Get Updates
Get notified of breaking news, exclusive insights, and must-see stories!

Odisha Assembly: ରାଜ୍ୟରେ ୧୨୮୯ ପ୍ରାଥମିକ ସ୍କୁଲରେ ନାହିଁ ବିଦ୍ୟୁତ

ରାଜ୍ୟରେ ୧୨୮୯ ପ୍ରାଥମିକ ସ୍କୁଲରେ ନାହିଁ ବିଦ୍ୟୁତ । ୨୯୦ ଉଚ୍ଚ ପ୍ରାଥମିକ ସ୍କୁଲରେ ନାହିଁ ବିଦ୍ୟୁତ ସଂଯୋଗ।
ରାଜ୍ୟରେ ସମୁଦାୟ ସରକାରୀ ସ୍କୁଲ ସଂଖ୍ୟା ୪୮୫୨୨ । ୧୧୪ଟି ସ୍କୁଲରେ ଶୌଚାଳୟ ନାହିଁ; ଗୃହରେ ଗଣଶିକ୍ଷା ମନ୍ତ୍ରୀଙ୍କ ଉତ୍ତର ।

Odisha Assembly

ଏଣେ ବିଧାନସଭାରେ କେନ୍ଦ୍ରୀୟ ବିଦ୍ୟାଳୟ-୩ ସମ୍ମୁଖରେ ବୋମା ବିସ୍ଫୋରଣ ପ୍ରସଙ୍ଗ ଉଠିଛି। ବିଜେଡି ବିଧାୟକ ପ୍ରତାପ ଦେବ ପ୍ରସଙ୍ଗ ଉଠାଇଥିଲେ। ଘଟଣାର ତଥ୍ୟ ସଂଗ୍ରହ କରି ବିଧାନସଭାରେ ଉପସ୍ଥାପନ କରିବାକୁ ବାଚସ୍ପତି ସୁରମା ପାଢ଼ୀ ନିର୍ଦ୍ଦେଶ ଦେଇଛନ୍ତି।

ଏଣେ ଏଣିକି ୨୦ରୁ ଅଧିକ ଛାତ୍ର ଥିବା ସ୍କୁଲଗୁଡ଼ିକୁ ପୁଣି ଖୋଲାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବୋଲି କହିଛନ୍ତି। ଏକ ପ୍ରଶ୍ନର ଉତ୍ତରରେ ସେ ଏକଥା ସ୍ପଷ୍ଟ କରିଛନ୍ତି। ସେ ଆହୁରି କହିଛନ୍ତି, ହ୍ରପ୍ ଆଉଟ ସଂଖ୍ୟା କମ୍ କରିବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି।

ତେଣେ ଆଜି ବିଧାନସଭାରେ ଆଗତ ହେବ ଅତିରିକ୍ତ ବଜେଟ । ଅପରାହ୍ନ ୪ଟାରେ ପ୍ରାୟ ୧୦ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ ଗୃହରେ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଆଗତ କରାଯିବ। କଂଗ୍ରେସ ତରଫରୁ ମୁଲତବୀ ପ୍ରସ୍ତାବ ଅଣାଯାଇଛି।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+