ସଡ଼କ ଦୁର୍ଘଟଣାର ସାଙ୍ଘାତିକ୍ ତଥ୍ୟ: ୧୦୦ରେ ପ୍ରାଣ ହରାଉଛନ୍ତି ୪୮ ଜଣ

ରାଜ୍ୟ ଗତବର୍ଷ (୨୦୨୦ ମସିହା) ରେ ମୋଟ ୪୭୩୮ ଜଣ ବ୍ୟକ୍ତି ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବେଳେ ପ୍ରାୟ ୫ ହଜାର ଜଣ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଛନ୍ତି ।

ଭୁବନେଶ୍ୱର: ରାଜ୍ୟ ଗତବର୍ଷ (୨୦୨୦ ମସିହା) ରେ ମୋଟ ୪୭୩୮ ଜଣ ବ୍ୟକ୍ତି ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବେଳେ ପ୍ରାୟ ୫ ହଜାର ଜଣ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଛନ୍ତି । ରାଜ୍ୟରେ ଘଟୁଥିବା ପ୍ରତି ୧୦୦ଟି ଦୁର୍ଘଟଣାରେ ୪୮ ଜଣ ମୃତ୍ୟୁ ବରଣ କରୁଥିବାବେଳେ ଜାତୀୟ ସ୍ତରରେ ମୃତ୍ୟୁ ସଂଖ୍ୟା ୩୬ ରହିଛି । ଲୋକସେବା ଭବନ ସମ୍ମିଳନୀ କକ୍ଷରେ ରାଜ୍ୟସ୍ତରୀୟ ସଡ଼କ ସୁରକ୍ଷା ପରିଷଦ ବୈଠକରେ ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ।

Odisha Road Accident

ବିଶ୍ୱର ଅନ୍ୟ ଦେଶ ତୁଳନାରେ ଆମ ଦେଶରେ ସର୍ବାଧିକ ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ଘଟୁଛି ବୋଲି ମନ୍ତ୍ରୀ ସଡ଼କ ସୁରକ୍ଷା ପରିଷଦ ବୈଠକରେ ମତପ୍ରକାଶ କରିଛନ୍ତି । ୨୦୧୯ ମସିହା ତୁଳନାରେ ଗତବର୍ଷ ଦୁର୍ଘଟଣାଜନିତ ମୃତୁ୍ୟ ହାର ପ୍ରାୟ ୧୧% ହ୍ରାସ ପାଇଛି ଓ ଏହାର ମୁଖ୍ୟ କାରଣ ହେଲା କୋଭିଡ୍‌-୧୯ ସ୍ଥିତି ବୋଲି ମନ୍ତ୍ରୀ କହିଛନ୍ତି ।

ରାଜ୍ୟରେ ମୁଖ୍ୟତଃ ଯାଜପୁର, ମୟୂରଭଞ୍ଜ, ସୁନ୍ଦରଗଡ଼, କେଉଁଝର, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଗଞ୍ଜାମ, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ଅଧିକ ସଂଖ୍ୟକ ଲୋକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଉଛନ୍ତି । ମୋଟର ସାଇକେଲ ଚାଳକଙ୍କ ସଂଖ୍ୟା ସମୁଦାୟ ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁର ୫୩ ପ୍ରତିଶତ ଏବଂ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ୮୦ ପ୍ରତିଶତ ବ୍ୟକ୍ତି ହେଲ୍‌ମେଟ୍‌ ପିନ୍ଧି ନଥିବାରୁ ମୃତୁ୍ୟ ବରଣ କରୁଥିବା ମନ୍ତ୍ରୀ ପ୍ରକାଶ କରିଛନ୍ତି ।

ସଡ଼କ ଦୁର୍ଘଟଣାଜନିତ ମୃତୁ୍ୟ ସଂଖ୍ୟା କମାଇବା ପାଇଁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଅନେକଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ପରିବହନ ବିଭାଗ ତରଫରୁ ସଡ଼କ ଦୁର୍ଘଟଣାପୀଡ଼ିତଙ୍କୁ ସାହାଯ୍ୟ କରିବା ପାଇଁ ଏକ ସେ୍ୱଚ୍ଛାସେବୀ ଗୋଷ୍ଠୀ ପ୍ରସ୍ତୁତ କରାଯାଇଛି । ଏମାନଙ୍କୁ ଫାର୍ଷ୍ଟ ରେସ୍‌ପଣ୍ଡର ଟ୍ରେନିଂ ଦିଆଯାଇଛି । ଯାନଚାଳକମାନଙ୍କ ପାଇଁ ରିଫ୍ରେସ୍‌ର ଟ୍ରେନିଂ କରାଯାଉଛି । ବ୍ଲାକ୍‌ ସ୍ପଟ୍‌ଗୁଡ଼ିକୁ ସେଭ୍‌ ଲାଇଫ୍‌ ଫାଉଣ୍ଡେସନ୍‌ ଦ୍ୱାରା ସର୍ଭେ କରାଯାଇ ତ୍ରୁଟି ସୁଧାରିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି । ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ମଧୁସୂଦନ ପାଢ଼ୀ, ଆଇନ ସଚିବ, ପୋଲିସ ବିଭାଗର ଅତିରିକ୍ତ ଡିଜି, ବିଭାଗର ବରିଷ୍ଠ ଅଧିକାରୀଙ୍କ ସମେତ ସଡ଼କ ସୁରକ୍ଷା ପରିଷଦର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+