ସିକ୍କିମ ପ୍ରଳୟଙ୍କରୀ ବନ୍ୟାରେ ସହିଦ ହେଲେ ଓଡ଼ିଆ ଯବାନ

ସିକ୍କିମ ପ୍ରଳୟଙ୍କରୀ ବନ୍ୟାରେ ସହିଦ ହେଲେ ଓଡ଼ିଆ ଯବାନ । ଉଦ୍ଧାରକାରୀ ଦଳର ଭିଡିଓ କଲରେ ସହିଦଙ୍କ ମୃତଦେହକୁ ଚିହ୍ନଟ କରିଛନ୍ତି ପରିବାର ଲୋକେ । ସରୋଜ ସହିଦ ହୋଇ ଯାଇଥିବା ନେଇ ତାଙ୍କ ଭାଇ ସୂଚନା ଦେଇଛନ୍ତି।

ଭୁବନ ବ୍ଲକ୍ କାମାକ୍ଷାନଗର ଥାନା ଦିଘି ପଞ୍ଚାୟତ କେନ୍ଦୁଢ଼ିପ ଗାଁର ସହିଦ ସରୋଜ କୁମାର ଦାସଙ୍କ ଅକାଳ ବିୟୋଗ ହୋଇଛି । ଚାରିଆଡ଼େ କାମ ବୋବାଳି । ରାମଚନ୍ଦ୍ର ଦାସଙ୍କ ସାନପୁଅ ହେଉଛନ୍ତି, ହାବିଳଦାର ସରୋଜ କୁମାର ଦାସ ।

odia_jawan

ସରୋଜ ପରିବାରରେ ସବୁଠାରୁ ସାନ ଥିଲେ। ମାତ୍ର ୭ ମାସ ତଳେ ହାତ ଫେବ୍ରୁଆରି ୧୧ ତାରିଖ ସେ କଙ୍କଡ଼ାହାଡ଼ର ଲୋପାମୁଦ୍ରା ଦାସଙ୍କୁ ବିବାହ କରିଛନ୍ତି । ସରୋଜ ୨୦୧୨ ମସିହା ଅକ୍ଟୋବର ୨୧ ତାରିଖରେ ସେନାରେ ସିପାହୀ ଭାବେ ନିଯୁକ୍ତି ପାଇଥିଲେ।

ଅଗଷ୍ଟ ମାସରେ ଘରକୁ ବୁଲିବାକୁ ଆସି ସେପ୍ଟେମ୍ବର ୬ ତାରିଖରେ ସିକିମକୁ ଡ୍ୟୁଟି ପାଇଁ ଯାଇଥିଲେ। ମଙ୍ଗଳବାର ରାତି ୧୦ଟା ବେଳେ ଘରକୁ ଫୋନ୍ କରି ପତ୍ନୀ ଓ ଭାଉଜଙ୍କ ସହ କଥା ହୋଇଥିଲେ ।

ସିକ୍କିମରେ ପ୍ରବଳ ବର୍ଷା ହେଉଥିବାରୁ ଗାଡ଼ି ଭିତରେ ରହିଥିବା କଥା ପରିବାର ଲୋକଙ୍କୁ କହିଥିଲେ ସରୋଜ । ବୁଧବାର ଦିନ ୧୧ଟାରେ ପରିବାର ଲୋକ ଟିଭିରେ ଯବାନଙ୍କ ନିଖୋଜ ଖବର ଦେଖି ତାଙ୍କୁ ଫୋନ କରିଥିଲେ। ହେଲେ ତାଙ୍କ ମୋବାଇଲ୍ ଫୋନ ସୁଇଚ୍ ଅଫ୍ ଥିଲା । ୟୁନିଟ ସହ କଥା ହେବା ପରେ ନିଖୋଜ ଖବର ପାଇଥିବା କହିଥିଲେ ତାଙ୍କ ବଡ଼ ଭାଇ ମନୋଜ ସାହୁ ।

ସିକ୍କିମରେ ଜଳପ୍ରଳୟ । ଏବେ ସୁଦ୍ଧା ୧୪ ଜଣଙ୍କ ମୃତ୍ୟୁ ହେବା ସହ ସେନା ଯବାନଙ୍କ ସମେତ ଏବେ ମଧ୍ୟ ୧୦୨ ଜଣ ନିଖୋଜ ଥିବା ନେଇ ସିକ୍କିମ ସରକାରଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି । ମଙ୍ଗଳବାର ବିଳମ୍ବିତ ରାତିରେ ସିକ୍କିମରେ ପ୍ରକୃତିର ତାଣ୍ତବ ଦେଖିବା ପାଇଁ ମିଳିଥିଲା । ବାଦଲ ଫଟା ବର୍ଷା ଯୋଗୁଁ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଆଜି ମଧ୍ୟ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+