Get Updates
Get notified of breaking news, exclusive insights, and must-see stories!

ଅଙ୍ଗନବାଡି କେନ୍ଦ୍ରକୁ ଉନ୍ନୀତ ହେଲା ୨୮୩୬ ମିନି ଅଙ୍ଗନବାଡି କେନ୍ଦ୍ର

ଭୁବନେଶ୍ୱର: ରାଜ୍ୟର ୨୮୩୬ ମିନି ଅଙ୍ଗନବାଡି କୁ ଉନ୍ନୀତ କରାଯାଇ ଅଙ୍ଗନବାଡି କେନ୍ଦ୍ରରେ ରାଜ୍ୟ ସରକାର ପରିଣତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କୀତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଶିଶୁ ଓ ମହିଳା ମାନଙ୍କ ସ୍ବାସ୍ଥ୍ୟ ଓ ସଚେତନତା ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ବ ଦେଇ ଆସିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

Anganwadi

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ 74154 ଅଙ୍ଗନବାଡି କେନ୍ଦ୍ର ମଧ୍ୟରୁ 10416 ମିନି ଅଙ୍ଗନବାଡି ଥିଲା । ତନ୍ମଧ୍ୟରୁ 2836 ମିନି ଅଙ୍ଗନବାଡି ଏବେ ଉନ୍ନୀତ ହେଲା ।

ଏହାସହିତ ଏହି ଅଙ୍ଗନବାଡି କେନ୍ଦ୍ର ଗୁଡିକର ବିଭିନ୍ନ କାର୍ଯ୍ୟ ପରିଚାଳନା ପାଇଁ ଯଥା - ଔଷଧ, ଆସବାବପତ୍ର ଓ ପ୍ରଶାସନିକ ଖର୍ଚ୍ଚ ତୁଲାଇବା ପାଇଁ ଅଧିକ ପାଣ୍ଠିର ବ୍ୟବସ୍ଥା ମଧ୍ୟ କରାଯିବ । ଏଥିପାଇଁ ସାରା ରାଜ୍ୟରେ ୧୧୪ଟି ସୁପର ଭାଇଜର ପଦବୀ ସୃଷ୍ଟି କରାଯାଇଛି । ଏହି ଅପଗ୍ରେଡେସନ ସହିତ ପ୍ରତ୍ୟେକ ଅଙ୍ଗନବାଡି କେନ୍ଦ୍ରରେ ଅଙ୍ଗନବାଡି କର୍ମୀଙ୍କୁ (Anganwadi Worker) ସହାୟତା କରିବା ପାଇଁ ଜଣେ ଜଣେ ଅଙ୍ଗନବାଡି ସହାୟକ (Anganwadi Helper) ନିଯୁକ୍ତ କରାଯିବ ।

ଏହିପରି ୨୮୩୬ ଅଙ୍ଗନବାଡି ସହାୟକଙ୍କୁ ନିଯୁକ୍ତ କରାଯିବ ଏବଂ ଏହାସହିତ, ୨୮୩୬ ମିନି ଅଙ୍ଗନବାଡି କର୍ମୀ ପଦବୀକୁ ଉନ୍ନୀତ (upgrade) କରାଯାଇ ଅଙ୍ଗନବାଡି କର୍ମୀ ପଦବୀ ସୃଷ୍ଟି କରାଯିବ। ଏଥିପାଇଁ ରାଜ୍ୟ ସରକାର ବାର୍ଷିକ ଅତିରିକ୍ତ ୧୮,୭୫,୪୧,୪୪୦ ଟଙ୍କା ଖର୍ଚ୍ଚ କରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+