ଶ୍ରୀମନ୍ଦିରରେ ଆଜି ଓଢଣ ଷଷ୍ଠୀ, ଶୀତରୁ ରକ୍ଷା ପାଇବା ପାଇଁ ଘୋଡ଼ ଲାଗି ପରିଧାନ କରିବେ ମହାପ୍ରଭୁ
ଆଜି ଶ୍ରୀମନ୍ଦିରରେ ଓଢଣ ଷଷ୍ଠୀ । ମାର୍ଗଶୀର ଶୁକ୍ଳ ଷଷ୍ଠୀ ବା ପ୍ରାବରଣ ଷଷ୍ଠୀରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ଓଢ଼ଣ ଷଷ୍ଠୀ ନୀତି । ଶୀତର ପ୍ରକୋପରୁ ରକ୍ଷା ପାଇବା ପାଇଁ ମହାପ୍ରଭୁ ଘୋଡ଼ ଲାଗି ବା ଶୀତବସ୍ତ୍ର ପରିଧାନ କରିଥାନ୍ତି । ଦରଜି ସର୍ଦ୍ଦାରଙ୍କ ଦ୍ବାରା ପ୍ରସ୍ତୁତ ପତନି, ଗୀତଗୋବିନ୍ଦ ପାଟ ଓ ସୁତାପାଟ ଶୀତବସ୍ତ୍ର ବା ଘୋଡ଼ ପରିଧାନ କରନ୍ତି ମହାପ୍ରଭୁ ।
ପ୍ରତିଦିନ ଭିନ୍ନଭିନ୍ନ ରଙ୍ଗର ଘୋଡ଼ ପରିଧାନ କରିବେ ମହାପ୍ରଭୁ । ଠାକୁରଙ୍କୁ ଘୋଡ଼ଲାଗି କରାଯାଇ ୬ ମୂର୍ତ୍ତି ଅଳଙ୍କାର ଲାଗି କରାଯିବ । ଓଢ଼ଣୀ ଶଷ୍ଠୀ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ । ଘୋଡ ଲାଗି ବେଶ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଏହି ବେଶ ଦର୍ଶନ ଦ୍ୱାରା କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ଵାସ ରହିଛି । ଆଜି ମହାପ୍ରଭୁଙ୍କ ସକାଳଧୂପ ବଢିବା ପରେ ମଇଲମ କରାଯାଇ ଘୋଡଲାଗି କରାଯିବାର ବିଧି ରହିଛି ।

More From
-
Adani Energyର ବଡ଼ ପଦକ୍ଷେପ; ମୁମ୍ବାଇକୁ ମିଳିଲା କ୍ଲିନ୍ ଏନର୍ଜି ବୁଷ୍ଟ, 1000 MW ପାୱାର୍ ଲିଙ୍କ ଚାଲୁ -
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ପାଇଁ ବନ୍ଦ ରହିବ ଜଗା ଦର୍ଶନ -
ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି, ମହାପ୍ରଭୁଙ୍କୁ ଦର୍ଶନ କରିବେ ହଜାର ହଜାର ସଂଖ୍ୟାର ଭକ୍ତ -
ବକେୟା ବିଲ୍ ଥିଲେ ବି ବିଦ୍ୟୁତ୍ କାଟ ନୁହେଁ : ଶକ୍ତି ମନ୍ତ୍ରୀଙ୍କ ନିର୍ଦ୍ଦେଶ -
IPL 2026 : ସନ୍ଧ୍ୟାରେ ବେଙ୍ଗାଲୁରୁ-ଲକ୍ଷ୍ନୌ ଟକ୍କର -
Adani Green Energy Limited ESG ରେଟିଂରେ ନମ୍ବର 1—87.3 ସ୍କୋର ସହ ଦେଶରେ ଶୀର୍ଷରେ -
ଯୁବବର୍ଗଙ୍କ ଆର୍ଥିକ ସଚେତନତା ଓ ଦାୟିତ୍ୱବୋଧତା ସମୃଦ୍ଧ ଓଡ଼ିଶା ଗଠନର ମୂଳଦୁଆ ପକାଇବ : ମୁଖ୍ୟମନ୍ତ୍ରୀ -
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ -
ନୀତିଶ ଯୁଗ’ର ଅନ୍ତ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା -
ଭାରତ ମଧ୍ୟସ୍ଥ ହେଲେ ସ୍ବାଗତ କରିବୁ: ଟ୍ରମ୍ପ -
ଓଭରଲୋଡ୍ ଗାଡ଼ି ଉପରେ କଡ଼ା ନଜର, ଦେବାକୁ ପଡ଼ିବ ୪ ଗୁଣା ଅଧିକ ଟୋଲ୍ ଟ୍ୟାକ୍ସ -
ଖୁବ୍ ଶୀଘ୍ର ସ୍ଲଟ୍ ବୁକିଂ ମାଧ୍ୟମରେ ଆରମ୍ଭ ହେବ ମହାପ୍ରଭୁଙ୍କ ଦର୍ଶନ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା





Click it and Unblock the Notifications