Get Updates
Get notified of breaking news, exclusive insights, and must-see stories!

ରାଜ୍ୟରେ ବଢିଛି ଭୋଟର ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ବଢିଛି ଭୋଟର ସଂଖ୍ୟା । 2024 ନିର୍ବାଚନ ପୂର୍ବରୁ ଶେଷ ଥର ଲାଗି ଭୋଟର ତାଲିକା ସଂଶୋଧନ ପାଇଁ ଆଜିଠାରୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଏ ନେଇ ସାମ୍ୱାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ।

2023 ଡ଼ିସେମ୍ବର 9 ଯାଏଁ ଭୋଟରମାନେ ଆବେଦନ କରିପାରିବେ । 2024 ଜାନୁଆରୀ ପହିଲା ସୁଦ୍ଧା ଯେଉଁମାନଙ୍କର ବୟସ 18 ବର୍ଷ ହୋଇଥିବ ସେମାନଙ୍କର ନାମ ଭୋଟର ତାଲିକାରେ ରହିପାରିବ । ଅନଲାଇନ୍ ଓ ଅଫ ଲାଇନ ରେ ଆବେଦନ ହୋଇପାରିବ । ଅଧିକ ସହାୟତା ପାଇଁ 1905 କୁ କଲ କରିପାରିବେ । ଏଥିପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ଅନଲାଇନରେ ଆବେଦନର ବ୍ୟବସ୍ଥା ହୋଇଛି ।

voter list

ସବୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ବ୍ଲକ, ତହସିଲ ଓ ବୁଥ ସ୍ତରୀୟ ଅଧିକାରୀଙ୍କୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି । 2023 ଜାନୁଆରୀ 5 ରେ ପ୍ରକାଶିତ ଚୂଡ଼ାନ୍ତ ଭୋଟର ତାଲିକା ଅନୁଯାୟୀ, ଓଡ଼ିଶାରେ ବୁଥ ସଂଖ୍ୟା ଥିଲା 37 ହଜାର 606 । ଜିଲ୍ଲାପାଳମାନଙ୍କ ପ୍ରସ୍ତାବ ଆଧାରରେ ବୁଥ ସଂଖ୍ୟା ବଢ଼ି 37 ହଜାର 809 ରେ ପହଞ୍ଚିଛି । ଗତବର୍ଷ ପ୍ରକାଶିତ ଚୂଡ଼ାନ୍ତ ଭୋଟର ତାଲିକା ଅନୁଯାୟୀ, 2023 ଜାନୁଆରୀ ପହିଲା ସୁଦ୍ଧା ରାଜ୍ୟରେ ମୋଟ ଭୋଟର ସଂଖ୍ୟା ଥିଲା 3 କୋଟି 23 ଲକ୍ଷ 52 ହଜାର 119 । ଶେଷ ସଂଶୋଧନ ସୁଦ୍ଧା ରାଜ୍ୟର ଭୋଟର ସଂଖ୍ୟା 3 ଲକ୍ଷ 03 ହଜାର 094 ବା 0.94 ପ୍ରତିଶତ ବଢି 3 କୋଟି 26 ଲକ୍ଷ 55 ହଜାର 213 ରେ ପହଞ୍ଚିଛି ।

ଏବେ ରାଜ୍ୟରେ ପୁରୁଷ-ମହିଳା ଭୋଟର ହାର ବଢ଼ି ପ୍ରତି ହଜାରେ ପୁରୁଷରେ 961 ରୁ ବଢ଼ି 963 ହୋଇଛି । ସୋରଡ଼ା, ହିଞ୍ଜିଳି ଓ ଆସ୍କା ରେ ପୁରୁଷ - ମହିଳା ଭୋଟର ହାର ସର୍ବାଧିକ ବଢ଼ିଛି । ଭୋଟର ତାଲିକା ସଂଶୋଧନରେ ସହାୟତା ଲାଗି ସମସ୍ତ ରାଜନୈତିକ ଦଳକୁ ଜଣେ ଜଣେ ବୁଥ ସ୍ତରୀୟ ଏଜେଣ୍ଟ ଦେବାକୁ ଅନୁରୋଧ କରାଯାଇଛି । ଭୋଟର ତାଲିକା ସଂଶୋଧନକୁ ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ 18 ଜଣ ଆଇଏଏସ୍ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି । ଚଳିତ ଥର ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ, ପ୍ରାଚୀନ ଜନଜାତି ଙ୍କ ଶତ ପ୍ରତିଶତ ନାମ ଭୋଟର ତାଲିକାରେ ପଞ୍ଜିକରଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ ।

ମହିଳା ଓ ଯୁବ ଭୋଟର ଙ୍କୁ ତାଲିକାରେ ଯୋଡ଼ିବାକୁ ଅଧିକ ଫୋକସ ଦିଆଯାଇଛି । ଏବର୍ଷ ର ସଂଶୋଧିତ ତାଲିକା ଅନୁଯାୟୀ ତୃତୀୟ ଲିଙ୍ଗୀ ଭୋଟରଙ୍କ ସଂଖ୍ୟା 3 ହଜାର 224 ରୁ 3 ହଜାର 406 କୁ ବୃଦ୍ଧି ପାଇଛି । ଆସନ୍ତା ସାଧାରଣ ନିର୍ବାଚନ ଲାଗି ଇଭିଏମ୍ , ଭିଭିପାଟ୍ ଆସି ସାରିଛି । ପ୍ରଥମ ପର୍ଯ୍ୟାୟରେ 10 ଟି ଜିଲ୍ଲାରେ ଇଭିଏମ୍ , ଭିଭିପାଟ୍ ଯାଞ୍ଚ ଶେଷ ହୋଇଛି । ଅନ୍ୟ 20 ଟି ଜିଲ୍ଲାରେ ଯାଞ୍ଚ ନଭେମ୍ବର ପହିଲାରୁ ଆରମ୍ଭ ହୋଇ ନଭେମ୍ବର 15 ଭିତରେ ସରିବ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+