ପ୍ରକାଶ ପାଇଲା ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି, 27 ରେ ହେବ ନିର୍ବାଚନ
Rajya Sabha Election: ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠାରୁ ନାମାଙ୍କନ ପତ୍ର ଦାଖଲ କରିବେ ପ୍ରାର୍ଥୀ । ଫେବୃଆରୀ 15 ଯାଏଁ ରହିଛି ପାର୍ଥୀପତ୍ର ଦାଖଲର ଶେଷ ତାରିଖ । ପ୍ରାର୍ଥୀ ମାନେ ଫେବୃଆରୀ 16 ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । 20 ଫେବୃଆରୀ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ । ଏହା ପରେ 27 ଫେବୃଆରୀ ସକାଳ 9 ଟା ରୁ 4 ଟା ଯାଏ ଭୋଟ ଗ୍ରହଣ ହେବ । ସେହିଦିନ ଅପରାହ୍ନ 5 ଟାରୁ ଭୋଟ ଗଣତି କରାଯିବ ।

ଓଡ଼ିଶାର ତିନି ରାଜ୍ୟ ସଭା ସିଟ ପାଇଁ ନିର୍ବାଚନ ହେବ । ଆସନ୍ତା ଅପ୍ରେଲ 3 ରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟ କାଳ ସରୁଛି । ଅଶ୍ୱିନୀ ବୈଷ୍ଣବ 2019 ଜୁନ୍ 29ରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ । ସେହିପରି ପ୍ରଶାନ୍ତ ନନ୍ଦ 2016 ଅପ୍ରେଲ 4 ତାରିଖରୁ ରାଜସଭାକୁ ନିର୍ବାଚିତ ହୋଇଥିଲେ । ଅମର ପଟ୍ଟନାୟକ ବିଜେଡି ତରଫରୁ ରାଜ୍ୟସଭାକୁ 2019 ଜୁନ 29 ତାରିଖରେ ଯାଇଥିଲେ । ଏହି 3 ନେତାଙ୍କ କାର୍ଯ୍ୟକାଳ ଆସନ୍ତା ଅପ୍ରେଲ 3 ତାରିଖରେ ଶେଷ ହେବାକୁ ଯାଉଛି । ଓଡ଼ିଶା ସମେତ 15ଟି ରାଜ୍ୟର 56 ଜଣ ସଦସ୍ୟଙ୍କ ପାଇଁ ନିର୍ବାଚନ ହେବ ।
-
ପଶ୍ଚିମ ଏସିଆ ଅସ୍ଥିରତା ମଧ୍ୟରେ ସରକାର ରାଜ୍ୟଗୁଡ଼ିକୁ ଦିଆଯାଇଛି 40,000 କିଲୋଲିଟର ଅତିରିକ୍ତ କିରୋସିନି -
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
ହର୍ମୁଜ୍ ପ୍ରଣାଳୀ ପାର ହୋଇ ମୁମ୍ବାଇ ପହଞ୍ଚିଲା ପ୍ରଥମ ଭାରତୀୟ ତୈଳ ଟ୍ୟାଙ୍କର୍ -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ପୁଣି ଥରେ ଚର୍ଚ୍ଚାରେ ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା -
ଇରାନକୁ ଗୋଟିଏ ଘଣ୍ଟା ମଧ୍ୟରେ ଧ୍ୱଂସ କରିଦେବୁ... ଡୋନାଲ୍ଡ ଟ୍ରମ୍ପ ! -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି -
ଜ୍ଞାନେଶ କୁମାରଙ୍କ ବିରୋଧ: ମହାଭିଯୋଗ ପ୍ରସ୍ତାବରେ କଲେ ସ୍ୱାକ୍ଷର ୧୮୦ ସାଂସଦ -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଅନାସ୍ଥା ଖାରଜ ପରେ ସଂସଦକୁ ସମ୍ବୋଧିତ କଲେ ଓମ୍ ବିର୍ଲା,କହିଲେ ସଂସଦଠାରୁ ଉପରେ ନୁହଁନ୍ତି ବିରୋଧି ଦଳର ନେତା-ପ୍ରଧାନମନ୍ତ୍ରୀ












Click it and Unblock the Notifications