Get Updates
Get notified of breaking news, exclusive insights, and must-see stories!

ରାଜ୍ୟରେ NCC କ୍ୟାଡେଟ୍‌ ସଂଖ୍ୟା ହେବ ୯୦ ହଜାର; କଟକ, ବ୍ରହ୍ମପୁର ଓ ସମ୍ବଲପୁରରେ ଟ୍ରେନିଂ ସେଣ୍ଟର

୯୦ ହଜାର ହେବ NCC କ୍ୟାଡେଟ୍‌ ସଂଖ୍ୟା । ରାଜ୍ୟରେ NCCର ସମ୍ପ୍ରସାରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା। NCC ମହାନିର୍ଦ୍ଦେଶକଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ। କେନ୍ଦ୍ରୀୟ ବିଦ୍ୟାଳୟ, ନବୋଦୟ ସହ ଅନ୍ୟ ବିଦ୍ୟାଳୟରେ NCC ଶାଖା ପ୍ରତିଷ୍ଠା ହେବ ।

NCC କ୍ୟାଡେଟ୍‌ ସଂଖ୍ୟା ବୃଦ୍ଧି ସହ ୩ଟି ଟ୍ରେନିଂ ସେଣ୍ଟର ମଧ୍ୟ ହେବ । କଟକ, ବ୍ରହ୍ମପୁର ଓ ସମ୍ବଲପୁରରେ ଟ୍ରେନିଂ ସେଣ୍ଟର ହେବ।

ଏନ୍.ସି.ସି. ମହାନିର୍ଦ୍ଦେଶକ ଲେଫ୍‍ଟନାଣ୍ଟ ଜେନେରାଲ ଗୁରୁବୀର ପାଲ୍‍ ସିଂହ ସୋମବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡ଼ିଶାରେ ଏନ୍‍.ସି.ସି.ର ସମ୍ପ୍ରସାରଣ ସମ୍ପର୍କରେ ଆଲୋଚନା କରିଛନ୍ତି ।

ଆଲୋଚନାରୁ ଜଣାଯାଇଛି ଯେ, ଓଡ଼ିଶାରେ ଏନ୍‍.ସି.ସି.ର କାଡେଟ୍‍ ସଂଖ୍ୟା ୬୦ ହଜାର ରହିଛି । ଏହାକୁ ୯୦ ହଜାରକୁ ବୃଦ୍ଧି କରାଯିବ । ଏଥିପାଇଁ କେନ୍ଦ୍ରୀୟ ବିଦ୍ୟାଳୟ, ନବୋଦୟ ବିଦ୍ୟାଳୟ ସହିତ ରାଜ୍ୟର ଅନ୍ୟାନ୍ୟ ବିଦ୍ୟାଳୟରେ ମଧ୍ୟ ଏନ୍‍.ସି.ସି. ଶାଖା ପ୍ରତିଷ୍ଠା କରାଯିବ ।

ରାଜ୍ୟରେ ଏନ୍‍.ସି.ସି. ପିଲାଙ୍କ ଦକ୍ଷତା ବୃଦ୍ଧି ପାଇଁ କଟକ, ବ୍ରହ୍ମପୁର ଓ ସମ୍ୱଲପୁରରେ ତିନୋଟି ଟ୍ରେନିଙ୍ଗ୍ ସେଣ୍ଟର ପ୍ରତିଷ୍ଠା କରାଯିବ । କଟକ ଓ ବ୍ରହ୍ମପୁରରେ ଏଥିପାଇଁ ୫ ଏକର ଲେଖାଏଁ ଜମି ଉପଲବ୍‍ଧ ଥିବାବେଳେ, ସମ୍ୱଲପୁରରେ ଏଥିପାଇଁ ୧୦ ଏକର ଜମି ଯୋଗାଇ ଦିଆଯିବ ।

ଏହା ସହିତ କୋରାପୁଟରେ ଏନ୍‍.ସି.ସି.ର ଗ୍ରୁପ୍‍ ହେଡ୍‍କ୍ୱାଟର୍ସ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଧିକାରୀ ଓ କର୍ମଚାରୀ ମଧ୍ୟ ଯୋଗାଇ ଦିଆଯିବ ।

ଝାରସୁଗୁଡ଼ା ଏୟାରପୋର୍ଟରେ ଏନ୍‍.ସି.ସି. ପିଲାମାନଙ୍କୁ ବିମାନ ଉଡାଣ ପ୍ରଶିକ୍ଷଣ ଦେବାପାଇଁ ମଧ୍ୟ ନିଷ୍ପତ୍ତି କରାଯାଇଛି । ଏଥିପାଇଁ ସେଠାରେ ଏକ ହ୍ୟାଙ୍ଗର ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧.୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏନ୍‍.ସି.ସି. ହେଉଛି ଦେଶର ଏକ ପ୍ରତିଷ୍ଠିତ ସଂସ୍ଥା । ଛାତ୍ର ଓ ଯୁବଶକ୍ତିର ସମ୍ଭାବନାକୁ ବିକଶିତ କରି ଦେଶର ସେବାରେ ନିୟୋଜିତ କରିବା କ୍ଷେତ୍ରରେ ଏହାର ତୁଳନା ନାହିଁ । ତେଣୁ ଓଡ଼ିଶାରେ ଏହି ସଂସ୍ଥାର ସମ୍ପ୍ରସାରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

NCC cadets in odisha

ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଏବଂ ଏନ୍‍.ସି.ସି.ର ଉଚ୍ଚ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

ଏଥିପାଇଁ ଏନ୍‍.ସି.ସି. ପକ୍ଷରୁ ଡାଇରେକ୍ଟର କର୍ଣ୍ଣେଲ ସାଗର ମହାନ୍ତି ଓ ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ ଏନ୍‍.ସି.ସି. ଓ ରାଜ୍ୟ ସରକାର ମଧ୍ୟରେ ସମନ୍ୱୟ ରକ୍ଷା କରି ଏହି ନିଷ୍ପତ୍ତି ଗୁଡ଼ିକର ରୂପାୟନକୁ ତ୍ୱରାନ୍ୱିତ କରିବା ପାଇଁ ସ୍ଥିର ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+