୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ, ଆସନ୍ତାକାଲି ଅପରାହ୍ଣ ୪ଟାରୁ ବନ୍ଦ ହେବ ପ୍ରଚାର
ନୂଆପଡ଼ା : ନୂଆପଡ଼ା ଉପନିର୍ବାଚନ ପାଇଁ କାଲି ଥମିବ ପ୍ରଚାର । ଆସନ୍ତାକାଲି ଅପରାହ୍ଣ ୪ଟାରୁ ପ୍ରଚାର ବନ୍ଦ ଆରମ୍ଭ ହେବ । ଏହା୧୧ ତାରିଖ ସନ୍ଧ୍ୟା ୬ଟା ୩୦ଯାଏ ଜାରି ରହିବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍. ଗୋପାଳନ୍ କହିଛନ୍ତି । ଆସନ୍ତା ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟ ନିଆଯିବ । ଏଥିପାଇଁ ଆସନ୍ତକାଲି ଅପରାହ୍ଣ ୪ଟାରୁ ୪୮ ଘଣ୍ଟିଆ ସାଇଲେନ୍ସ ପିରିୟଡ ଆରମ୍ଭ ହେବ । ଏହି ସମୟରେ ସମସ୍ତ ପ୍ରକାରର ପ୍ରଚାର, ସଭା, ସାଂସ୍କୃତିକ କିମ୍ବା ମନୋରଞ୍ଜନ କାର୍ଯ୍ୟକ୍ରମ ଉପରେ ସମ୍ପୂର୍ଣ୍ଣ ନିଷେଧାଦେଶ ଜାରି ରହିବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି । ଏଥିସହ ଯେଉଁ ରାଜନୈତିକ କର୍ମୀମାନେ ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ବାସିନ୍ଦା କିମ୍ବା ଭୋଟର ନୁହନ୍ତି ସେମାନଙ୍କୁ ପ୍ରଚାର ବନ୍ଦ ସମୟ ଆରମ୍ଭ ହେବା ପୂର୍ବରୁ ନିର୍ବାଚନମଣ୍ଡଳୀ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସେହିପରି ମିଡିଆ କଭରେଜ୍, ଟେଲିଭିଜନ୍ ଓ ଡିଜିଟାଲ୍ ପ୍ଲାଟଫର୍ମରେ ଏବଂ ରାଜନୈତିକ ବିଜ୍ଞାପନ ଉପରେ ମଧ୍ୟ କଟକଣା ଲାଗୁ କରାଯାଇଛି । ସାଇଲେନସ ପିରିୟଡ ୪୮ ଘଣ୍ଟା ମଧ୍ୟରେ କୌଣସି ରାଜନୈତିକ ବିଷୟବସ୍ତୁ ପୋଷ୍ଟ କିମ୍ବା ସେୟାର ନକରିବା ପାଇଁ କୁହାଯାଇଛି । ଉପନିର୍ବାଚନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇ ଛି। ମୁକ୍ତ, ଅବାଧ ଓ ଶାନ୍ତିଶୃଙ୍ଖଳାର ସହ ଉପନିର୍ବାଚନ ପାଇଁ ପୋଲିସ୍ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ୍ ବଳ (CAPF) ମଧ୍ୟ ମୁତୟନ ଅଛନ୍ତି ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications