ଭଲ ଖବର: ପାର୍ବଣ ସତ୍ତ୍ୱେ ମଧ୍ୟ ରାଜ୍ୟରେ କମ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ରାଜ୍ୟରେ ୩ ଅଙ୍କ ତଳେ ରହିଛି କରୋନା ଦୈନିକ ସଂକ୍ରମଣ । ଗତ ୩ଦିନ ହେବ ରାଜ୍ୟରେ କରୋନା ଆକ୍ରାନ୍ତ ୧୦୦ ତଳେ ଚିହ୍ନଟ ହେଉଛନ୍ତି ।
ଭୁବନେଶ୍ୱର: ରାଜ୍ୟରେ ୩ ଅଙ୍କ ତଳେ ରହିଛି କରୋନା ଦୈନିକ ସଂକ୍ରମଣ । ଗତ ୩ଦିନ ହେବ ରାଜ୍ୟରେ କରୋନା ଆକ୍ରାନ୍ତ ୧୦୦ ତଳେ ଚିହ୍ନଟ ହେଉଛନ୍ତି । ପାର୍ବଣ ଋତୁ ସତ୍ତ୍ୱେ ଦୈନିକ ସଂକ୍ରମଣରେ ବୃଦ୍ଧି ନ ହେବା ଅତ୍ୟନ୍ତ ଭଲ ଖବର । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬ ଜଣ ସଂକ୍ରମିତ ରହିଛନ୍ତି ।
ସେହିପରି ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି ।












Click it and Unblock the Notifications