ବାତ୍ୟା ମୁକାବିଲା ପାଇଁ ୫ ବରିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ଦାୟିତ୍ବ

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ୟାସ, ବାତ୍ୟାର ରୂପ ନେଇସାରିଥିବାବେଳେ ଏହା ୨୬ ତାରିଖ ବେଳକୁ ଓଡିଶା ଉପକୂଳରେ ପହଞ୍ଚିବ । ଏହାଦ୍ୱାରା ପ୍ରଭାବିତ ହେବାକୁ ଥିବା ୫ଟି ଜିଲ୍ଲା ପାଇଁ ୫ ଜଣ ଆଇଏଏସଙ୍କୁ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର ।

ଭୁବନେଶ୍ୱର: ବାତ୍ୟା ମୁକାବିଲା ପ୍ରସ୍ତୁତି ଦେଖିବେ ବରିଷ୍ଠ ଅଧିକାରୀ । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ୟାସ, ବାତ୍ୟାର ରୂପ ନେଇସାରିଥିବାବେଳେ ଏହା ୨୬ ତାରିଖ ବେଳକୁ ଓଡିଶା ଉପକୂଳରେ ପହଞ୍ଚିବ । ଏହାଦ୍ୱାରା ପ୍ରଭାବିତ ହେବାକୁ ଥିବା ୫ଟି ଜିଲ୍ଲା ପାଇଁ ୫ ଜଣ ଆଇଏଏସଙ୍କୁ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର ।

lokseva bhaban

ବିଶେଷ କରି କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ବାତ୍ୟା 'ୟାସ'ର ପ୍ରଭାବ ଅଧିକ ରହିବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ଏହି ୫ ଜିଲ୍ଲାରେ ବାତ୍ୟା ମୁକାବିଲା ପ୍ରସ୍ତୁତି ଓ ବାତ୍ୟା ପରବର୍ତ୍ତୀ ରିଲିଫ୍ କାର୍ଯ୍ୟ ତଦାରଖ ପାଇଁ ରାଜ୍ୟ ସରକାର ୫ ଜଣ ବରିଷ୍ଠ ଆଇଏଏସ୍ ଅଫିସରଙ୍କୁ ଦାୟିତ୍ୱ ଦେଇଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲା ଦାୟିତ୍ୱ ହେମନ୍ତ ଶର୍ମାଙ୍କୁ ଦିଆଯାଇଥିବା ବେଳେ ଶାଶ୍ୱତ ମିଶ୍ରଙ୍କୁ ଜଗତସିଂହପୁର ଜିଲ୍ଲା ଦାୟିତ୍ୱ ଦିଆଯାଇଛି। ଭିଭି ଯାଦବ ଓ ବିଶାଳ ଦେବ ଯଥାକ୍ରମେ ଭଦ୍ରକ ଓ ବାଲେଶ୍ୱର ଦାୟିତ୍ୱ ନେବେ। ସେହିପରି ମୟୂରଭଞ୍ଜ ଜିଲ୍ଲା ଦାୟିତ୍ୱ ସୁରେଶ ବଶିଷ୍ଟଙ୍କୁ ଦିଆଯାଇଛି।

ସେହିପରି ଆଜି ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାମାରୀ ଭିତରେ ବାତ୍ୟା ମୁକାବିଲା ପାଇଁ ରାଜ୍ୟବାସୀଙ୍କ ସହାୟତା ଲୋଡିପାରନ୍ତି ମୁଖ୍ୟମନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+