ବିଧାନସଭାର ଅଧିବେଶନରେ ଆଜି ଷଷ୍ଠ ଦିନ; ୨୦୨୪-୨୫ ଆର୍ଥିକ ବଜେଟ ଉପରେ ଗୃହରେ ସାଧାରଣ ଆଲୋଚନା

ବିଧାନସଭାର ଅଧିବେଶନରେ ଆଜି ଷଷ୍ଠ ଦିନ । ୨୦୨୪-୨୫ ଆର୍ଥିକ ବଜେଟ ଉପରେ ଗୃହରେ ସାଧାରଣ ଆଲୋଚନା ଆରମ୍ଭ ହେବ । ମୋହନ ସରକାର ୨ ଲକ୍ଷ ୬୫ ହଜାର କୋଟିର ବଜେଟ ଆଣିଛନ୍ତି । ଏହା ଉପରେ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ସେମାନଙ୍କର ମତ ରଖିବେ ।

ଅଗ୍ନିବୀରଙ୍କୁ ନିଯୁକ୍ତ କ୍ଷେତ୍ରରେ ୧୦ ପ୍ରତିଶତ ସଂରକ୍ଷଣ ଘୋଷଣାକୁ ନେଇ କଂଗ୍ରେସ ଓ ବିଜେଡି ସ୍ୱାଧିକାର ଭଙ୍ଗ ପ୍ରସ୍ତାବ ଆଣିବା ସହ ନୀତି ଆୟୋଗ ବୈଠକରେ ରାଜ୍ୟ ସ୍ୱାର୍ଥ ପ୍ରସଙ୍ଗ ଉଠାଯାଇନଥିବାରୁ ଏହାକୁ ଗୃହରେ ଉଠାଇପାରନ୍ତି ।

odisha asembly session 2024

ଅନ୍ୟପଟେ ଆଜି ଗୃହରେ ରହିଛି ଗୁରୁତ୍ୱପୂର୍ଣ୍ଣ ବିଭାଗ ଗୁଡ଼ିକର ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ। ସ୍ୱରାଷ୍ଟ୍ର, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଇଲୋକ୍ଟ୍ରୋନିକସ୍ ଓ ସୂଚନା ପ୍ରଯୁକ୍ତି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ଓ ଅର୍ଥ ଭଳି ବିଭାଗ ରହିଛି। ଗୋଟିଏ ଦୁଇଟି ବିଭାଗ ଛାଡିଦେଲେ ଅନ୍ୟମନ୍ତ୍ରାଳୟ ଗୁଡ଼ିକ ଯେହେତୁ ଖୋଦ୍ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ରହିଛି ତେଣୁ ଆଜି ଗୃହ କିପରି ଚାଲୁଛି ତା ଉପରେ ସମସ୍ତଙ୍କ ନଜର ରହିଛି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍‌ ଆଣିଛି କଂଗ୍ରେସ। ଶୂନ୍ୟକାଳରେ ବାଚସ୍ପତି ବାଚସ୍ପତି ସୁରମା ପାଢ଼ୀ ନୋଟିସ୍‌କୁ ଗ୍ରହଣ ମଧ୍ୟ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ପଢ଼ିବା ବେଳେ ଗୃହରେ ହଟ୍ଟଗୋଳ ହୋଇଥିଲା। ଅଗ୍ନିବୀର ସଂରକ୍ଷଣ ଓ ୫ ବର୍ଷ ବୟସ ସୀମା କୋହଳ ଘୋଷଣାରେ ଉଭୟ ବିରୋଧୀ ଏବଂ କଂଗ୍ରେସ ହୋ-ହଲ୍ଲା କରିଥିଲେ। ଗୃହ ଚାଲିଥିବା ବେଳେ କାହିଁକି ବାହାରେ ଘୋଷଣା କଲେ ବୋଲି ପ୍ରଶ୍ନ କରି ଉଭୟ ବିରୋଧୀ ଏବଂ କଂଗ୍ରେସ ହୋ-ହଲ୍ଲା କରିଥିଲେ। ଏବେ ଆଲୋଚନା ଜାରି ରହିଛି।

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ କଂଗ୍ରେସ ସ୍ବାଧିକାର ଭଙ୍ଗ ନୋଟିସ୍‌ ଆଣିବ ବୋଲି ପୂର୍ବରୁ ବିଧାୟକ ତାରା ପ୍ରସାଦ ବାହିନୀପତି କହିଥିଲେ। ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ପାହ୍ୟା କି ସ୍ବତନ୍ତ୍ର ପ୍ୟାକେଜ କଥା ଉଠାଇଲେ ନାହିଁ । ଆଦିବାସୀ ମୁଖ୍ୟମନ୍ତ୍ରୀ ଆଦିବାସୀଙ୍କ ପ୍ରସଙ୍ଗ ଉଠାଇ ନାହାନ୍ତି। ତେବେ ରତ୍ନ ରତ୍ନଭଣ୍ଡାରକୁ ନେଇ ରାଜନୀତି ନ ହେଉ। ଜଷ୍ଟିସ ରଥଙ୍କ ବାପା ଓ ସେ ନିଜେ ଜଗନ୍ନାଥ ତାଙ୍କ ନିଷ୍ପତ୍ତିକୁ ରାଜ୍ୟ ସରକାର ମାନନ୍ତୁ ବୋଲି ତାରା କହିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+