ଓଡ଼ିଆ ଖାଦ୍ୟ ପଖାଳକୁ ମିଳିଲା ଅନ୍ତର୍ଜାତୀୟ ପରିଚୟ

ଓଡ଼ିଶାର ପର୍ଯ୍ୟଟନ ବିଭାଗ ଏକ ଐତିହାସିକ ବିଶ୍ୱସ୍ତରୀୟ ସଫଳତା ହାସଲ କରିଛି। ଏକାସାଙ୍ଗରେ ୧,୧୭୪ କିଲୋଗ୍ରାମ ଓଜନର ପଖାଳ ପ୍ରସ୍ତୁତ କରି ଏବଂ ଏକ ବିଶାଳ ପାତ୍ରରେ ପରିବେଷଣ କରି 'ବୃହତ୍ତମ ଫର୍ମେଣ୍ଟେଡ୍ ରାଇସ୍ (ପଖାଳ) ପରିବେଷଣ' ପାଇଁ ଗିନିଜ୍ ୱାର୍ଲ୍ଡ ରେକର୍ଡରେ ସ୍ଥାନ ପାଇଛି।

pakhal

ଏହି ଅସାଧାରଣ କୃତି କେବଳ ଓଡ଼ିଶାର ସମୃଦ୍ଧ ରନ୍ଧନ ଶୈଳୀ ଓ ପରମ୍ପରାକୁ ସମ୍ମାନିତ କରୁନାହିଁ, ବରଂ ଓଡ଼ିଆ ସଂସ୍କୃତି ଓ ଦୈନନ୍ଦିନ ଜୀବନ ସହ ଜଡ଼ିତ ଆମର ପ୍ରିୟ 'ପଖାଳ'କୁ ଆନ୍ତର୍ଜାତୀୟ ସ୍ତରରେ ଏକ ନୂଆ ପରିଚୟ ଦେଇଛି। ଏହି ସଫଳତା ଓଡ଼ିଶାର ଦେଶୀ ଖାଦ୍ୟ ପରମ୍ପରାକୁ ବିଶ୍ୱ ମାନଚିତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ପ୍ରଦାନ କରିଛି। ଏହା ପ୍ରମାଣିତ କରିଛି ଯେ କିଭଳି ପଖାଳ ଭାତ ଏକ ସାଧାରଣ ଖାଦ୍ୟରୁ ଆଜି ସାଂସ୍କୃତିକ ଗର୍ବ ଏବଂ ବିଶ୍ୱସ୍ତରୀୟ ମାନ୍ୟତାର ପ୍ରତୀକ ପାଲଟିଛି।

ସୂଚନାଥାଉକି, ଓଡ଼ିଶାର ପ୍ରମୁଖ ଗ୍ରୀଷ୍ମକାଳୀନ ଖାଦ୍ୟ 'ପଖାଳ'ର ଲୋକପ୍ରିୟତାକୁ ଆହୁରି ବଢାଇବା ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଶୁକ୍ରବାର ଭୁବନେଶ୍ୱର ସ୍ଥିତ ପାନ୍ଥନିବାସ ଠାରେ ରାଜ୍ୟସ୍ତରୀୟ 'ପଖାଳ ପରବ' କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଇଣ୍ଡୋନେସିଆ, ମାଲେସିଆ, ବାହାରିନ, ସିଙ୍ଗାପୁର, ସମେତ ୧୫ ଟି ରାଜ୍ୟରୁ ଆଭାସୀ ମାଧ୍ୟମରେ ଯୋଡି ହୋଇଥିବା ପ୍ରବାସୀ ଓଡ଼ିଆମାନଙ୍କ ସହ କଥା ହୋଇଥିଲେ। ଏହି ଅବସରରେ ବିଶ୍ୱସ୍ତର ଏବଂ ରାଷ୍ଟ୍ରୀୟ ସ୍ତରରେ ଓଡ଼ିଆ ଖାଦ୍ୟର ପ୍ରଚାର ପ୍ରସାର କରୁଥିବା ସେଫ୍ ମାନଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ। ଆଉ ଏହି କାର୍ଯ୍ୟକ୍ରମରେ ହିଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆଜି ୮୫୦ କିଲୋଗ୍ରାମ ଚାଉଳରେ ପ୍ରସ୍ତୁତ ୧୧୭୭ କିଲୋଗ୍ରାମର ପଖାଳ ପ୍ରସ୍ତୁତ କରାଯାଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+