ନୂଆପଡ଼ା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ; ଆଜିଠୁ ନାମାଙ୍କନ, ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଆଜିଠୁ ନାମାଙ୍କନ, ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ୨୧ ତାରିଖରେ ନାମାଙ୍କନ ଯାଞ୍ଚ ହେବ । ୨୩ ତାରିଖ ସୁଦ୍ଧା ପ୍ରାର୍ଥୀମାନେ ନିଜ ନାମାଙ୍କନ ପ୍ରତ୍ୟାହାର କରିପାରିବେ । ତା ପରେ ପ୍ରକାଶ ପାଇବ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ।

ନଭେମ୍ବର ୧୧ରେ ହେବ ଭୋଟ । ୧୪ ତାରିଖରେ ଆସିବ ଫଳାଫଳ। ସେପଟେ ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ଲାଗି ପଡ଼ିଛନ୍ତି ନିର୍ବାଚନ ପ୍ରସ୍ତୁତିରେ। ଦିନେ ଦୁଇ ଦିନ ଭିତରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପିଏସିର ପୁଣି ଏକ ବୈଠକ ବସିବ । ସେହି ବୈଠକରେ ସ୍ଥିର ହେବ କାହାକୁ କରାଯିବ ପ୍ରାର୍ଥୀ। ବିଜେପି ମଧ୍ୟ ଏଯାଏ ପ୍ରାର୍ଥୀ ଘୋଷଣା କରିପାରିନି ।

Notification issued for Nuapada by-election

ନୂଆପଡ଼ା ଉପନିର୍ବାଚନ ପାଇଁ ଆଗୁଆ ପ୍ରାର୍ଥୀ ଘୋଷଣା କରିସାରିଛି କଂଗ୍ରେସ । ଘାସିରାମ ମାଝୀ ଦଳର ପ୍ରାର୍ଥୀ ହୋଇଛନ୍ତି । ତେବେ ଏବେ ବି ବିଜେପି ଓ ବିଜେଡିର ପ୍ରାର୍ଥୀ ଘୋଷଣାକୁ ଅପେକ୍ଷା କରାଯାଇଛି । ଜାଣିରଖିବା ଉଚିତ ଯେ, ଘାସିରାମ ମାଝୀଙ୍କୁ ୨୦୨୪ ନିର୍ବାଚନରେ କଂଗ୍ରେସରୁ ଟିକେଟ ନ ମିଳିବାରୁ ସେ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିଥିଲେ, କିନ୍ତୁ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କଠାରୁ ହାରିଯାଇଥିଲେ । ସେ ୫୦ହଜାରରୁ ଅଧିକ ଭୋଟ ପାଇ ଦ୍ବିତୀୟ ସ୍ଥାନରେ ଥିଲେ । ଏବେ କିଛି ଦିନ ପୂର୍ବରୁ ସେ କଂଗ୍ରେସରେ ସାମିଲ ହୋଇଥିଲେ । ଆଉ ଏହାପରେ କଂଗ୍ରେସ ତାଙ୍କୁ ପ୍ରାର୍ଥୀ ଘୋଷଣା କରିଛି ।

ବିଜେପି ଦେବେ ଜୟଙ୍କୁ ଟିକେଟ୍!

ବିଜେଡିରେ ବଡ଼ ଧରଣ ରାଜନୈତିକ ପଟ୍ଟ ପରିବର୍ତ୍ତନ ସହ ବିଜେଡିକୁ ବାଏ ବାଏ କହି ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେପି ଶିବିରରେ ସାମିଲ ହୋଇଛନ୍ତି । ଦୀର୍ଘ ଦିନ ହେଲା ସେ ବିଜେଡି ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ହେଇ ଆସୁଥିଲା । ହେଲେ ଶନିବାର ଦିନ ସେ ବିଜେଡିକୁ ବାଏ ବାଏ କହିବା ସହିତ ମୁଖ୍ୟମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ବିଜେପି ସଭାପତିଙ୍କ ଉପସ୍ଥିତିରେ ପଦ୍ମ ଧରିଛନ୍ତି । ଆଉ ଜୟ ଢୋଲକିଆ ବିଜେପିର ଉପ-ନିର୍ବାଚନ ପ୍ରାର୍ଥୀ ହେବା ଏକପ୍ରକାର ପକ୍କା । ତାଙ୍କୁ ଟିକେଟ୍ ଦେଇ ବିଜେପି ଏଥର ଅନୁକମ୍ପା ଭୋଟକୁ ନିଜ ସପକ୍ଷରେ ନେବାକୁ ଅଙ୍କ କଷୁଛି ।

ବିଜେଡି ପ୍ରାର୍ଥୀ କିଏ?

ଏ ସବୁ ଭିତରେ ଏବେ ସବୁଠୁ ବଡ଼ ପ୍ରଶ୍ନ ହେଉଛି ନୂଆପଡ଼ାରେ ବିଜେଡିର ପ୍ରାର୍ଥୀ କିଏ ହେବ? ରେସରେ ଏବେ ବି ଅନେକ ନେତା ଅଛନ୍ତି, ହେଲେ ବିଜେଡି ସୁପ୍ରିମୋ କାହାକୁ ଭରସା କରୁଛନ୍ତି ତାହା ଉପରେ ସମସ୍ତଙ୍କର ନଜର । ଏହା ପୂର୍ବରୁ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେଡି ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ହେଇ ଆସୁଥିଲା । ହେଲେ ଶେଷ ମୁହୂର୍ତ୍ତରେ କିନ୍ତୁ ସେ ବିଜେପିରେ ସାମିଲ ହୋଇଛନ୍ତି । ତେଣୁ ଜୟଙ୍କ ପରେ ଏବେ ବିଜେଡି ସେଠାରେ କାହାକୁ ଟିକେଟ୍ ଦେଉଛି ତାହା ଉପରେ ସମସ୍ତଙ୍କର ନଜର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+