ଗତ ୨୪ ଘଣ୍ଟାରେ ୯୫ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ଏବେ କ୍ରମାଗତ ଶହେ ତଳେ ରହୁଛି। ଗତକାଲି ୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ରହିଛି।
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ଏବେ କ୍ରମାଗତ ଶହେ ତଳେ ରହୁଛି। ଗତକାଲି ୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ରହିଛି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୧୦ ଜଣ। ସଂଗରୋଧ କେନ୍ଦ୍ରରୁ ୫୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ଅଛନ୍ତି ୩୮ ଜଣ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍ରୁ ୩ଜଣ ରହିଛନ୍ତି ।
ନୂତନ ସଂକ୍ରମିତକୁ ମିଶାଇ ସମୁଦାୟ ପଜିଟିଭ୍ ସଂଖ୍ୟା ରହିଛି ୧୩୩୫୦୫୦ ଜଣ। ନୂଆ କରି ସୁସ୍ଥ ହୋଇଛନ୍ତି ୭୫ ଜଣ। ଏବେ ସୁଦ୍ଧା ସମୁଦାୟ ସୁସ୍ଥ ହୋଇ ସାରିଲେଣି ୧୩୨୫୨୦୫ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୫୯୩ ଜଣ।












Click it and Unblock the Notifications