ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
Odisha Low pressure update :ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ୧୨ ଘଣ୍ଟାରେ ୱେଲମାର୍କଡ୍ ଲୋ ପ୍ରେସରରେ ପରିଣତ ହେବ । ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ଅତିପ୍ରବଳ ତଥା ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ବାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ୧୪ଟି ଜିଲ୍ଲାକୁ ଅରେଞ୍ଜ ଓ ୧୬ ଜିଲ୍ଲାକୁ ୱେଲେ୍ା ୱାର୍ଣ୍ଣିଙ୍ଗ । ପଶ୍ଚିମ-ପଶ୍ଚିମ-ଉତ୍ତର- ଦିଗକୁ ଗତି କରିବାର ସମ୍ଭାବନା । ଉପକୂଳ ଓଡ଼ିଶାରେ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିପାରେ ।
ସୃଷ୍ଟି ହେଲା ଲଘୁଚାପ !!!
୧୨ ଘଣ୍ଟା ମଧ୍ୟରେ ସୁଦୃଶଃ ଲଘୁଚାପ ଏବଂ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତ ରେ ପରିଣତ ହେବା ସମ୍ଭାବନା pic.twitter.com/XDfLdO5iH9
— Meteorological Centre, Bhubaneswar (@mcbbsr) August 13, 2022
ଅନ୍ୟପଟେ ଲଘୁଚାପ ପ୍ରବାବରେ ଟ୍ୱିନ ସିଟିରେ ଆଜି ଦିନ ତମାମ ବର୍ଷା ଲାଗିରହିବ । ପ୍ରବଳ ବର୍ଷା ଯୋଗୁଁ ଟ୍ୱିନ ସିଟିରେ ସହରୀ ବନ୍ୟା ଆଶଙ୍କା କରାଯାଉଛି । ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି । ସେହିଭଳି ଆସନ୍ତା ୧୨ ଘଣ୍ଟାରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଏହା ଅବପାତର ରୂପ ନେବ । ରାଜ୍ୟରେ ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଇଛି ।













Click it and Unblock the Notifications