Get Updates
Get notified of breaking news, exclusive insights, and must-see stories!

ଆଜି ନୂଆଖାଇ: ଇଷ୍ଟଦେବୀଙ୍କୁ ପୂଜା କରି ନବାନ୍ନ ଖାଇବେ ପଶ୍ଚିମ ଓଡିଶାବାସୀ, ମହକୁଛି ପ୍ରତି ଘର

ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ । ଚାରିଆଡେ ଖୁସିର ମାହୋଲ । ଓଡିଶାର କୃଷି ଭିତ୍ତିକ ଗଣପର୍ବ ନୂଆଖାଇ ପାଳନ ନେଇ ଚାରିଆଡେ ଖୁସିର ମାହୋଲ । ସମସ୍ତେ ଭାରି ଖୁସି । ବଲାଙ୍ଗୀର ହେଉ କି ସମ୍ବଲପୁର ବା ବରଗଡ଼ ଲୋକେ ଏହି ପର୍ବକୁ ଉତ୍ସବ ଭଳି ପାଳନ କରନ୍ତି । ଏହି ନୂଆଖାଇ ଓ ତାର ପରଦିନ ନୂଆଖାଇ ବାସି ପାଳନ କରାଯାଇ ଥାଏ । ଇଷ୍ଟ ଦେବୀଙ୍କ ପାଖରେ ପୂଜା ପରେ ଏହି ପର୍ବ ପାଳନ ହୋଇଥାଏ ।

ନୂଆଁଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ ( ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ ।

କଳାହାଣ୍ଡି ଜିଲ୍ଲାର ଅନେକ ଅଞ୍ଚଳରେ ଏହା ଭାଦ୍ରବ ଶୁକ୍ଳ ଦଶମୀ ତିଥିରେ ପାଳନ କରାଯାଇଥାଏ । ପୂର୍ବାଞ୍ଚଳରେ ଏହା ଆଶ୍ଵିନ ମାସର ମହାଳୟା ତିଥି ଭିତରେ ସମ୍ପନ୍ନ ହେବାର ବିଧାନ ରହିଅଛି । କାରଣ ଏହି ନବାନ୍ନ ପିତୃପୁରୁଷଙ୍କ ପିଣ୍ଡଦାନରେ ବ୍ୟବହୃତ ହୋଇଥାଏ । ଓଡ଼ିଶାର ସାଂସ୍କୃତିକ ପରମ୍ପରାରେ ଅପରପକ୍ଷ (ମହାଳୟା) ପରଠାରୁ ଶ୍ରାଦ୍ଧ ଦେବାର ବ୍ୟବସ୍ଥା ଅଛି ।

Nuukhai today

ଦେଶର ବିଭିନ୍ନ ଅଞ୍ଚଳରେ ତଥା ବିଦେଶରେ ରହୁଥିବା ପଶ୍ଚିମ ଓଡ଼ିଶାର ଲୋକ ନବାନ୍ନ ଦିନ ଘରେ ଉପସ୍ଥିତ ହେବାକୁ ଚେଷ୍ଟା କରିଥାନ୍ତି, ଯେଉଁମାନେ ନିଜ ଭିଟାମାଟିକୁ ଆସି ନ ପାରନ୍ତି, ସେମାନେ ନିଜେ ରହୁଥିବା ଜାଗାରେ ନୂଆଖାଇ ପାଳନ କରିଥାନ୍ତି । ବିଶେଷକରି ସୁରତ, ବିଶାଖାପାଟଣା, ମୁମ୍ବାଇ ଓ ଦିଲ୍ଲୀ ଆଦି ସହରରେ ଏହା ପାଳନ କରାଯାଇଥାଏ ।

ବର୍ଷା ଶେଷ ହେବା ପରେ ଶରତ ଋତୁ ଧରା ପୃଷ୍ଠରେ ଅବତରଣ କରେ। ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ ପରେ ସହଳ ଅମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ଯ୍ୟ କରିଥାଏ। ଚାଷୀ ପ୍ରଥମକରି ମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିବା ହିଁ ପଶ୍ଚିମ ଓଡ଼ିିଶାରେ ନୂଆଁଖାଇ କୁହାଯାଏ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+