ନୂଆପଡ଼ା ଉପନିର୍ବାଚନ: ନାମାଙ୍କନ ଭରିଲେ BJD ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ
ନୂଆପଡା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗୀନୀ ଛୁରିଆ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏହାପୂର୍ବରୁ ସେ ମାଆ ଦୂର୍ଗାଙ୍କର ଦର୍ଶନ କରିଥିଲେ । ଏକ ବିରାଟ ପଟୁଆରରେ ପ୍ରାର୍ଥୀପତ୍ର ଦାଖଲ ପାଇଁ ଯାଇଥିଲେ । ଏହି ସମୟରେ ବିଜେଡିର ବରିଷ୍ଠ ନେତା ଉପସ୍ଥିତ ଥିଲେ ।

ଏହି ଉପନିର୍ବାଚନ ପାଇଁ ବିଜେପିରୁ ଜୟ ଢୋଲକିଆ ଏବଂ କଂଗ୍ରେସରୁ ଘାସୀରାମ ମାଝି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।
ଏହି ଉପନିର୍ବାଚନ ପାଇଁ ୨୦ ତାରିଖ ପର୍ଯ୍ୟନ୍ତ ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ । ଏହାପରେ ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ କରାଯିବ । ଅକ୍ଟୋବର ୨୪ ପୂର୍ବରୁ ନାମାଙ୍କନ ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ ।
ନିର୍ବାଚନ କମିଶନଙ୍କ ଘୋଷଣା ମୁତାବକ ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡା ଉପନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ, ଏବଂ ୧୪ରେ ଭୋଟ ଗଣତି କରାଯାଇ, ଫଳାଫଳ ପ୍ରକାଶ ପାଇବ । ୧୬ତାରିଖ ସୁଦ୍ଧା ସମଗ୍ର ନିର୍ବାଚନ ପ୍ରକ୍ରିୟା ଶେଷ ହେବ । ନୂଆପଡାରେ ୩୫୮ଟି ମତଦାନ କେନ୍ଦ୍ର ରହିଛି । ସବୁ ମତଦାନ କେନ୍ଦ୍ରରେ ୱେବ୍ କାଷ୍ଟିଂ ବ୍ୟବସ୍ଥା କରାଯିବ । ବୁଥ୍ ଭିତରକୁ ମତଦାତାମାନେ ନିଜର ମୋବାଇଲ୍ ଫୋନ୍ ନେଇପାରିବେ ନାହିଁ ।












Click it and Unblock the Notifications