ନୂଆପଡ଼ା ଉପନିର୍ବାଚନ: ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଜୟ ଢୋଲକିଆ , ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭରିବେ ନାମାଙ୍କନ

ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଜୟ ଢୋଲକିଆ । ଅପରାହ୍ନ ୨ଟା ୪୫ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ନାମାଙ୍କନ ପତ୍ର ଦାଖଲ କରିବେ। ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓଙ୍କ ସହ ବହୁ ମନ୍ତ୍ରୀ ଓ ନେତା ବି ଉପସ୍ଥିତ ରହିବେ । ପ୍ରାୟ ୪୦ହଜାରରୁ ଅଧିକ ନେତା ଓ କର୍ମକର୍ତ୍ତାଙ୍କ ସହ ବିରାଟ ରାଲିରେ ଯାଇ ନାମାଙ୍କନପତ୍ର ଦାଖଲ କରିବେ। ନାମାଙ୍କନ ବେଳେ ଶକ୍ତି ପ୍ରଦର୍ଶନ କରିବ ବିଜେପି। ଗତକାଲି ନୂଆପଡ଼ା କୋମନା ବ୍ଲକ ଉଦ୍ୟାନ ବନ୍ଧଠାରେ ବିଜେପିର ବିରାଟ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା ।

ଗତ ୧୧ତାରିଖ ଦିନ ବିଜେପିରେ ସାମିଲ ହୋଇଥିଲେ ଜୟ ଢୋଲକିଆ । ଏହାପରେ ନୂଆପଡା ରାଜନୈତିକ ସମୀକରଣ ପୁରା ବଦଳି ଯାଇଥିଲା । ବିଜେଡିରୁ ଜୟ ଢୋଲକିଆ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ହେବା ପରେ ହଠାତ୍‍ ଜୟ ଢୋଲକିଆ ବିଜେପି ଶିବିରରେ ଦେଖାଦେଇଥିଲେ । ପିତାଙ୍କ ଦେହାନ୍ତ ପରେ ବିଜେପିରେ ସାମିଲ ହେବାରୁ ବିଜେଡି ଜୟଙ୍କୁ ସିଧାସଳଖ ଟାର୍ଗେଟ କରିଥିଲା ।

Nuapada by-election

କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଗତକାଲି ନିଜର ପ୍ରାର୍ଥିପତ୍ର ଦାଖଲ କରିସାରିଥିବା ବେଳେ ବିଜେପିର ପ୍ରାର୍ଥୀ ଜୟ ‌ଢୋଲକିଆ ଆଜି ପ୍ରାର୍ଥିପତ୍ର ଦାଖଲ କରିବେ। ବିଜୁ ଜନତା ଦଳର ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାର୍ଥିପତ୍ର ଦାଖଲ ତାରିଖ ଯଦିଓ ଘୋଷଣା କରାଯାଇ ନାହିଁ, ବିଜେିଡି ଆଜି ନୂଆପଡ଼ାରେ ଏକ ବିଶାଳ ଶୋଭାଯାତ୍ରାର ଆୟୋଜନ କରିବାକୁ ଯାଉଛି।ସ୍ନେହାଙ୍ଗିନୀ ଛୁରିଆ ଶିକ୍ଷକତାରୁ ରାଜନୀତିକୁ ଆସିଥିଲେ। ୨୦୧୪ରେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିଲେ। ହସ୍ତତନ୍ତ, ବୟନଶିଳ୍ପ ବିଭାଗ ପାଇଥିଲେ। ସମ୍ବଲପୁର ବିଶ୍ବବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକ ହାସଲ କରିଛନ୍ତି। ଆଡଗାଁ ବାଳିକା ବିଦ୍ୟାଳୟରେ ୧୯୯୫ରେ ଶିକ୍ଷକତା ଆରମ୍ଭ କରିଥିଲେ। ୧୯୯୭ରେ ଚାକିରି ଛାଡ଼ି ରାଜନୀତିକୁ ଆସିଲେ। ପ୍ରଥମ ଥର ପଞ୍ଚାୟତ ନିର୍ବାଚନରେ କ୍ୟାରିୟର ଆରମ୍ଭ କଲେ। ତଲମେଣ୍ଡା ପଞ୍ଚାୟତରୁ ସମିତିସଭ୍ୟ ଭାବେ ଜିତିଲେ। ଜିତିବା ପରେ ଭେଡେନ୍‌ ବ୍ଲକ ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଥିଲେ। ସ୍ନେହାଙ୍ଗିନୀ ଛୁରିଆ ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀରୁ ୨୦୧୪ ଓ ୨୦୧୯ରେ ବିଜୟୀ ହୋଇଥିଲେ। ୨୦୨୪ ନିର୍ବାଚନରେ ୭୦,୫୭୭ ଭୋଟ୍‌ ପାଇଥିଲେ। ସେ ୨୮,୯୧୦ ଭୋଟ୍‌ରେ ପରାସ୍ତ ହୋଇଥିଲେ। କଂଗ୍ରେସ ପ୍ରାର୍ଥୀ ନିହାର ମହାନନ୍ଦଙ୍କ ଠାରୁ ହାରିଥିଲେ।

ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ପରେ ନଭେମ୍ବର ୧୧ ତାରିଖରେ ଦିନ ନୂଆପଡ଼ା ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ କରାଯିବ। ଏହାକୁ ନେଇ ବିଜେପି, ବିଜେଡି ଓ କଂଗ୍ରେସ ଶିବିର ଚଳଚଞ୍ଚଳ ହୋଇଯାଇଛି।

କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ୨୦୨୪ ସାଧାରଣ ନିର୍ବାଚନରେ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିଥିଲେ। ସେ କଂଗ୍ରେସ ଟିକେଟ୍‌ ପାଇଁ ଦାବିଦାର ଥିଲେ ମଧ୍ୟ ଦଳର ପ୍ରାର୍ଥୀ ହୋଇଥିଲେ ତତ୍‌କାଳୀନ ପିସିସି ସଭାପତି ଶରତ ପଟ୍ଟନାୟକ। ଫଳରେ ଅସନ୍ତୁଷ୍ଟ ଘାସିରାମ ସ୍ବାଧୀନ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଥିଲେ। ‌ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କ ସହ ଘାସିରାମଙ୍କର ହିଁ କଡ଼ା ମୁକାବିଲା ହୋଇଥିଲା। ଘାସିରାମ ୫୦ ହଜାରରୁ ଅଧିକ ଭୋଟ ପାଇ ଦ୍ବିତୀୟ ସ୍ଥାନରେ ରହିଥିଲେ। କଂଗ୍ରେସ ପ୍ରାର୍ଥୀ ତଥା ତତ୍‌କାଳୀନ ପିସିସି ସଭାପତି ଶରତ ପଟ୍ଟନାୟକ ମାତ୍ର ୧୫ହଜାର ଭୋଟ ପାଇ ଚତୁର୍ଥ ସ୍ଥାନରେ ରହିଥିଲେ। ବିଜେପି ପ୍ରାର୍ଥୀ ଅଭିନନ୍ଦନ ପଣ୍ଡା ତୃତୀୟ ସ୍ଥାନରେ ରହିଥିଲେ। ଘାସିରାମ ଏବେ ନୂଆପଡ଼ା ଜିଲ୍ଲା କଂଗ୍ରେସ ସଭାପତି ରହିଛନ୍ତି। ପିସିସି ସଭାପତି ଭକ୍ତଚରଣ ଦାସ ନୂଆପଡ଼ା ଉପନିର୍ବାଚନ ପାଇଁ ଘାସିରାମ ମାଝୀ କଂଗ୍ରେସ ପ୍ରାର୍ଥୀ ହେବେ ବୋଲି ସଙ୍କେତ ଦେଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+