କ୍ୟାବିନେଟ ନିଷ୍ପତ୍ତି: ୧୮ ପ୍ରସ୍ତାବ ଉପରେ ବାଜିଲା ମୋହର, ଆରମ୍ଭ ହେବ ‘ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ’
ଗତକାଲି (ଗୁରୁବାର) ସଂନ୍ଧ୍ୟାରେ ବସିଥିଲା ରାଜ୍ୟ କ୍ୟାବିନେଟ ବୈଠକ । ଏହି ବୈଠକରେ ୧୮ଟି ପ୍ରସ୍ତାବରେ ଲାଗିଛି ମୋହର ।

ଭୁବନେଶ୍ବର: ଗତକାଲି (ଗୁରୁବାର) ସଂନ୍ଧ୍ୟାରେ ବସିଥିଲା ରାଜ୍ୟ କ୍ୟାବିନେଟ ବୈଠକ । ଏହି ବୈଠକରେ ୧୮ଟି ପ୍ରସ୍ତାବରେ ଲାଗିଛି ମୋହର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟରେ ରାଜ୍ୟ ସ୍ବାର୍ଥ ସମ୍ବଳିତ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ କରିଛି ।
ଓଡ଼ିଶାରେ ଜନଜାତି ସମ୍ପ୍ରଦାୟର ଜୀବିକା ଓ ଭିତ୍ତିଭୂମିକୁ ମଜବୁତ କରିବାକୁ ସରକାର 'ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ' କାର୍ଯ୍ୟକ୍ରମ ଆରମ୍ଭ କରିବେ । ଏହି ଯୋଜନାରେ ପର୍ଯ୍ୟାୟ କ୍ରମେ ସାଢେ ୧୪ ଲକ୍ଷ ଜନଜାତି ପରିବାରକୁ ଚାଷ ଏବଂ ଏ ସମ୍ପର୍କିତ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ । ଏଥିପାଇଁ ଆସନ୍ତା ଆର୍ଥିକ ବର୍ଷରୁ ୨୦୨୫-୨୬ ମଧ୍ୟରେ ୫୦୦ କୋଟି ବିନିଯୋଗ କରିବେ ସରକାର । ଜନଜାତି ହିତାଧିକାରୀଙ୍କ ଆୟ ବଢାଇବାକୁ ଉନ୍ନତମାନର ମଞ୍ଜି, ସାର ଓ ଜଳସେଚନ ସୁବିଧା ସୃଷ୍ଟି କରାଯିବ । ଏ ସଂପର୍କିତ ପ୍ରସ୍ତାବରେ କ୍ୟାବିନେଟ ମୋହର ମାରିଛି ।
ରାଜ୍ୟରେ କଣ୍ଟ୍ରୋଲ ଡିଲର ମାନଙ୍କର ଲାଇସେନସକୁ ବର୍ଷେ ବୃଦ୍ଧି କରାଯାଇଛି । ଯେଉଁ ଡିଲର ମାନଙ୍କ ବିରୁଦ୍ଧରେ କୌଣସି ଅଭିଯୋଗ ନାହିଁ , ସାଧାରଣ ବଣ୍ଟନ ବ୍ୟବସ୍ଥାର ପରିଚାଳନା ପାଇଁ ସେମାନଙ୍କ ଲାଇସେନ୍ସକୁ ଆସନ୍ତା ୨୦୧୪ ମାର୍ଚ୍ଚ ୨୪ ଯାଏଁ ସରକାର ବୃଦ୍ଧି କରାଇଛନ୍ତି ।
ରାଜ୍ୟରେ ସ୍ବଳ୍ପ ସଞ୍ଚୟ କାର୍ଯ୍ୟକ୍ରମକୁ ବ୍ୟାପକ କରାଇବା ଏବଂ ଡିବିଟି ନଗଦ ବିହୀନ କାରବାର ଓ ଡିଜିଟାଲ ବ୍ୟୟ ବ୍ୟବସ୍ଥାର ବ୍ୟାପକ ପ୍ରଚାର ପ୍ରସାର ପାଇଁ କ୍ୟାଡର ପୁର୍ନଃଗଠନ କରାଯିବ । ଏହି ପ୍ରସ୍ତାବକୁ କ୍ୟାବିନେଟ୍ ଦେଇଛି ସବୁଜ ସଙ୍କେତ । ବ୍ୟକ୍ତିଗତ ଆପାର୍ଟମେଣ୍ଟର ମାଲିକାନା ପ୍ରଦାନ ନିମନ୍ତେ ରାଜ୍ୟ ସରକାର ଆଇନ ପ୍ରଣୟନ କରିଛନ୍ତି । ମାତ୍ର ଏ ଆଇନରେ ଅନେକ ତ୍ରୁଟି ଥିବାରୁ ସରକାର ନୂଆ ନିୟମ ପ୍ରଣୟନ କରିବେ , ପ୍ରସ୍ତାବିତ ଆଇନରେ ସମସ୍ତଙ୍କ ସ୍ବାର୍ଥକୁ ଗୁରୁତ୍ବ ମିଳିବା ସହ ଆପାର୍ଟମେଣ୍ଟ ମାଲିକଙ୍କ ସମ୍ପର୍କରେ ସ୍ପଷ୍ଟ ପ୍ରାବଧାନ ରହିବ ।
ଓଡ଼ିଶା ମୁଖ୍ୟ ବିଭାଗୀୟ ଦପ୍ତର ଅଧିକାରୀ ଓ ସହାୟକ ନିଯୁକ୍ତି ନିୟମାବଳୀରେ ସଂଶୋଧନ କରାଯିବ । ଏହି ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ କରିବା ଦ୍ବାରା ଏଣିକି ନୂଆ ବ୍ୟବସ୍ଥାରେ ପଦନ୍ମୋତି ମିଳିବ । ବାସଗୃହ ପ୍ରକଳ୍ପ ପାଇଁ ଲିଜ୍ ସୂତ୍ରରେ ଆବଣ୍ଟିତ ଜମି ଓ ପିପିଟି ମୋଡରେ ବିକଶିତ ପ୍ରକଳ୍ପ ସହ ଓଡ଼ିଶା ରାଜ୍ୟ ହାଉସିଂବୋର୍ଡ ଏବଂ ଉନ୍ନୟନ କତୃପକ୍ଷ ସପକ୍ଷରେ ଲିଜ୍ ହୋଇଥିବା ଜମିର ଫ୍ରି ହୋଲ୍ଡ ସିତିକୁ ରୂପାନ୍ତର କରାଯିବ । ଏହାଦ୍ବାରା ଆବଣ୍ଟନ ଗ୍ରାହୀ ମାନେ ପାଇଥିବା ଘରକୁ ଭୋଗ ଦଖଲ କରିପାରିବେ । କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ହେବେ ନାହିଁ ।
ଭାରତ ସରକାରଙ୍କ ଆଇଆରଟିଏସରୁ ମନୋଜ କୁମାର ମିଶ୍ରଙ୍କ ଇସ୍ତଫା ପରେ ତାଙ୍କୁ ରାଜ୍ୟ ସରକାର ପ୍ରମୁଖ ଶାସନ ସଚିବ ପାହ୍ୟାରେ ନିଯୁକ୍ତି ଦେଇଛନ୍ତି । ଏହାକୁ କ୍ୟାବିନେଟ୍ ଅନୁମୋଦନ କରିଛି ।
ସେହିଭଳି ପଞ୍ଚାୟତରାଜ୍ ଓ ପାନୀୟଜଳ ବିଭାଗରେ ସରକାର ୩୧୪ଟି ଦ୍ବିତୀୟ ଶ୍ରେଣୀ ପଦବୀକୁ ଉଚ୍ଛେଦ କରିବେ । ୧୦୩ଟି ପ୍ରଥମ ଓ ଦ୍ବିତୀୟ ଶ୍ରେଣୀ ପଦ ସୃଷ୍ଟି ହେବ । ଓଡ଼ିଶା ସରକାରଙ୍କ ବନ୍ଦୋବସ୍ତ ଓ ଚକବନ୍ଦୀ ସଂସ୍ଥାର ୧୦୫ ଠିକା କର୍ମଚାରୀଙ୍କୁ ସର୍ବନିମ୍ନ ଅବସରକାଳୀନ ପ୍ରାପ୍ୟ ବା ପାରିବାରିକ ଅବସରକାଳୀନ ପ୍ରାପ୍ୟ ପ୍ରଦାନ କରାଯିବ । ସହରୀକରଣ ଓ ସହରାଞ୍ଚଳ ବିକାଶ ନିମନ୍ତେ ଚାଷଜମିକୁ ଅଣଚାଷ ଉଦ୍ଦେଶ୍ୟରେ କିସମ ପରିବର୍ତ୍ତନ ସମ୍ପୂର୍ଣ୍ଣ ଦେୟମୁକ୍ତ ରହିବ।
ଓଡ଼ିଶା ପଞ୍ଚାୟତରାଜ୍ ଯାନ୍ତ୍ରିକସେବା ନିଯୁକ୍ତି ନିୟମାବଳୀରେ ସଂଶୋଧନ କରାଯିବ । ପଞ୍ଚାୟତରଜା କ୍ୟାଡରର ସହକାରୀ ନିର୍ବାହୀ ଯନ୍ତ୍ରୀ ଗ୍ରେଡକୁ ପଦନ୍ମୋତି ମିଳିବ । ଆହୁରି ସମବାୟ ସେବାରେ କାର୍ଯ୍ୟରତ ଅଧିକାରୀମାନଙ୍କ ସେବା ସର୍ତ୍ତାବଳୀକୁ ସଂଗଠିତ ଓ ପଦନ୍ମୋତିକୁ ତ୍ବରାନ୍ବିତ କରିବା ପାଇଁ ସମବାୟ ସେବା ନିୟମରେ ସଂଶୋଧିତ କରାଯିବ ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications