ରାଜ୍ୟରେ ଶହେ ମାର୍କ ତଳେ ଦୈନିକ କରୋନା ସଂକ୍ରମଣ ଗ୍ରାଫ
ରାଜ୍ୟରେ ଶହେ ମାର୍କ ତଳେ ଦୈନିକ କରୋନା ସଂକ୍ରମଣ ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଭୁବନେଶ୍ୱର: ରାଜ୍ୟରେ ଶହେ ମାର୍କ ତଳେ ଦୈନିକ କରୋନା ସଂକ୍ରମଣ ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରୁ ୧୧, ସଙ୍ଗରୋଧରୁ ୩୭, ସ୍ଥାନୀୟ ୨୬। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୭୦୫କୁ ବୃଦ୍ଧି ପାଇଛି। ମୋଟ ୧୩,୨୪,୭୩୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଉ ୭୧୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ଼ରୁ ୪, ବଲାଙ୍ଗୀରରୁ ୧, କଟକରୁ ୮ ଜଣ, ଜଗତସିଂହପୁରରୁ ୧, ଯାଜପୁରରୁ ୩, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧାରୁ ୬, ମୟୂରଭଞ୍ଜରୁ ୧, ନୟାଗଡ଼ରୁ ୪, ନୂଆପଡ଼ାରୁ ୫, ପୁରୀରୁ ୬, ସମ୍ଵଲପୁରରୁ ୨, ସୁନ୍ଦରଗଡ଼ରୁ ୧୧, ଷ୍ଟେଟପୁଲରୁ ୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୪୭୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୧୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୪୭୩୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୬୩୫୫୫୦ସାମ୍ପୁଲ ଟେଷ୍ଟ୍ ହୋଇଛି ।












Click it and Unblock the Notifications