ଶାସ୍ତୀୟ ଓଡ଼ିଆ ଭାଷା ଦିବସ ପାଳିତ

ଓଡ଼ିଆ ଭାଷା ପ୍ରତିଷ୍ଠାନ, ଭୁବନେଶ୍ୱର ଏବଂ ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ବିଦ୍ୟାଳୟ, ପାରଳାଖେମୁଣ୍ଡି ମିଳିତ ଆନୁକୁଲ୍ୟରେ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ଆଜି ପାରଳାଖେମୁଣ୍ଡି ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ପାଳିତ ହୋଇଛି ।

Odia Shastiya Divas

ଭୁବନେଶ୍ୱର : ଓଡ଼ିଆ ଭାଷା ପ୍ରତିଷ୍ଠାନ, ଭୁବନେଶ୍ୱର ଏବଂ ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ବିଦ୍ୟାଳୟ, ପାରଳାଖେମୁଣ୍ଡି ମିଳିତ ଆନୁକୁଲ୍ୟରେ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ଆଜି ପାରଳାଖେମୁଣ୍ଡି ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ପାଳିତ ହୋଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଯୋଗଦେଇ ଓଡ଼ିଆ ଶାସ୍ତ୍ରୀୟତା ସମ୍ପର୍କରେ ଆଲୋକପାତ କରିଥିଲେ । ମୁଖ୍ୟବକ୍ତା ଡଃ ବୈରାଗୀଚରଣ ପଟ୍ଟନାୟକ ଓଡ଼ିଆ ଭାଷା ଓ ସାହିତ୍ୟକୁ ପାରଳାଖେମୁଣ୍ଡିର ଅବଦାନ ବିଷୟରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ । ପ୍ରଫେସର ପ୍ରେମାନନ୍ଦ ମହାପାତ୍ର ଏହି ଦିବସର ତାତ୍ପର୍ଯ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ପ୍ରଫେସର ଫଣୀନ୍ଦ୍ର ଭୂଷଣ ନନ୍ଦ ପାରଳାଖେମୁଣ୍ଡିର ସାହିତ୍ୟିକ ପରମ୍ପରା ଉପରେ ଗୁରୁତ୍ୱାରୋପ କରିଥିଲେ । କାର୍ଯ୍ୟକ୍ରମରେ ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ଅଜୟ କୁମାର ତ୍ରିପାଠୀ ଅଧ୍ୟକ୍ଷତା କରିଥିଲେ ।

ଏହି ଦିବସ ଉପଲକ୍ଷେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓଡ଼ିଆ ଭାଷାର ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଡଃ ବିଘ୍ନେଶ୍ୱର ମିଶ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+