ରାଜ୍ୟରେ ୨୧ ହଜାର ୪୮୬ ଅଙ୍ଗନବାଡ଼ି କେନ୍ଦ୍ରର ନିଜସ୍ବ ଗୃହ ନାହିଁ
ରାଜ୍ୟରେ ୨୧ ହଜାର ୪୮୬ ଅଙ୍ଗନବାଡ଼ି କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ଗୃହରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଲିଖିତ ଉତ୍ତର। ୩୧ ହଜାର ୪୫୬ ଅଙ୍ଗନବାଡ଼ି କେନ୍ଦ୍ରରେ ବିଦ୍ୟୁତ ସଂଯୋଗ ନାହିଁ। ୪୭ ହଜାର ୭୩୭ ଅଙ୍ଗନବାଡ଼ି କେନ୍ଦ୍ରରେ ପାଚେରି ନାହିଁ ବୋଲି କହିଲେ ପ୍ରଭାତୀ।

ଅତିଥି ଅଧ୍ୟାପକଙ୍କ ଭରସାରେ ରାଜ୍ୟର ନାମକରା ବିଶ୍ୱବିଦ୍ୟାଳୟ । ରାଜ୍ୟର ୧୭ଟି ବିଶ୍ୱବିଦ୍ୟାଳୟରେ ୯୬୩ ଜଣ ଜଣ ଅତିଥି ଅଧ୍ୟାପକ ପାଠ ପଢାଉଛନ୍ତି । ଏନେଇ ଆଜି ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୁରଜ । ମିଳିଥିବା ସୂଚନା ମୁତାବକ, ବିଜେଡି ବିଧାୟକ ଅରବିନ୍ଦ ମହାପାତ୍ର ବିଧାନସଭାରେ ବିଶ୍ୱବିଦ୍ୟାଳୟରେ ଖାଲି ପଡିଥିବା ପଦବୀକୁ ନେଇ ପ୍ରଶ୍ନ କରିଥିଲେ । ଯାହାର ଉତ୍ତର ରଖିଥିଲେ ଉଚ୍ଚଶିକ୍ଷା ମନ୍ତ୍ରୀ ।












Click it and Unblock the Notifications