୁ ସଜାଗ କରି ଦିଆଯାଇଛି । କୌଣସି ବ୍ୟକ୍ତିଙ୍କଠାରେ ଯଦି ଏହି ରୋଗର କିଛି ଲକ୍ଷଣ ଦେଖାଯାଏ ତେବେ ତୁରନ୍ତ ଟିମକୁ ଅବଗତ କରିବାକୁ କୁହାଯାଇଛି ।
ଏହାଛଡ଼ା କଟକ ଏସସିବି ମେଡିକାଲରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲାଯାଇଛି । ମଙ୍କପକ୍ସ ଆକ୍ରାନ୍ତଙ୍କୁ ସଠିକ ଭାବେ ଚିହ୍ନଟ ଓ ଚିକିତ୍ସା ବ୍ୟବସ୍ଥାକୁ ଗୁରୁତ୍ବ ଦିଆଯାଇଥିବା କହିଛନ୍ତି ମେଡିସନ ବିଭାଗର ବିଭାଗୀୟ ମୁଖ୍ୟ ତଥା ମଙ୍କିପକ୍ସ କମିଟି ଅଧକ୍ଷ ।
ସୂଚନାଯୋଗ୍ୟ, ଦେଶରେ ମଙ୍କିପକ୍ସର ମାମଲା ଧୀରେ ଧୀରେ ମୁଣ୍ଡ ଟେକୁଥିବା ବେଳେ କେନ୍ଦ୍ର ସରକାର ଏହାର ନିୟନ୍ତ୍ରଣ ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି। ମଙ୍କିପକ୍ସ ରୋଗୀ ଏବଂ ସେମାନଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କ ପାଇଁ ନିର୍ଦ୍ଦେଶାବଳି ଜାରି ହୋଇଛି। ସମ୍ପୂର୍ଣ୍ଣ ସୁସ୍ଥ ହେବା ସହ ସମସ୍ତ ଘା ଶୁଖିବା ପର୍ଯ୍ୟନ୍ତ ସଂକ୍ରମିତ ରୋଗୀ ସଙ୍ଗରୋଧରେ ରହିବେ ରୋଗୀ। ତିନି ଥାକିଆ ମାସ୍କ ପିନ୍ଧିବେ। ଶରୀରରେ ହୋଇଥିବା ଘା ଓ ବଥ ଗୁଡିକୁ ଯଥା ସମ୍ଭବ ଘୋଡାଇ ରଖିବା ଉଚିତ । ସଂକ୍ରମିତ ମଙ୍କିପକ୍ସ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ୨୧ ଦିନ ଆଇସୋଲେସନରେ ରହିବେ ବୋଲି ନିର୍ଦ୍ଦେଶାବଳୀ ଜାରି ହୋଇଛି।












Click it and Unblock the Notifications