Get Updates
Get notified of breaking news, exclusive insights, and must-see stories!

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୪ ଓଡ଼ିଆ ଶ୍ରମିକ, ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକ ମାନେ ଆଜି ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଥିଲେ । ସେମାନେ ସମସ୍ତେ ଭଲ ଅଛନ୍ତି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସହୃଦୟତା ପାଇଁ ଧନ୍ୟବାଦ୍ ଦେଇଥିଲେ । ପ୍ରତ୍ୟେକ ଶ୍ରମିକଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିୁଛନ୍ତି ମୁଖ୍ୟମନ୍ତ୍ରୀ ।

Naveen patnaik

ଟନେଲ୍ ଭିତରେ ସେମାନଙ୍କ ସଂଘର୍ଷ ପୂର୍ଣ୍ଣ ଜୀବନ ବିଷୟରେ ମଧ୍ୟ ମୁଖ୍ୟମନ୍ତ୍ରୀ ସେମାନଙ୍କ ଠାରୁ ଶୁଣିଥିଲେ । ସେମାନେ ବାସ୍ତବରେ ଜଣେ ଜଣେ ହିରୋ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ପ୍ରତିକୂଳ ପରିସ୍ଥିତିରେ ସେମାନେ ଯେପରି ଜୀବନ ପାଇଁ ସଂଗ୍ରାମ କରି ବିଜୟୀ ହୋଇଛନ୍ତି ତାହା ବାସ୍ତବିକ୍ ପ୍ରେରଣା ଦାୟକ ବୋଲି ସେ କହିଥିଲେ ।

ଯେଉଁ ଶ୍ରମିକ ମାନେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସେମାନେ ହେଲେ ମୟୂରଭଞ୍ଜର ରାଜୁ ନାୟକ, ଧିରେନ୍ ନାୟକ ଓ ବିଶେଶ୍ୱର ନାୟକ ଏବଂ ନବରଙ୍ଗପୁରର ଭଗବାନ ଭତ୍ରା । ସେମାନଙ୍କ ସହିତ ସେମାନଙ୍କ ପରିବାର ଲୋକମାନେ ମଧ୍ୟ ଉପସ୍ଥିତ ଥିଲେ ।

ସୂଚନା ଯୋଗ୍ୟ ଯେ ଶ୍ରୀ ପାଣ୍ଡିଆନ ଗତ କାଲି ସେମାନଙ୍କ ସହ ଭିଡ଼ିଓ ଜରିଆରେ ଆଲୋଚନା କରି ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଥିଲେ । ଏହି ସାକ୍ଷାତ ସମୟରେ ଶ୍ରମ ମନ୍ତ୍ରୀ ଶ୍ରୀ ସାରଦା ପ୍ରସାଦ ନାୟକ ଉପସ୍ଥିତ ଥିଲେ। ମନ୍ତ୍ରୀ ଶ୍ରୀ ନାୟକ ସେମାନଙ୍କ ଉଦ୍ଧାର କାର୍ଯ୍ୟ ସମ୍ପର୍କରେ ଖବର ରଖିବା ପାଇଁ ଉତ୍ତରାଖଣ୍ଡ ଯାଇ ଥିଲେ ଓ ସମସ୍ତଙ୍କୁ ଧରି ଓଡ଼ିଶା ଫେରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+