ନୂଆପଡ଼ା ଉପ ନିର୍ବାଚନ: ଆଜି ନାମାଙ୍କନପତ୍ର ଦାଖଲ କରିବେ ନାହିଁ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ

ଆଜି ନାମାଙ୍କନପତ୍ର ଦାଖଲ କରିବେ ନାହିଁ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ। ଆସନ୍ତା ୧୮ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ ଜୟ। ଏନେଇ ସୂଚନା ଦେଲେ ଜୟ ଢୋଲକିଆ। ପ୍ରାର୍ଥୀ ଭାବେ ଜୟ ଢୋଲକିଆଙ୍କ ନାଁ ଘୋଷଣା କରିଛି ବିଜେପି। ଦିବଙ୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ । ଗତ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ମିଶିଥିଲେ ଜୟ ।

Nuapada by-election

ସ୍ବର୍ଗତ ବିଧାୟକ ରାଜେନ୍ଦ୍ର‌ ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ଗତକାଲି ଭାରତୀୟ ଜନତା ପାର୍ଟି (ବିଜେପି)ରେ ଯୋଗ ଦେଇଥିଲେ। ବିଜେପି ଆଜି ତାଙ୍କୁ ଉପନିର୍ବାଚନ ପାଇଁ ଟିକେଟ୍‌ ଦେଇଛି। ଟିକେଟ୍‌ ହାତେଇବା ପୂର୍ବରୁ ଶ୍ରୀ ଢୋଲକିଆ ମଧ୍ୟ ତାଙ୍କ ଲୋକସମ୍ପର୍କ ଅଭିଯାନକୁ ଜୋର୍‌ଦାର କରିଛନ୍ତି। ବାପା ରାଜେନ୍ଦ୍ରଙ୍କ ସମୟରେ ହୋଇଥିବା ପ୍ରମୁଖ କାର୍ଯ୍ୟଗୁଡ଼ିକ ସମ୍ପର୍କରେ ଲୋକଙ୍କୁ ବୁଝାଇବା ସହ ସମର୍ଥନ ହାସଲ ପାଇଁ ଚେଷ୍ଟା କରୁଛନ୍ତି।

ସ୍ନେହାଙ୍ଗିନୀ ଛୁରିଆ ଶିକ୍ଷକତାରୁ ରାଜନୀତିକୁ ଆସିଥିଲେ। ୨୦୧୪ରେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିଲେ। ହସ୍ତତନ୍ତ, ବୟନଶିଳ୍ପ ବିଭାଗ ପାଇଥିଲେ। ସମ୍ବଲପୁର ବିଶ୍ବବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକ ହାସଲ କରିଛନ୍ତି। ଆଡଗାଁ ବାଳିକା ବିଦ୍ୟାଳୟରେ ୧୯୯୫ରେ ଶିକ୍ଷକତା ଆରମ୍ଭ କରିଥିଲେ। ୧୯୯୭ରେ ଚାକିରି ଛାଡ଼ି ରାଜନୀତିକୁ ଆସିଲେ। ପ୍ରଥମ ଥର ପଞ୍ଚାୟତ ନିର୍ବାଚନରେ କ୍ୟାରିୟର ଆରମ୍ଭ କଲେ। ତଲମେଣ୍ଡା ପଞ୍ଚାୟତରୁ ସମିତିସଭ୍ୟ ଭାବେ ଜିତିଲେ। ଜିତିବା ପରେ ଭେଡେନ୍‌ ବ୍ଲକ ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଥିଲେ। ସ୍ନେହାଙ୍ଗିନୀ ଛୁରିଆ ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀରୁ ୨୦୧୪ ଓ ୨୦୧୯ରେ ବିଜୟୀ ହୋଇଥିଲେ। ୨୦୨୪ ନିର୍ବାଚନରେ ୭୦,୫୭୭ ଭୋଟ୍‌ ପାଇଥିଲେ। ସେ ୨୮,୯୧୦ ଭୋଟ୍‌ରେ ପରାସ୍ତ ହୋଇଥିଲେ। କଂଗ୍ରେସ ପ୍ରାର୍ଥୀ ନିହାର ମହାନନ୍ଦଙ୍କ ଠାରୁ ହାରିଥିଲେ।

ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ପରେ ନଭେମ୍ବର ୧୧ ତାରିଖରେ ଦିନ ନୂଆପଡ଼ା ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ କରାଯିବ । ଏହାକୁ ନେଇ ବିଜେପି, ବିଜେଡି ଓ କଂଗ୍ରେସ ଶିବିର ଚଳଚଞ୍ଚଳ ହୋଇଯାଇଛି ।

କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ୨୦୨୪ ସାଧାରଣ ନିର୍ବାଚନରେ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିଥିଲେ । ସେ କଂଗ୍ରେସ ଟିକେଟ୍‌ ପାଇଁ ଦାବିଦାର ଥିଲେ ମଧ୍ୟ ଦଳର ପ୍ରାର୍ଥୀ ହୋଇଥିଲେ ତତ୍‌କାଳୀନ ପିସିସି ସଭାପତି ଶରତ ପଟ୍ଟନାୟକ । ଫଳରେ ଅସନ୍ତୁଷ୍ଟ ଘାସିରାମ ସ୍ବାଧୀନ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଥିଲେ । ‌ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କ ସହ ଘାସିରାମଙ୍କର ହିଁ କଡ଼ା ମୁକାବିଲା ହୋଇଥିଲା। ଘାସିରାମ ୫୦ ହଜାରରୁ ଅଧିକ ଭୋଟ ପାଇ ଦ୍ବିତୀୟ ସ୍ଥାନରେ ରହିଥିଲେ । କଂଗ୍ରେସ ପ୍ରାର୍ଥୀ ତଥା ତତ୍‌କାଳୀନ ପିସିସି ସଭାପତି ଶରତ ପଟ୍ଟନାୟକ ମାତ୍ର ୧୫ହଜାର ଭୋଟ ପାଇ ଚତୁର୍ଥ ସ୍ଥାନରେ ରହିଥିଲେ। ବିଜେପି ପ୍ରାର୍ଥୀ ଅଭିନନ୍ଦନ ପଣ୍ଡା ତୃତୀୟ ସ୍ଥାନରେ ରହିଥିଲେ। ଘାସିରାମ ଏବେ ନୂଆପଡ଼ା ଜିଲ୍ଲା କଂଗ୍ରେସ ସଭାପତି ରହିଛନ୍ତି । ପିସିସି ସଭାପତି ଭକ୍ତଚରଣ ଦାସ ନୂଆପଡ଼ା ଉପନିର୍ବାଚନ ପାଇଁ ଘାସିରାମ ମାଝୀ କଂଗ୍ରେସ ପ୍ରାର୍ଥୀ ହେବେ ବୋଲି ସଙ୍କେତ ଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+