ଓଡ଼ିଆ IPS ହେଲେ ଜାମ୍ମୁକାଶ୍ମୀର ଡିଜିପି
Odia IPS officer Rashmi Ranjan: ଓଡ଼ିଆ ଆଇପିଏସ୍ ରଶ୍ମୀରଞ୍ଜନ ସ୍ୱାଇଁଙ୍କୁ ମିଳିଛି ବଡ଼ ଦାୟିତ୍ୱ, ତାଙ୍କୁ ଜାମ୍ମୁକାଶ୍ମୀରର ନୂଆ ଡିଜିପି ଭାବେ ନିଯୁକ୍ତି ମିଳିଛି । କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି । ତେବେ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବା ନେଇ ସୂଚନା ରହିଛି ।
ସୂଚନା ଅନୁସାରେ, ଓଡ଼ିଆ ପୁଅ ରଶ୍ମୀରଞ୍ଜନ ସ୍ୱାଇଁ ଏହା ପୂର୍ବରୁ ଜାମ୍ମୁକାଶ୍ମୀର ପୋଲିସର ଡିଜିପି ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇ ଆସୁଥିଲେ । ବର୍ତ୍ତମାନ ତାଙ୍କୁ ଡିଜିପି ଭାବେ ନିଯୁକ୍ତି ଦେଇଛନ୍ତି କେନ୍ଦ୍ର ସରକାର ।

ସୂଚନାଥାଉ ଯେ, ୧୯୯୧ ବ୍ୟାଚର ଆଇପିଏସ୍ ଅଫିସର ହେଉଛନ୍ତି ରଶ୍ମୀରଞ୍ଜନ ସ୍ୱାଇଁ । ଜାମ୍ମୁକାଶ୍ମୀରର ଡିଜିପି ହେବା ପୂର୍ବରୁ ସେ ଶ୍ରୀନଗର ଓ ଜମ୍ମୁରେ ଏସଏସପି ଭାବେ କାର୍ଯ୍ୟକରି ସାରିଛନ୍ତି । ୨୦୦୧ରୁ ୨୦୦୩ ପର୍ୟ୍ୟନ୍ତ ସେ ଶ୍ରୀନଗର ଓ ୨୦୦୩ରୁ ୨୦୦୪ ପର୍ୟ୍ୟନ୍ତ ସେ ଜମ୍ମୁରେ ଏସଏସପି ଭାବେ ଦାୟିତ୍ୱରେ ଥିଲେ ।












Click it and Unblock the Notifications