ଆଜି ବି ସରଗରମ ହୋଇପାରେ ବିଧାନସଭା: ଅତିରିକ୍ତ ବଜେଟର ଖର୍ଚ୍ଚ ଦାବି ନେଇ ହେବ ଆଲୋଚନା

ଆଜି ବି ସରଗରମ ହୋଇପାରେ ବିଧାନସଭା । ବାଚସ୍ପତିଙ୍କ ଉପରକୁ ଡାଲି ଫିଙ୍ଗିବା ଘଟଣାରେ ବିଜେପି ବିଧାୟକ ମୁକେଶ ମହାଲିଙ୍ଗ ଏବଂ ମୋହନ ମାଝିଙ୍କ ନିଲମ୍ବନର ଜୋରଦାର ପ୍ରତିବାଦ କରିପାରେ ବିଜେପି । ଦୁଇ ଜଣଙ୍କୁ ସସପେଣ୍ଡ ପ୍ରତ୍ୟାହାର କରିବାକୁ ଦାବି କରି ବିଧାୟକ ମାନେ ହଟ୍ଟଗୋଳ କରିପାରନ୍ତି ।

ବିଧାନସଭାରୁ ସସ୍‌ପେଣ୍ଡ ହୋଇଛନ୍ତି ୨ ବିଜେପି ବିଧାୟକ । ବିଧାୟକ ମୋହନ ମାଝୀ ଓ ମୁକେଶ ମହାଲିଙ୍ଗ ସସ୍‌ପେଣ୍ଡ ହୋଇଛନ୍ତି। ଚଳିତ ଅଧିବେଶନ ଶେଷ ପର୍ଯ୍ୟନ୍ତ ସସ୍‌ପେଣ୍ଡ କରିଛନ୍ତି ବାଚସ୍ପତି । ବାଚସ୍ପତିଙ୍କ ପୋଡ଼ିୟମକୁ ଡାଲି ଫିଙ୍ଗି ସସ୍‌ପେଣ୍ଡ ହୋଇଛନ୍ତି ମୋହନ ମାଝୀ ଓ ମୁକେଶ ମହାଲିଙ୍ଗ ।

odisha_assembly

ପଲିଥିନରେ ଆଣିଥିବା ଡାଲି ପୋଡିୟମ ଉପରକୁ ଫିଙ୍ଗିଥିଲେ । ଏହାପରେ ଗୃହ ମଧ୍ୟଭାଗରେ ବିଜେପି ବିଧାୟକ ହୋହଲ୍ଲା କରିଥିଲେ । ଡାଲି ଫିଙ୍ଗିଥିବା ଦୁଇ ବିଧାୟକଙ୍କୁ ନିଲମ୍ବନ ପାଇଁ ପ୍ରସ୍ତାବ ଆସିଥିଲା । ଆଉ ଏହି ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି । ଏହିପରି ଆଚରଣକୁ ନେଇ ବିଧାନସଭାରୁ ଦୁଇ ବିଜେପି ବିଧାୟକଙ୍କୁ ନିଲମ୍ବିତ କରିଛନ୍ତି ବାଚସ୍ପତି ।

ଶନିବାର ଗୃହରେ ଅତିରିକ୍ତ ବଜେଟର ଖର୍ଚ୍ଚ ଦାବି ଆଲୋଚନା ରହିଛି l ପଞ୍ଚାୟତି ରାଜ ଓ ସ୍କୁଲ୍ ଗଣଶିକ୍ଷା ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହେବ । ସେହିପରି ପର୍ଯ୍ୟଟନ,ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ,ମହିଳା ଓ ଶିଶୁ ବିକାଶ,ଅବକାରୀ,ଆଇନ,ମିଶନ ଶକ୍ତି,ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ର ପ୍ରଶ୍ନ କାଳ ରହିଛି ।

ମୋଟ୍ 28 ହଜାର 200 କୋଟି ଟଙ୍କାର ଅତିରିକ୍ତ ବଜେଟ ଆଗତ ହୋଇଛି । ଅତିରିକ୍ତ ବଜେଟରେ ବିପର୍ଯ୍ୟୟ ପରିଚାଳନା ପାଇଁ ସର୍ବାଧିକ ବ୍ୟୟବରାଦ କରାଯାଇଛି । ବିପର୍ଯ୍ୟୟ ପରିଚାଳନା ପାଇଁ 4698 0କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ସେହିପରି ମିଶନ ଶକ୍ତି ପାଇଁ 783 କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।

ଅତିରିକ୍ତ ବଜେଟ୍ ରେ ପଞ୍ଚାୟତିରାଜ ବିଭାଗ ପାଇଁ 4083 କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ଏହା ସହ ଗଣଶିକ୍ଷା ବିଭାଗ ପାଇଁ 2882 କୋଟି, ଜଳସଂପଦ ପାଇଁ 2407 କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ଅତିରିକ୍ତ ବଜେଟରେ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ମଧ୍ୟ ବ୍ୟୟବରାଦ କରାଯାଇଛି । ମେଟ୍ରୋ ରେଳ ପ୍ରକଳ୍ପ ପାଇଁ 210 କୋଟି ଟଙ୍କା ରଖାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+