ପାଳନ ହେବ ଓଡ଼ିଆ ଭାଷା ସପ୍ତାହ, ଶହେ ବର୍ଷ ପୁରୁଣା ବିଦ୍ୟାଳୟକୁ ମିଳିବ ଐତିହ୍ୟ ମାନ୍ୟତା
ଭୁବନେଶ୍ୱର: ମାତୃଭାଷା ଦିବସ ସହ ପ୍ରତି ବର୍ଷ ପାଳନ ହେବ ରାଜ୍ୟସ୍ତରୀୟ ଓଡ଼ିଆ ଭାଷା ସପ୍ତାହ । ଏହା ସହ ଶହେ ବର୍ଷ ପୁରୁଣା ବିଦ୍ୟାଳୟକୁ ମିଳିବ ଐତିହ୍ୟ ବିଦ୍ୟାଳୟ ମାନ୍ୟତା । ଭାଷା ସମ୍ମିଳନୀ ଆୟୋଜନର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା ସମୟରେ ଏହି ନିଷ୍ପତ୍ତି ନିଆଯାଇଛି ।

ଆସନ୍ତା ଫେବୃଆରୀ 3 ରୁ 5 ତାରିଖ ଯାଏଁ ଜନତା ମଇଦାନରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯାଉଛି । ଏହାର ଅବ୍ୟବହିତ ପୂର୍ବରୁ ଓଡ଼ିଆ ଭାଷାର ବହୁଳ ବ୍ୟବହାର ସରକାର ଏମିତି ବହୁ ପଦକ୍ଷେପ ହାତକୁ ନେଇଛନ୍ତି । 5-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍ ଲୋକସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ଭାଷା ସମ୍ମିଳନୀ ଆୟୋଜନର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏହିସବୁ ସୂଚନା ଦିଆଯାଇଛି । ରାଜ୍ୟରେ ଶହେ ବର୍ଷରୁ ପୁରୁଣା 109 ପ୍ରାଥମିକ ବିଦ୍ୟାଳୟ ଏବଂ 45ଟି ଉଚ୍ଚ ବିଦ୍ୟାଳୟକୁ ଐତିହ୍ୟ ଭାବେ ଘୋଷଣା କରାଯିବା ସହ ଉକ୍ତ ବିଦ୍ୟାଳୟରୁ ଉତ୍ତୀର୍ଣ୍ଣ ବରପୁତ୍ରମାନଙ୍କୁ ସମ୍ବର୍ଦ୍ଧନା କରାଯିବାକୁ ଆଜିର ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି ।
ସମ୍ମିଳନୀ ଉପଲକ୍ଷେ ପ୍ରସ୍ତୁତ କରାଯାଉଥିବା 'ଅକ୍ଷର ଭୂମି'କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମିଳନୀର ପ୍ରଥମ ଦିନରେ ଲୋକାର୍ପଣ କରିବେ । ଉକ୍ତ ସମ୍ମିଳନୀ ଅବସରରେ ସମସ୍ତ ବିଦ୍ୟାଳୟ/ଉଚ୍ଚ ବିଦ୍ୟାଳୟ/ ମହାବିଦ୍ୟାଳୟ/ ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ଓଡ଼ିଆ ଭାଷା ସମ୍ପର୍କିତ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବ । ସମ୍ମିଳନୀରେ ଭାଷା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ବିଷୟବସ୍ତୁଗୁଡ଼ିକୁ ନେଇ 16 ଟି ଅଧିବେଶନ ଆୟୋଜନ କରାଯିବ । ଏହା ବାଦ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଏକ ସ୍ୱତନ୍ତ୍ର ଅଧିବେଶନର ଆୟୋଜନ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଲୋକାର୍ପିତ ଲୋଗୋକୁ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକର ପ୍ରମୁଖ ସ୍ଥାନ/ କାନ୍ଥରେ ଚିତ୍ରଣ କରାଯିବ । ଏହି ଲୋଗୋକୁ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ପ୍ରଦାନ କରାଯିବା ସହିତ ସମସ୍ତ ସରକାରୀ ଗାଡ଼ିରେ ଷ୍ଟିକରିଂ କରାଯାଇ ସମ୍ମିଳନୀର ପ୍ରଚାର ପ୍ରସାର କରାଯିବ । ସମ୍ମିଳନୀର ପ୍ରଚାର ପ୍ରସାର ନିମନ୍ତେ ବିଷୟଭିତ୍ତିକ ସଙ୍ଗୀତ ପ୍ରସ୍ତୁତ କରାଯିବ । ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ସମ୍ମିଳନୀର ପ୍ରଚାର ପ୍ରସାର ନିମନ୍ତେ ଆୟୋଜିତ କାର୍ଯ୍ୟକ୍ରମଗୁଡ଼ିକର ସୂଚନା, ଶିକ୍ଷା ଓ ଯୋଗାଯୋଗ ମାଧ୍ୟମରେ ଉଭୟ ମୁଦ୍ରଣ ଓ ବୈଦ୍ୟୁତିକ ଗଣମାଧ୍ୟମର ବ୍ୟବହାର କରାଯିବ ।
ଏହି ଅବସରରେ ମାତୃଭାଷାର ବହୁଳ ବ୍ୟବହାର ନିମନ୍ତେ ବିଭିନ୍ନ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ଓଡ଼ିଆ ଭାଷାର ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ/ସମ୍ବର୍ଦ୍ଧିତ କରାଯିବ । ରାଜ୍ୟ ବାହାରେ ବିଭିନ୍ନ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା କରାଯିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ । ରାଜ୍ୟ ବାହାରେ ଓ ବିଦେଶରେ ରହୁଥିବା ଓଡ଼ିଆମାନଙ୍କୁ ଓଡ଼ିଆ ଶିଖିବା ନିମିତ୍ତ ପୁସ୍ତକ ଯୋଗାଇ ଦିଆଯିବ । ସେମାନଙ୍କୁ ସପ୍ତମ ଶ୍ରେଣୀ ସ୍ତରର ଓଡ଼ିଆ ଉତ୍ତୀର୍ଣ୍ଣ ପ୍ରମାଣପତ୍ର ପ୍ରଦାନ ନିମିତ୍ତ ଏକ ପରୀକ୍ଷା ପ୍ଲାଟଫର୍ମ ମଧ୍ୟ ଉପଲବ୍ଧ କରାଯିବ ।
ଓଡ଼ିଶା ପରିବାର ତରଫରୁ ରାଜ୍ୟ ବାହାରେ ଓ ବିଦେଶରେ ରହୁଥିବା ଓଡ଼ିଆ ସଂଗଠନମାନଙ୍କୁ ଲାଇଭ୍ ୱେବ୍କାଷ୍ଟ୍ ଦ୍ୱାରା ଯୋଡ଼ାଯିବ । ଏଥିସହିତ ସେମାନଙ୍କର ମତାମତକୁ ଗଣମାଧ୍ୟମରେ ପ୍ରକାଶ କରାଯିବା ସହିତ ମତାମତର କ୍ୟାଟଲଗ ମଧ୍ୟ ପ୍ରସ୍ତୁତ କରାଯିବ । ଏହି ସମ୍ମିଳନୀ ଉପଲକ୍ଷେ ସମ୍ମିଳନୀ ସମ୍ବନ୍ଧୀୟ ଆଲୋଚନାଚକ୍ର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମଗୁଡ଼ିକୁ ତଥ୍ୟପୁସ୍ତିକା ମାଧ୍ୟମରେ ପ୍ରକାଶ କରାଯିବ । ଏହି ଅବସରରେ ସମ୍ମିଳନୀ ସ୍ଥଳ ଓ ଭୁବନେଶ୍ୱର ସହରକୁ ଆଲୋକମାଳାରେ ସୁସଜ୍ଜିତ କରାଯିବ । ଉକ୍ତ ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିସନର ଅନୁ ଗର୍ଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଶାସନ ସଚିବ ସୁଜାତା ରାଉତ କାର୍ତ୍ତିକେୟନ, ଅନ୍ୟାନ୍ୟ ବିଭାଗୀୟ ମୁଖ୍ୟ ଓ ବିଭିନ୍ନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକମାନେ ଉପସ୍ଥିତ ଥିଲେ ।
-
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ମିଳୁନି ସିଲିଣ୍ଡର ; ଘରେ ଲୁଚାଇ ରଖିଥିଲେ ୫୫ ଗ୍ୟାସ୍ ସିଲିଣ୍ଡର, ଜବତ କଲା ପ୍ରଶାସନ -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
ପୁଣି ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ, ଅନେକ ମୃତାହତ -
ହର୍ମୁଜ ପ୍ରଣାଳୀ ବନ୍ଦ ରହିବା ଉଚିତ୍- ମୋଜତାବା












Click it and Unblock the Notifications