ରାଜ୍ୟରେ ଖାଲି ପଡ଼ିଛି ୨ ଲକ୍ଷ ୨୬ ହଜାର ୫୫୯ ସରକାରୀ ପଦବୀ
ରାଜ୍ୟରେ ଏବେ ୨ ଲକ୍ଷ ୨୬ ହଜାର ୫୫୯ଟି ସରକାରୀ ପଦବୀ ଖାଲି ପଡ଼ିଛି । ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି ।

ଭୁବନେଶ୍ବର: ବୃଦ୍ଧି ପାଉଛି ବେକାରୀ । ଖାଲି ପଡ଼ୁଛି ଲକ୍ଷ ଲକ୍ଷ ସରକାରୀ ପଦବୀ । ରାଜ୍ୟରେ ଏବେ ୨ ଲକ୍ଷ ୨୬ ହଜାର ୫୫୯ଟି ସରକାରୀ ପଦବୀ ଖାଲି ପଡ଼ିଛି । ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି । ଆଜି ଗୃହରେ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେଙ୍କ ଏକ ପ୍ରଶ୍ନର ଉତ୍ତରରେ ଅର୍ଥମନ୍ତ୍ରୀ ଏହା କହିଛନ୍ତି ।
ସେ କହିଛନ୍ତି ଯେ, ରାଜ୍ୟରେ ୨୦୨୧ ଡିସେମ୍ବର ଶେଷ ସୁଦ୍ଧା ମୋଟ ୬ ଲକ୍ଷ ୨୫ହଜାର ୧୩୬ ଟି ପଦବୀ ରହିଛି । ସେଥିରୁ ଏବେ ୩ ଲକ୍ଷ ୯୮ହଜାର ୫୭୭ ଜଣ କର୍ମଚାରୀ କାର୍ଯ୍ୟରତ ଅଛନ୍ତି । ତେଣୁ ଏବେ ୨ ଲକ୍ଷ ୨୬ହଜାର ୫୫୯ଟି ପଦବୀ ଖାଲି ପଡ଼ିଛି । ତେବେ ପ୍ରଥମ ଶ୍ରେଣୀରେ ୧୨୩୩୭ଟି, ଦ୍ୱିତୀୟ ଶ୍ରେଣୀରେ ୪୫୯୬୯ଟି, ତୃତୀୟ ଶ୍ରେଣୀରେ ୧,୧୩,୫୩୬ଟି ଓ ଚତୁର୍ଥ ଶ୍ରେଣୀରେ ୩୫୦୯୮ଟି ପଦବୀ ଖାଲି ପଡ଼ିଛି ।
ତେବେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ଠିକାଭିତ୍ତିକ ଓ ଅବସରପ୍ରାପ୍ତ କର୍ମଚାରୀଙ୍କ ସଂଖ୍ୟା ବାର୍ଷିକ ସମୀକ୍ଷା ରିପୋର୍ଟରେ ସ୍ଥାନ ପାଇ ନାହିଁ । ଏନେଇ ପ୍ରତି ବିଭାଗରେ ସବିଶେଷ ବିବରଣୀ ଉପଲବ୍ଧ । ଅର୍ଥ ବିଭାଗରେ ୭୮ ଜଣ ଠିକାଭିତ୍ତିକ ଓ ୮୫ ଜଣ ଅବସରପ୍ରାପ୍ତ କର୍ମଚାରୀ ନିୟୋଜିତ ଥିବା ସୂଚନା ଦେଇଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ।
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
IPL 2026: ଏହି ଦିନ ଘୋଷଣା ହେଵ କାର୍ଯ୍ୟସୂଚୀ !












Click it and Unblock the Notifications