Odisha Assembly: ୯୭ ଲକ୍ଷ ୫୧ ହଜାର ୪୭୯ ଜଣ ସମସ୍ତ ୩ଟି କିସ୍ତି ପାଇଛନ୍ତି
ସରଜମିନ୍ ତଦନ୍ତ ପରେ ସୁଭଦ୍ରାରେ ଯୋଡ଼ି ହେଲେ ୧୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳା। ଗୃହରେ ତଥ୍ୟ ରଖିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧୭ ଲକ୍ଷ ୮୩ ହଜାର ୨୫୧ ମହିଳା ସୁଭଦ୍ରାରେ ଯୋଡ଼ି ହୋଇଛନ୍ତି । ୯୭ ଲକ୍ଷ ୫୧ ହଜାର ୪୭୯ ଜଣ ସମସ୍ତ ୩ଟି କିସ୍ତି ପାଇଛନ୍ତି। ୧ କୋଟି ୩ ଲକ୍ଷ ୮୯ ହଜାର ୮୦୧ ମହିଳା ପ୍ରଥମ କିସ୍ତି ଟଙ୍କା ପାଇଛନ୍ତି । ୧ କୋଟି ୧ ଲକ୍ଷ ୯୨ ହଜାର ୭୨୪ ଦ୍ୱିତୀୟ କିସ୍ତି ପାଇଛନ୍ତି କହିଲେ ଉପମୁଖ୍ୟମନ୍ତ୍ରୀ।

୨୦.୧୫୦ ଅଙ୍ଗନବାଡ଼ି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ । ରାଜ୍ୟରେ ମୋଟ୍ ୭୪, ୨୨୪ ଟି ଅଙ୍ଗନବାଡି କେନ୍ଦ୍ର ଅଛି । ଏବେ ୫୪, ୦୭୪ଟି ଅଙ୍ଗନବାଡି ନିଜସ୍ୱ ଗୃହରେ ଚାଲିଛି ।
୧୦, ୪୧୬ଟି ମିନି ଅଙ୍ଗନବାଡି କେନ୍ଦ୍ର ଅଙ୍ଗନବାଡି କେନ୍ଦ୍ରକୁ ପରିବର୍ତ୍ତନ ।
୪୫୭୪ଟି ଅଙ୍ଗନବାଡି କେନ୍ଦ୍ର ସ୍କୁଲ ଘରେ ଚାଲିଛି କହିଲେ ଉପମୁଖ୍ୟମନ୍ତ୍ରୀ । ୧୦,୪୬୯ ଟି ଅଙ୍ଗନବାଡି କେନ୍ଦ୍ର କମ୍ୟୁନିଟି ସେଣ୍ଟରରେ ଚାଲିଛି ।
ଆଜିବି ୩୮୯୦ଟି ଅଙ୍ଗନବାଡି କେନ୍ଦ୍ର ଭଡ଼ା ଘରେ ଚାଲିଛି ।ଖୁବ୍ଶୀଘ୍ର ନିଜସ୍ୱ ଗୃହରେ ଚାଲିବ ରାଜ୍ୟର ସବୁ ଅଙ୍ଗନବାଡି କେନ୍ଦ୍ର'। ଜାଗା ନ ଥିଲେ ପଞ୍ଚାୟତିରାଜ ବିଭାଗ ସହଯୋଗରେ କିଣାଯିବ ଜାଗା ।
ବିଜେଡି ବିଧାୟକ ଅଶ୍ୱିନୀ ପାତ୍ରଙ୍କ ପ୍ରଶ୍ନରେ ଉପମୁଖ୍ୟମନ୍ତ୍ରୀଙ୍କ ଉତ୍ତର ।
ରାଜ୍ୟର ୧୨, ୧୪୪ଟି ଅଙ୍ଗନବାଡିକୁ ସକ୍ଷମ ଅଙ୍ଗନବାଡି କେନ୍ଦ୍ରରେ ପରିଣତ । ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା । ୨୦୨୪-୨୫ ଆର୍ଥିକ ବର୍ଷରେ ୫୦୫୬ ଅଙ୍ଗନବାଡି କେନ୍ଦ୍ର ସକ୍ଷମରେ ପରିଣତ । ଚଳିତ ଅତିରିକ୍ତ ବଜେଟରେ ୧୦.୯୦୦ ଅଙ୍ଗନବାଡି କେନ୍ଦ୍ର ନିର୍ମାଣ ପାଇଁ ବ୍ୟୟବରାଦ।












Click it and Unblock the Notifications