ଆରପାରିରେ ନୂଆପଡ଼ା ବିଧାୟକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ଆଉ ନାହାନ୍ତି। ଆଜି ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ରାଜେନ୍ଦ୍ର ଢୋଲକିଆଙ୍କୁ ୬୮ ବର୍ଷ ବୟସ ହୋଇଥିଲା।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ରାଜେନ୍ଦ୍ର ନୂଆପଡ଼ା ବିଧାନସଭା ଆସନରୁ ୨୦୦୪ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ି ନିର୍ବାଚିତ ହୋଇଥିଲେ। ୨୦୦୯ ମସିହାରେ ବିଜେଡି ପ୍ରାର୍ଥୀ ହୋଇ ପୁଣି ନିର୍ବାଚିତ ହୋଇଥିଲେ। ୨୦୧୪ରେ ତାଙ୍କ ବିଜୟଧାରାରେ ବ୍ରେକ୍ ଲାଗିଥିଲା। ୨୦୧୪ରେ ରାଜେନ୍ଦ୍ର ଢୋଲକିଆଙ୍କୁ ପରାଜିତ କରି ବରିଷ୍ଠ ବିଜେପି ନେତା ବସନ୍ତ ପଣ୍ଡା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ ଅବଶ୍ୟ ପୁଣି ବିଜେଡି ଟିକେଟରେ ନିର୍ବାଚିତ ହୋଇ ରାଜ୍ୟ ସରକାରଙ୍କ ଯୋଜନା ଓ ସଂଯୋଜନା ବିଭାଗର କ୍ୟାବିନେଟ୍ ମନ୍ତ୍ରୀ ହୋଇଥିଲେ।












Click it and Unblock the Notifications