ଅନ୍ତିମ ଯାତ୍ରାରେ ରମାକାନ୍ତ: ଆଜି ସ୍ୱର୍ଗଦ୍ୱାରରେ ହେବ ଶେଷକୃତ୍ୟ ହେବ ସମ୍ପନ୍ନ
Odisha News: ବିଶିଷ୍ଟ କବି ରମାକାନ୍ତ ରଥଙ୍କର ଗତକାଲି ୯୧ ବର୍ଷ ବୟସରେ ପରଲୋକ ହୋଇଛି । ଆଜି ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ । ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ କରାଯିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଥିଲେ ।

ଗତକାଲି ୯୧ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ । ଭୁବନେଶ୍ୱରେ ଖାରବେଳନଗର ନିଜ ବାସଭବନରେ ଆଖି ବୁଜିଥିଲେ ରମାକାନ୍ତ ରଥ । ଭୁବନେଶ୍ବର ବାସଭବନରେ ପହଞ୍ଚି ବହୁ ମାନ୍ୟଗଣ୍ୟ ଓ ବିଶିଷ୍ଟ ବ୍ୟକ୍ତି ତାଙ୍କର ଶେଷ ଦର୍ଶନ କରୁଛନ୍ତି । ଆଜି ପୁରୀ ସ୍ବର୍ଗଦ୍ବାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବା ନେଇ ସୂଚନା ରହିଛି ।
ରମାକାନ୍ତ ରଥ ୧୯୩୪ ମସିହା ଡିସେମ୍ବର ୧୩ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ । ସେ ରେଭେନ୍ସା ବିଶ୍ବବିଦ୍ୟାଳୟରୁ ଇଂରାଜୀରେ ସ୍ନାତକୋତ୍ତର ଉତ୍ତୀର୍ଣ୍ଣ ହୋଇଥିଲେ। ୧୯୫୭ ମସିହାରେ ଭାରତୀୟ ପ୍ରଶାସନିକ ସେବାର ଯୋଗ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ ।
ସନ୍ଦିଗ୍ଧ ମୃଗୟା, ସପ୍ତମ ଋତୁ, ସଚିତ୍ର ଅନ୍ଧାର, ଶ୍ରୀରାଧା ପାଇଁ ପରିଚିତ ଥିଲେ ରମାକାନ୍ତ ରଥ। 'ସପ୍ତମ ଋତୁ' ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। 'ସଚିତ୍ର ଅନ୍ଧାର' ପାଇଁ ଶାରଳା ପୁରସ୍କାରରେ ସମ୍ମାନୀତ ହୋଇଥିଲେ ରମାକାନ୍ତ ରଥ ।












Click it and Unblock the Notifications