ପଦ୍ମପୁର ଉପନିର୍ବାଚନ: ପ୍ରାର୍ଥୀପତ୍ର ପ୍ରତ୍ୟାହାର କଲେ ଜଣେ, ଏବେ ମୈଦାନରେ ୧୦ ପ୍ରାର୍ଥୀ

ଆସନ୍ତା ଡିସେମ୍ବର ୫ ତାରିଖରେ ହେବାକୁ ଯାଉଛି ପଦ୍ମପୁର ଉପନିର୍ବାଚନ । ମୋଟ ୧୩ ଜଣ ନାମାଙ୍କନ କରିଥିବା ଯାଞ୍ଚବେଳେ ୨ ଜଣଙ୍କର ନାକଚ ହୋଇଥିଲା। ଜଣେ ପ୍ରାର୍ଥୀ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି ।

ଭୁବନେଶ୍ବର: ଆସନ୍ତା ଡିସେମ୍ବର ୫ ତାରିଖରେ ହେବାକୁ ଯାଉଛି ପଦ୍ମପୁର ଉପନିର୍ବାଚନ । ମୋଟ ୧୩ ଜଣ ନାମାଙ୍କନ କରିଥିବା ଯାଞ୍ଚବେଳେ ୨ ଜଣଙ୍କର ନାକଚ ହୋଇଥିଲା। ଜଣେ ପ୍ରାର୍ଥୀ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି । ଫଳରେ ମୈଦାନରେ ୧୦ ଜଣ ପ୍ରାର୍ଥୀ ରହିଛନ୍ତି । ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ଏସ.କେ ଲୋହାନୀ ସୂଚନା ଦେଇଛନ୍ତି ।

Padmapur Bypoll

ତେବେ ବର୍ତ୍ତମାନ ସମସ୍ତ ପ୍ରାର୍ଥୀମାନେ ପ୍ରଚାରକୁ ଜୋରଦାର କରିଥିବାବେଳେ, ତିନି ପ୍ରମୁଖ ରାଜନୈତିକ ଦଳ ଘରକୁ ଘର ବୁଲି ପ୍ରଚାର କାମ ଜାରି ରଖିଛନ୍ତି । ଡିସେମ୍ବର ୫ ତାରିଖରେ ପଡିବାକୁ ଯାଉଛି ଭୋଟ୍ । ଯାହାର ଫଳାଫଳ ଆସନ୍ତା ଡିସେମ୍ବର ୮ ତାରିଖରେ ଘୋଷଣା କରାଯିବ । ୧୦ ଜଣ ପ୍ରାର୍ଥୀଙ୍କ ନାମ ବାଲାଟ୍ ପେପରରେ ରହିବ । ଯାହାଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨ ଲକ୍ଷ ୫୭ ହଜାର ୪୭୪ ଜଣ ଭୋଟର । ତେବେ ମୋଟ ଭୋଟରଙ୍କ ଭିତରୁ ୧ ଲକ୍ଷ ୨୯ ହଜାର ୪୯୭ ଜଣ ଭୋଟର ପୁରୁଷ ହୋଇଥିବାବେଳେ, ୧ ଲକ୍ଷ ୨୭ ହଜାର ୯୬୫ ଜଣ ମହିଳା ଭୋଟର ରହିଛନ୍ତି । ପଦ୍ମପୁର ଉପ ନିର୍ବାଚନ ପାଇଁ ମୋଟ ୩୧୯ଟି ବୁଥ୍ ରହିଥିବାବେଳେ, ଏହି ସବୁ ବୁଥରେ ଅଢେଇ ଲକ୍ଷରୁ ଅଧିକ ଭୋଟର ୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ।

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏସ.କେ ଲୋହାନୀଙ୍କ ସୂଚନା ଅନୁସାରେ ପଦ୍ମପୁରରେ ୮୦ ବର୍ଷରୁ ଅଧିକ ମୋଟ ୪୩୯୩ ଜଣ ଭୋଟର ଏବଂ ୨୫୫୮ ଜଣ ଦିବ୍ୟାଙ୍ଗ ଭୋଟର ରହିଛନ୍ତି । ତା ସହିତ ୨୮୪ ଜଣ ଭୋଟର ପୋଷ୍ଟାଲ ବାଲାଟ୍ ସାହାଯ୍ୟରେ ମତାଧିକାର ସାବ୍ୟସ୍ତ କରିବେ ବୋଲି ଜଣାପଡିଛି । ପଦ୍ମପୁର ଉପ ନିର୍ବାଚନ ପାଇଁ ୧୧ଟି ପୋଲିଂ ପାର୍ଟି କାମ କରିବେ । ଯେଉଁଥିରେ ଦୁଇ ଜଣ ପୋଲିଂ ଅଫିସର, ଜଣେ ମାଇକ୍ରୋ ଅବଜରଭର, ଜଣେ ଭିଡିଓଗ୍ରାଫର୍ ଏବଂ ଜଣେ ସୁରକ୍ଷା କର୍ମୀ ରହିବେ । ଚଳିତଥର ପଦ୍ମପୁର ଉପ ନିର୍ବାଚନ ଭୋଟ୍ ସକାଳ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ । ଏହି ସମୟ ଭିତରେ ଅଢେଇ ଲକ୍ଷରୁ ଅଧିକ ଭୋଟର ପଦ୍ମପୁରର ନୂଆ ବିଧାୟକ ବାଛିବେ ।

ପଦ୍ମପୁର ଉପ ନିର୍ବାଚନ ପାଇଁ ଗତ ନଭେମ୍ବର ୫ ତାରିଖରୁ ନିର୍ବାଚନ ଆଚାରଣ ବିଧି ଲାଗୁ ଅଛି । ବର୍ତ୍ତମାନ ସୁଦ୍ଧା ନିର୍ବାଚନ ନିର୍ବାଚନ ଆଚାରଣ ବିଧି ଭାଙ୍ଗିଥିବାରୁ ୪୭୭ଟି କେସ୍ ରୁଜୁ ହୋଇଥିବାବେଳେ ୩୬ଟି ଆର୍ମ ଲାଇସେନ୍ସକୁ ଡିପୋଜିଟ୍ କରିଦିଆଯାଇଛି । ଏ ଭିତରେ ପଦ୍ମପୁରରେ ଅବକାରୀ ବିଭାଗର ଚଢାଉ ଜାରି ରହିଛି, ଏ ସମ୍ପର୍କିତ ୧୧୪ଟି କେସ୍ ରୁଜୁ କରାଯାଇଥିବାବେଳେ, ୭୪ ଜଣଙ୍କୁ ଏନେଇ ଗିରଫ କରାଯାଇଛି । ଖାଲି ସେତିକି ନୁହେଁ ୫୯ ଲକ୍ଷ ୪୪ ହଜାର ୬୧୦ ଟଙ୍କା ମୂଲ୍ୟର ବିଭିନ୍ନ ମାଦକ ଦ୍ରବ୍ୟ ଜବତ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+