ନୂଆଖାଇ ପାଇଁ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ରାଜ୍ୟ ସରକାର
Nuakhai 2024: ଓଡ଼ିଶାର ଗଣ ପର୍ବ ନୂଆଖାଇ ପାଇଁ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଚରଣ ମାଝୀ । ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ତା ପର ଦିନ ସେପ୍ଚେମ୍ବର ୯ ତାରିଖକୁ ମଧ୍ୟ ଛୁଟି ଘୋଷଣା କରାଯାଇଛି । ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ମାଜିଷ୍ଟେରିଆଲ କୋର୍ଟ ଓ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ।

ସୂଚନାଥାଉ ଯେ, ଆସନ୍ତା ସେପ୍ଟେମ୍ବର ୮ରେ ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ ପର୍ବ ପାଳନ କରାଯିବ। ସକାଳ ୯ଟା ୧୨ରୁ ୯ଟା ୨୭ ମଧ୍ୟରେ ମା' ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ। ନବାନ୍ନ ଲାଗି ପରେ ଘରେ ଘରେ ନୂଆ ଖାଇବେ ପଶ୍ଚିମ ଓଡିଶାବାସୀ । ନୂଆଖାଇ ପାଇଁ ପଶ୍ଚିମ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ବିଭିନ୍ନ ଜିଲ୍ଲାରେ ନବାନ୍ନ ଲାଗି ପାଇଁ ଲଗ୍ନ ଧାର୍ଯ୍ୟ ହୋଇସାରିଛି ।












Click it and Unblock the Notifications