ଚିନ୍ତା ବଢାଉଛି ଓମିକ୍ରନ୍: ରାଜ୍ୟରେ ଆଉ ୨୮ଜଣ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ
ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୮ ଓମିକ୍ରନ ଆକ୍ରାନ୍ତ । ଏହାସହ ରାଜ୍ୟରେ ଶହେ ଟପିଲା ଓମିକ୍ରନ ଆକ୍ରାନ୍ତ ସଂଖ୍ୟା । ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି ।
ଭୁବନେଶ୍ୱର: ପୁଣି ଡରାଇଲା କୋଭିଡ଼ର ନୂଆ ଭାରିଏଣ୍ଟ ଓମିକ୍ରନ୍। ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୮ ଓମିକ୍ରନ ଆକ୍ରାନ୍ତ । ଏହାସହ ରାଜ୍ୟରେ ଶହେ ଟପିଲା ଓମିକ୍ରନ ଆକ୍ରାନ୍ତ ସଂଖ୍ୟା । ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି । ଏନେଇ ଆଏଲଏସ୍ ପକ୍ଷରୁ ସ୍ଵାସ୍ଥ୍ୟ ବିଭାଗକୁ ଜଣାଇ ଦିଆଯାଇଛି।

ଡିସେମ୍ବର ୨୧ରେ ରାଜ୍ୟରେ ପ୍ରଥମେ ୨ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହାପରେ ଡିସେମ୍ବର ୨୩ରେ ୨ ଜଣ, ଡିସେମ୍ବର ୨୬ରେ ୪ ଜଣ, ଡିସେମ୍ବର ୨୯ ରେ ଜଣେ, ଡିସେମ୍ବର ୩୦ରେ ୫ ଜଣ, ଜାନୁଆରୀ ୨ରେ ୨୩ ଜଣ, ଜାନୁଆରୀ ୫ରେ ୨୪ଜଣ ଏବଂ ଜାନୁଆରୀ ୮ରେ ୧୪ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଓମିକ୍ରନ ଆକ୍ରାନ୍ତ ସଂଖ୍ୟା ୭୫କୁ ବୃଦ୍ଧି ହୋଇଥିଲେ।ସୋମବାର ୨୮ ଆକ୍ରାନ୍ତ ଚିହ୍ନଟ ହେବା ପରେ ବର୍ତ୍ତମାନ ଆକ୍ରାନ୍ତ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି।
ସୂଚନା ଯୋଗ୍ୟ ଯେ, ଗତ ୨୪ ଘଣ୍ଟାରେ ୪୮୨୯ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୪୪୮ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୨୮୨୩ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୦୦୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୭୫୬୯୮ ଜଣ କୁ ବୃଦ୍ଧି ପାଇଛି।












Click it and Unblock the Notifications