Get Updates
Get notified of breaking news, exclusive insights, and must-see stories!

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ

ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି​​​​​​​ ପ୍ରକାଶ ପାଇଲା । ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ ।​​​​​​​ ମାର୍ଚ୍ଚ ୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ, ୬ ତାରିଖରେ ଯାଞ୍ଚ। । ମାର୍ଚ୍ଚ ୯ ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ।ସେହିପରି ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ, ଅପରାହ୍ଣରେ ହେବ ଭୋଟ୍ ଗଣତି । ​​​​​​​

Rajya Sabha elections

ରାଜ୍ୟସଭା ରେସ୍‌ରେ ଥିବା ଚେହେରାଙ୍କୁ ନେଇ ଏପଟେ ଚର୍ଚ୍ଚା ଜୋର୍, ସେପଟେ ୩ ପ୍ରମୁଖ ଦଳକୁ ଘାରିଛି ବିଭାଜନ ଭୟ । ଅନ୍ତର୍କନ୍ଦଳରେ ଘାରି ହେଉଥିବା ବିଜେଡି ଓ କଂଗ୍ରେସ ହୁଅନ୍ତୁ ଅବା ତୃଣମୂଳରେ ସଂଗଠନ ସଜାଡ଼ି ପାରୁନଥିବା ବିଜେପି, ଆଗକୁ ପୌର ଓ ପଞ୍ଚାୟତ ନିର୍ବାଚନ ଆସୁଥିବାରୁ ୩ଟି ଯାକ ଦଳ ନିଜର ପ୍ରାର୍ଥୀ ନିଷ୍ପତ୍ତିକୁ ନେଇ ହାତେ ମାପି ଚାଖଣ୍ଡେ ଚାଲୁଛନ୍ତି ।

ଗୋଟିଏ ପଟେ ରାଜ୍ୟସଭା ଚତୁର୍ଥ ଆସନକୁ ନେଇ ସରଗରମ ଚର୍ଚ୍ଚା ହେଉଥିବା ବେଳେ, ଅନ୍ୟପଟେ ଦଳ ଭିତରେ ବି ଚାଲିଛି ଛକାପଞ୍ଜା । ପାର୍ଟି ହାଇକମାଣ୍ଡଙ୍କ ଶୁଭଦୃଷ୍ଟି କାହା ଉପରେ ପଡ଼ିବ ଏବଂ କିଏ ଆସନ ହାତେଇବ, ତାକୁ ନେଇ ଚାଲିଛି ରିତିମତ କସରତ । ନିଜର ସମର୍ଥକଙ୍କ ସହ ଲବିରେ ମାତିଛନ୍ତି ସମସ୍ତ ଆଶାୟୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+