ଭୁବନେଶ୍ୱରରେ ପହଞ୍ଚିଲା ପିଣ୍ଟୁ ନନ୍ଦଙ୍କ ପାର୍ଥିବ ଶରୀର, କାଲି ଶେଷକୃତ୍ୟ

ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କ ପାର୍ଥିବ ଶରୀର ଗୁରୁବାର ରାତିରେ ଭୁବନେଶ୍ୱରରେ ପହଞ୍ଚିଛି । ବର୍ତ୍ତମାନ ଅଭିନେତାଙ୍କ ପାର୍ଥିବ ଶରୀରକୁ ଭୁବନେଶ୍ୱର କିମ୍ସ ଶବଗୃହକୁ ନିଆଯିବ । ଆସନ୍ତାକାଲି ଭୁବନେଶ୍ୱର ବାସଭବନରେ ଶେଷଦର୍ଶନ ପାଇଁ ରହିବ ।

Odia Actor Pintu Nanda

ଭୁବନେଶ୍ୱର: ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କ ପାର୍ଥିବ ଶରୀର ଗୁରୁବାର ରାତିରେ ଭୁବନେଶ୍ୱରରେ ପହଞ୍ଚିଛି । ବର୍ତ୍ତମାନ ଅଭିନେତାଙ୍କ ପାର୍ଥିବ ଶରୀରକୁ ଭୁବନେଶ୍ୱର କିମ୍ସ ଶବଗୃହକୁ ନିଆଯିବ । ଆସନ୍ତାକାଲି ଭୁବନେଶ୍ୱର ବାସଭବନରେ ଶେଷଦର୍ଶନ ପାଇଁ ରହିବ । ଅପରାହ୍ନରେ ପୁରୀ ସ୍ୱର୍ଗଦ୍ୱାରରେ ହେବ ଶେଷକୃତ୍ୟ ।

ଉଲ୍ଲେଖଯୋଗ୍ୟ ଯେ, ଗତକାଲି ରାତି ପ୍ରାୟ ସାଢ଼େ ୧୧ଟାରେ ପିଣ୍ଟୁଙ୍କ ଦେହାନ୍ତ ହୋଇଥିବା ଜଣାପଡ଼ିଛି । ଲିଭର ଟ୍ରାନ୍ସପ୍ଲାଣ୍ଟ ପୂର୍ବରୁ ହାଇଦ୍ରାବାଦର ଯଶୋଦା ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପିଣ୍ଟୁଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୪୫ବର୍ଷ ହୋଇଥିଲା । ପିଣ୍ଟୁଙ୍କର ଯକୃତ ଟ୍ରାନ୍ସପ୍ଲାଣ୍ଟ ହେବାକୁ ଥିବା ବେଳେ ଡୋନର ମିଳି ନଥିଲେ । ଫଳରେ ଚିକିତ୍ସାରେ ବିଳମ୍ବ ହୋଇଥିଲା । ଗତ କିଛିଦିନ ତଳେ ତାଙ୍କୁ ଭୁବନେଶ୍ବରରୁ ଦିଲ୍ଲୀ ସ୍ଥାନାନ୍ତର କରାଯାଇଥିଲା । କିନ୍ତୁ ସେଠାରେ ଲିଭର ଡୋନର ନମିଳିବାରୁ ତାଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଥିଲା ।

ପିଣ୍ଟୁଙ୍କ ବିୟୋଗରେ ସାରା ଓଡିଶା ମର୍ମାହତ । ଜଲିଉଡ୍ ଏବଂ ଓଲିଉଡରେ ଶୋକର ଛାୟା ଖେଳିଯାଇଛି । ତାଙ୍କର ଅଭିନୟ ଏବଂ ପରୋପକାରୀ ମନଭାବ ପାଇଁ ଆଜି ତାଙ୍କୁ ଝରୁଛନ୍ତି ଅନେକ କଳାକାର । ପିଣ୍ଟୁ ନନ୍ଦଙ୍କ ଦେହାନ୍ତରେ ଟ୍ୱିଟ୍ କରି ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଛତିଶଗଡ ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ ।

କହିରଖୁ କି, ପିଣ୍ଟୁ ନନ୍ଦ ବହୁ ବର୍ଷ ହେବ ଓଡିଆ ସିନେମା ଜଗତରେ ସକ୍ରିୟ ରହିଥିଲେ । ଦର୍ଶକ ପିଣ୍ଟୁ ନନ୍ଦଙ୍କୁ କେତେବେଳେ ଖଳନାୟକ, କେତେବେଳେ ସହନାୟକ ପୁଣି କେତେବେଳେ କମେଡିଆନ୍‌ ଚରିତ୍ରରେ ଦେଖିଛନ୍ତି । ପିଣ୍ଟୁ ବିଭିନ୍ନ ସମୟରେ ନାୟକ, ନାୟିକାଙ୍କ ଭାଇ, ଦାଦା ଭଳି ଚରିତ୍ରରେ ବି ନଜର ଆସିଛନ୍ତି । ପିଣ୍ଟୁ ନନ୍ଦ ଓଲିଉଡରେ ୩୦ରୁ ଅଧିକ ସିନେମାରେ ଅଭିନୟ କରିଛନ୍ତି । ତାଙ୍କ ଅଭିନୀତ 'ରାଣ୍ତି ପୁଅ ଅନନ୍ତା' ଦର୍ଶକଙ୍କ ମନକୁ ଛୁଇଁଥିଲା।

ସେହିପରି ଅନ୍ୟ ସିନେମା ଗୁଡିକ ହେଲା 'ଜୟ ଜଗନ୍ନାଥ', 'ବାହୁଡିବେ ମୋ ଜଗା ବଳିଆ', 'ଆଇ ଲଭ ମାଇଁ ଇଣ୍ତିଆ',' ସାଥୀରେ', 'ପ୍ରେମ ପାଇଁ ମହାଭାରତ', 'କଥାଦେଲି ମଥା ଛୁଇଁ', 'ଦୋସ୍ତି','ପ୍ରେମ ଋତୁ ଆସିଲାରେ','ହାତଧରି ଚାଲୁଥା','ରଙ୍ଗ ନମ୍ବର'ଏବଂ 'ଲଭ ଏକ୍ସପ୍ରେସ' ଆଦି ଫିଲ୍ମରେ ଦମଦାର ଅଭିନୟ କରିଛନ୍ତି । ସେ ୧୯୯୬ରେ 'କୋଇଲି 'କଥାଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ପ୍ରବେଶ କରିଥିଲେ । କେବଳ ଫିଲ୍ମ ନୁହେଁ ଅନେକ ଆଲବମରେ ମଧ୍ୟ ସେ ଅଭିନୟ କରିଛନ୍ତି । ଓଡ଼ିଆ ଆଲବମ ଏ ଗଉରା ଗୀତ ପିଣ୍ଟୁଙ୍କୁ ଘରେ ଘରେ ପରିଚିତ କରାଇଥିଲା । ପିଣ୍ଟୁଙ୍କ ପରଲୋକରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳିଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+