Get Updates
Get notified of breaking news, exclusive insights, and must-see stories!

ନୂଆଁଖାଇ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

Nuakhai 2022: ନୂଆଁଖାଇ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର । ସବୁଠି ଦେଖିବା ପାଇଁ ମିଳୁଛି ଉତ୍ସାହର ମାହୋଲ । ଏହି ଅବସରରେ ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି । ଓଡ଼ିଶାର ଭାଇଭଉଣୀମାନଙ୍କୁ । ନୂଆଁଖାଇ ଜୁହାର ଜଣାଇବା ସହ କଠିନ ପରିଶ୍ରମ କରି ଦେଶବାସୀଙ୍କୁ ଖାଦ୍ୟ ଯୋଗାଉଥିବା ଚାଷୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ସମାଜ ପ୍ରଗତିର ନୂଆ ଉଚ୍ଚତାରେ ପହଁଚୁ । ନୂଆଁଖାଇରେ ସମସ୍ତଙ୍କ ସୁଖ,ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ।

d

ନୂଆଁଖାଇ ଅବସରରେ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଓଡ଼ିଶାର ସମସ୍ତ ଭାଇ ଭଉଣୀ ତଥା ପଶ୍ଚିମଓଡ଼ିଶାର ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ରାଷ୍ଟ୍ରପତି । ସ୍ନେହ ,ଶ୍ରଦ୍ଧା ଓ ସୌହାର୍ଦ୍ଦ୍ୟର ଅନନ୍ୟ ପର୍ବ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି ଓ ସମୃଦ୍ଧି ଆଣୁ ବୋଲି ଆନ୍ତରିକ କାମନା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ସେହିପରି କେନ୍ଦ୍ର ଶିକ୍ଷା,ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରୀ ଭାଷାରେ ଏକ ଭିଡିଓ ବାର୍ତ୍ତା ଜାରୀ କରି ରାଜ୍ୟବାସୀଙ୍କୁ ଏହି ପବିତ୍ର ଦିବସର ଶୁଭେଚ୍ଛା ଜଣାଇଛନ୍ତି । ସମ୍ବଲପୁରର ଇଷ୍ଟଦେବୀ ମାଆ ସମଲେଇ ଓ ସମସ୍ତ ଆରାଧ୍ୟା ଦେବୀଙ୍କୁ ପ୍ରଣାମ ଜଣାଇ ଭିଡିଓ ବାର୍ତ୍ତାରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ନୂଆଁଖାଇ ହେଉଛି ପରିବାର ଏବଂ ସମାଜ ଭିତରେ ସ୍ନେହ, ଶ୍ରଦ୍ଧା ସହ ଭାଇଚାରା ବଢାଇବାର ଅବସର । ପରିବାର ମଜବୁତ୍ ହେଲେ ସମାଜ ମଜବୁତ୍ ହେବ ଏବଂ ସମାଜ ମଜବୁତ୍ ହେଲେ ଦେଶ ମଜବୁତ ହେବ ଓ ଆଗକୁ ବଢ଼ିବ । ତେଣୁ ନୂଆଁଖାଇରେ ଦେଶକୁ ମଜବୁତ୍ କରିବା ପାଇଁ ସମସ୍ତେ ସଂକଳ୍ପ କରିବା ଦରକାର । ନୂଆଁଖାଇ ଆମର ପରିଚୟ ଓ ଆମର ସଂସ୍କୃତିର ପ୍ରତୀକ । ସମୃଦ୍ଧି ସହ ଖୁସି ଏବଂ ଆନନ୍ଦ ଆଣିଦେଉ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରାର୍ଥନା କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+