ଆନ୍ଧ୍ରରେ ଓଡ଼ିଆ ଶ୍ରମିକ ମୃତ୍ୟୁ ଘଟଣା:୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆନ୍ଧ୍ରପ୍ରଦେଶର ଏକ ପଥର ଖଣିରେ ଆଜି ପୂର୍ବାହ୍ନରେ ବିସ୍ଫୋରଣ ଘଟିଛି । ଆନ୍ଧ୍ରପ୍ରଦେଶର ବାଲିକୁରୁମା ପଥର ଖଣିରେ ବିସ୍ଫୋରଣ। ଏଥିରେ ୯ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବାବେଳେ ମୃତକଙ୍କ ସଂଖ୍ୟା ବୃଦ୍ଧି ଆଶଙ୍କା କରାଯାଉଛି । ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିର ୭ ଓ ଗଜପତି ଜିଲ୍ଲା ମୋହନାର ୨ ଜଣ ବୋଲି ଜଣାପଡ଼ିଛି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରି ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ସେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ମାଧ୍ୟମରେ ପ୍ରତି ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।

cm mohan majhi

ପୁଲିସ ସୂଚନା ଅନୁସାରେ, ଖଣିରେ କାମ ଚାଲୁଥିବା ସମୟରେ ଏକ ବିଶାଳ ପଥର ଖଣ୍ଡ ଖସି ପଡ଼ିବା ଯୋଗୁଁ ଏହି ଦୁର୍ଘଟଣା ଘଟିଥିଲା। ଆହତମାନଙ୍କୁ ନରସାରାଓପେଟ ସରକାରୀ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି, ଯେଉଁଠାରେ କେତେକଙ୍କ ଅବସ୍ଥା ଗୁରୁତର ରହିଛି। ବପଟ୍‌ଲା ଏସପି ତୁଷାର ଦୁଦୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ଓ ତ୍ରାଣ କାର୍ଯ୍ୟ ତଦାରଖ କରୁଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+