ବର୍ଷ ବର୍ଷ ଧରି ସ୍କୁଲ ଆସୁ ନଥିଲେ ଏହି ୧୦ ଶିକ୍ଷକ, ଶେଷରେ ବିଦା ହେଲେ
ବର୍ଷ ବର୍ଷ ଧରି ସ୍କୁଲ ଆସୁ ନଥିଲେ ଏହି ୧୦ ଶିକ୍ଷକ । ଦୀର୍ଘଦିନ ଧରି କାର୍ଯ୍ୟରେ ଯୋଗ ଦେଇ ନଥିବାରୁ କାରଣ ଦର୍ଶାଅ ନୋଟିସ୍ ହୋଇଥିଲା। ନୋଟିସର ଉତ୍ତର ଦେଇ ନଥିବାରୁ ୧୦ କନିଷ୍ଠ ଶିକ୍ଷକଙ୍କୁ ବହିଷ୍କୃତ କରାଯାଇଛି। ଜିଲ୍ଲା ଶିକ୍ଷାଧିକାରୀ ମାନସ କୁମାର ଜେନା ସେ
ମାଲକାନଗିରି: ବର୍ଷ ବର୍ଷ ଧରି ସ୍କୁଲ ଆସୁ ନଥିଲେ ଏହି ୧୦ ଶିକ୍ଷକ । ଦୀର୍ଘଦିନ ଧରି କାର୍ଯ୍ୟରେ ଯୋଗ ଦେଇ ନଥିବାରୁ କାରଣ ଦର୍ଶାଅ ନୋଟିସ୍ ହୋଇଥିଲା। ନୋଟିସର ଉତ୍ତର ଦେଇ ନଥିବାରୁ ୧୦ କନିଷ୍ଠ ଶିକ୍ଷକଙ୍କୁ ବହିଷ୍କୃତ କରାଯାଇଛି। ଜିଲ୍ଲା ଶିକ୍ଷାଧିକାରୀ ମାନସ କୁମାର ଜେନା ସେମାନଙ୍କୁ କାର୍ଯ୍ୟରୁ ବହିଷ୍କୃତ କରିଛନ୍ତି ।

କିଏ ୪ ବର୍ଷ ତ କିଏ ୫ ବର୍ଷ ହେଲା ସ୍କୁଲକୁ ଆସୁ ନ ଥିଲେ। ଏ ନେଇ ସେମାନଙ୍କ ନିଜ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରି ନ ଥିବା ବେଳେ ନୋଟିସ୍ ପଠାଇଲେ ତାହାର ଉତ୍ତର ଦେଉ ନ ଥିଲେ। ଏଥିଯୋଗୁ ଉପାନ୍ତ ଅଞ୍ଚଳରେ ରହୁଥିବା ପିଲାଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଥିଲା। ତେଣୁ ଦୀର୍ଘ ଦିନ ଧରି ନିଜ କାର୍ଯ୍ୟରେ ଯୋଗ ଦେଉ ନ ଥିବାରୁ ଏହି ୧୦ ଶିକ୍ଷକଙ୍କୁ ବହିଷ୍କାର କରାଯାଇଛି । ତେବେ ଶିକ୍ଷକଙ୍କର କୌଣସି ପ୍ରତିକ୍ରିୟା ମିଳିପାରିନି।
ଏମାନେ ହେଲେ ମାଲକାନଗିରି ଜିଲ୍ଲା ସଦର ବ୍ଲକର ଏମଭି-୧ ନୂତନ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ନିଳୀମା ଜେନା, ଭୀମାରାଙ୍ଗିନି ପିୟୁପିଏସର ରମେଶ ଚନ୍ଦ୍ର ନାୟକ, ବିଜାପଦର ୟୁପିଏସର ଅରୁଣା ରାଣୀ ବେଉରିଆ, ରାଉଲିଗୁଡା ପିୟୁପିଏସର ସନ୍ତୋଷ କୁମାର ସ୍ବାଇଁ, ବିଜାପଦର ୟୁପିଏସର ଜସମିନ ଦାସ, ଏମଭି-୮୪ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟତ୍ରୀ ଦେବଶ୍ରୀ ବେହେରା, କାଲିମେଳା ବ୍ଲକର ଏମଭି-୯୦ ୟୁପିଏସର ଶିକ୍ଷୟତ୍ରୀ ସାବିତ୍ରୀ ପାତ୍ର, ନାଲାଗୁଣ୍ଠି ପିୟୁପିଏସର ଶିକ୍ଷୟତ୍ରୀ ଜ୍ୟୋତିର୍ମୟୀ ସୁତାର, ଜନ୍ତୁରାଇ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ରଞ୍ଜନ କୁମାର ବେହେରା ଏବଂ ମାଥିଲି ବ୍ଲକର ମେଣ୍ଡକୁଲି ୟୁପିଏସର ଶିକ୍ଷୟତ୍ରୀ ସସ୍ମିତା ସାହୁ ।
-
ନସ ମଙ୍ଗରାଜ ଓ ସୁଲତା ଦେଓଙ୍କୁ ବଡ ଦାୟିତ୍ୱ ଦେଲା ବିଜେଡ଼ି -
ସମ୍ରାଟ ଚୌଧୁରୀ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ହେଲେ ବିଧାୟକ ଦଳ ନେତା -
ଆଲୋଚନା ବିଫଳ ପରେ ବଢ଼ିଲା ଟେନସନ୍, ଇରାନ ବନ୍ଦରକୁ ସାମୁଦ୍ରିକ ପରିବହନ ବନ୍ଦ କରିବ ଆମେରିକା -
୭୮ ବର୍ଷ ବୟସରେ ପାଦ ଥାପିଲା ଭୁବନେଶ୍ୱର, ସମୟ ସହ ବଦଳିଛି.. -
ରାଜ୍ୟରେ ଲାଗୁହେଲା ଓଡ଼ିଶା ସରକାରୀ ବିଶ୍ୱ ବିଦ୍ୟାଳୟ ଅଧିନିୟମ-୨୦୨୬ -
Adani Energyର ବଡ଼ ପଦକ୍ଷେପ; ମୁମ୍ବାଇକୁ ମିଳିଲା କ୍ଲିନ୍ ଏନର୍ଜି ବୁଷ୍ଟ, 1000 MW ପାୱାର୍ ଲିଙ୍କ ଚାଲୁ -
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ପାଇଁ ବନ୍ଦ ରହିବ ଜଗା ଦର୍ଶନ -
ଆଜିଠୁ ଭିତର ରତ୍ନଭଣ୍ଡାରରେ ହେବ ଗଣତିମଣତି -
ଆଜି ଆଶାତାଇଙ୍କ ଶେଷକୃତ୍ୟ -
ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି, ମହାପ୍ରଭୁଙ୍କୁ ଦର୍ଶନ କରିବେ ହଜାର ହଜାର ସଂଖ୍ୟାର ଭକ୍ତ -
ବକେୟା ବିଲ୍ ଥିଲେ ବି ବିଦ୍ୟୁତ୍ କାଟ ନୁହେଁ : ଶକ୍ତି ମନ୍ତ୍ରୀଙ୍କ ନିର୍ଦ୍ଦେଶ -
IPL 2026 : ସନ୍ଧ୍ୟାରେ ବେଙ୍ଗାଲୁରୁ-ଲକ୍ଷ୍ନୌ ଟକ୍କର









Click it and Unblock the Notifications