Get Updates
Get notified of breaking news, exclusive insights, and must-see stories!

ପଣା ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି; ମହାପ୍ରଭୁଙ୍କ ଆଜ୍ଞାମାଳ ଗ୍ରହଣ କରିବେ ହନୁମାନ

ପଣା ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ପାଳନ ହେବ ସ୍ୱତନ୍ତ୍ର ନୀତିକାନ୍ତି । ସେଥିପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ସରିଛି । ସକାଳ ଧୂପ ନୀତି ସରିବା ପରେ ଦକ୍ଷିଣ ଘରେ ଥିବା ଶ୍ରୀ ହନୁମାନଙ୍କୁ ରତ୍ନ ସିଂହାସନକୁ ଅଣାଯାଇ ଶ୍ରୀଜିଉଙ୍କ ଆଜ୍ଞାମାଳ ପ୍ରଦାନ କରାଯିବ ।

ଏହା ପରେ ବିମାନରେ ଶ୍ରୀ ହନୁମାନଙ୍କୁ ପୂର୍ବ ଦ୍ୱାରରେ ଥିବା ହନୁମାନଙ୍କ ନିକଟକୁ ନିଆଯାଇ ପୂଜାର୍ଚ୍ଚନା କରାଯିବା ସହ ଜଗନ୍ନାଥ ବଲ୍ଲଭ ମଠ ଓ ଦରିଆ ମହାବୀରଙ୍କ ନିକଟକୁ ନିଆଯିବ ।

ଆଜି ପରମ୍ପରା ଅନୁଯାୟୀ ପୁରୀର ବିଭିନ୍ନ ଜାଗା ଆଖଡାରେ ମହାବୀରଙ୍କ ପୂଜର୍ଚ୍ଚନା କରାଯାଇ ପଣା ଓ ଛତୁଆ ଭୋଗ ଲାଗି କରାଯିବ । ମଲ୍ଲଯୋଦ୍ଧା ଓ ଯୁବକ ମାନେ ନୂଆବସ୍ତ୍ର ପରିଧାନ କରି ଜାଗା ଆଖଡାରେ କୁସ୍ତି ପ୍ରଦର୍ଶନ କରିବେ ।

shree mandir

ପଣା ସଂକ୍ରାନ୍ତି ଅବସରରେ ଆଜି ଓଡ଼ିଶାର ଘରେ ଘରେ ବୃନ୍ଦାବତୀଙ୍କ ମୂଳରେ ପୂଜାର୍ଚ୍ଚନା କରାଯାଏ । ପଣା ଛତୁଆ ଭୋଗ ହେବା ସହ ବୃନ୍ଦାବତୀଙ୍କ ପାଖରେ ପାଣି ଓ ପଣା ଘଡି ବନ୍ଧାଯାଏ । ଯାହା ବର୍ଷାକୁ ସୂଚାଇଥାଏ । ଏହି ଠେକିକୁ ବସୁନ୍ଧରା ଠେକି ବୋଲି କୁହାଯାଏ । ଦହି, କଦଳୀ, ଛେନା, ନଡ଼ିଆରେ ପ୍ରସ୍ତୁତ ପଣା ତୁଳସୀ ଚଉରା ପାଖରେ ଭୋଗ ଲାଗି କରାଯାଏ ।

ଆଜିର ଦିନକୁ ମହାବିଷୁବ ସଂକ୍ରାନ୍ତି ମଧ୍ୟ କୁହାଯାଏ । ପାଞ୍ଜି ଗଣନାରେ ବିଷୁବ ସଂକ୍ରାନ୍ତିର ଖାସ ବିଶେଷତ୍ୱ ରହିଛି । ଆଜିର ଦିନରେ ସୂର୍ଯ୍ୟ ପୃଥିବୀର ଠିକ୍ ମଧ୍ୟଭାଗରେ ଥିବା ବିଷୁବ ରେଖା ଉପରେ ଅବସ୍ଥିତ ଥାନ୍ତି । ସେହିପରି ଓଡ଼ିଆ ପରମ୍ପରା ଅନୁସାରେ ମହାବିଷୁବ ସଂକ୍ରାନ୍ତିକୁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗଣନା କରାଯାଏ ଏବଂ ଓଡ଼ିଆ ନବବର୍ଷ ଭାବେ ପାଳନ କରାଯାଏ । ବର୍ଷ ଆରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବାଦେବୀଙ୍କ ପାଖରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ସହ ପଣା ଲାଗି କରାଯାଏ ।

ଆଜି ଦିନର ବୈଜ୍ଞାନିକ ଦୃଷ୍ଟି କୋଣ ମଧ୍ୟ ରହିଛି । ଏହି ମାସରେ ସୂର୍ଯ୍ୟକିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବଢିଥାଏ । ଅତ୍ୟଧିକ ଖରାରୁ ଦେହର ତାପମାତ୍ରାକୁ ନିୟନ୍ତ୍ରଣ କରିବା ପାଇଁ ଏହି ଦିନରେ ପଣା ପାନ କରାଯାଏ । ଆଜିର ଦିନରେ ଅନେକ ସ୍ଥାନରେ ବେଲ ପଣା ମଧ୍ୟ ଭୋଗ ଲାଗି କରାଯାଏ । ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ମନ୍ଦିରରେ ବେଲ ପଣା ଏବଂ ଛତୁ ପଣା ଭୋଗ କରାଯାଏ । ସେହିପରି ଆଜିର ଦିନରେ ଖୁସି ବାଣ୍ଟିବା ପାଇଁ ସାହିପଡ଼ିଶା, ବୁନ୍ଧୁବାନ୍ଧବଙ୍କୁ ପଣା ଦିଆଯାଏ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+