Get Updates
Get notified of breaking news, exclusive insights, and must-see stories!

ମୁଖ୍ୟମନ୍ତ୍ରୀଙ୍କ ଉତ୍କଳ ଦିବସ ଭେଟି, ୪୩ ଲକ୍ଷ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ୮୭୭ କୋଟିର କାଳିଆ ସହାୟତା

Kalia Scheme

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପବିତ୍ର ଓଡ଼ିଶା ଦିବସ ଅବସରରେ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରିଛନ୍ତି । ଚଳିତ ଖରିଫ ଋତୁରେ ଚାଷ କାମ ପାଇଁ ଏହି ସହାୟତା ଦିଆ ଯାଇଛି।

ଝାରସୁଗୁଡ଼ା ବ୍ୟତୀତ ରାଜ୍ୟର ସବୁ ଅଞ୍ଚଳର କୃଷକ ମାନେ ଏହି ସହାୟତା ପାଇଛନ୍ତି । ୪୩ ଲକ୍ଷରୁ ଅଧିକ ଚାଷୀ ପରିବାରଙ୍କୁ ୮୭୭ କୋଟି ଟଙ୍କା ସହାୟତା ଚାଷୀଙ୍କ ବ୍ଯାଙ୍କ ଖାତାକୁ ଦିଆଯାଇଛି ।

ଏହି ଅବସରରେ ଚାଷୀ ଭାଇମାନଙ୍କୁ ଓଡ଼ିଶା ଦିବସର ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚାଷୀଙ୍କ କଲ୍ଯାଣ ସହ ରାଜ୍ୟର ବିକାଶ ଯୋଡି ହୋଇ ରହିଛି । ତେଣୁ ଆଜିର ପବିତ୍ର ଦିନରେ କାଳିଆ ସହାୟତା ପ୍ରଦାନ କରି ଆମେ ନୂଆ ଅର୍ଥିକ ବର୍ଷ ଆରମ୍ଭ କଲୁ।

ଓଡ଼ିଶା ଆଜି ଖାଦ୍ୟ ଶସ୍ୟ ଉତ୍ପାଦନରେ ଆତ୍ମ ନିର୍ଭର ହେବା ସହିତ ଦେଶର ଖାଦ୍ୟ ଭଣ୍ଡାରକୁ ଅନ୍ନ ଯୋଗାଇ ପାରୁଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ଗୌରବର ଶ୍ରେୟ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଭାଇ ଭଉଣୀ ମାନଙ୍କୁ ଦେଇଥିଲେ।

ଚାଷର ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି ବୋଲି ପ୍ରକାଶ କରି ମୁଖ୍ୟ ମନ୍ତ୍ରୀ ସେମାନଙ୍କୁ କୃଷିରେ ଅଧିକ ମେସିନ ଓ ଆଧୁନିକ ଯନ୍ତ୍ରପାତି ବ୍ୟବହାର କରିବା ପାଇଁ ପରାମର୍ଶ ଦେଇଥିଲେ। ରାଜ୍ୟରେ ପୁଷ୍ଟି ଯୁକ୍ତ ଖାଦ୍ୟର ଉତ୍ପାଦନ ବୃଦ୍ଧି ଓ ଚାଷୀ ମାନଙ୍କ ରୋଜଗାରରେ ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ଶସ୍ୟ ଭିତ୍ତିକ ମିଶନ କାର୍ଯ୍ୟକରୀ କରୁଛନ୍ତି ବୋଲି ପ୍ରକାଶ କରି ସେ ଚାଷୀ ମାନଙ୍କୁ ଫସଲ ବିବିଧ କରଣ ଉପରେ ଗୁରୁତ୍ଵ ଦେବା ପାଇଁ ପରାମର୍ଶ ଦେଇଥିଲେ ।

ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଲେ ଯେ, କାଳିଆ ଯୋଜନା ଚାଷୀ ମାନଙ୍କୁ ଆତ୍ମ ନିର୍ଭର କରିଛି। ଚାଷ ପାଇଁ ଧାର ଉଧାର ରୁ ମୁକ୍ତି ମିଳିବା ସହିତ ଚାଷୀଙ୍କ ମନୋବଳ ବୃଦ୍ଧି ପାଇଛି ।

ଏହି ଅବସରରେ ମାଲକାନଗିରିର ଗୋପୀନାଥ ପାଙ୍ଗି, ପୁରୀ ଜିଲ୍ଲା ପିପିଲିର ସୁଲୋଚନା ନାୟକ, ବରଗଡର ଦିପାଞ୍ଜଳି ପ୍ରମୁଖ କାଳିଆ ସହାୟତା ସମ୍ପର୍କରେ ସେମାନଙ୍କ ମତାମତ ରଖି ଏହାଦ୍ବାରା ସେମାନଙ୍କ ଜୀବନରେ ଆସିଥିବା ପରିବର୍ତ୍ତନ ଉପରେ ନିଜର ମତାମତ ଦେଇଥିଲେ।

ଗଞ୍ଜାମ ଜିଲ୍ଲାର କୁକୁଡ଼ାଖଣ୍ଡି ବ୍ଲକର କାଳିଆ ବୃତ୍ତି ଲାଭ କରିଥିବା କିରଣ କୁମାର ସାହୁ କିପରି ଏହି ସହାୟତା ଦ୍ଵାରା ସେ ଆଜି ବ୍ରହ୍ମପୁର MKCG Medical College ରେ ଡ଼ାକ୍ତରୀ ପାଠ ପଢିବା ପାଇଁ ସୁଯୋଗ ପାଇଛନ୍ତି ସେ ବିଷୟରେ ବର୍ଣ୍ଣନା କରିଥଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+