ବିଧାନସଭାରେ ହାଇଡ୍ରାମା: ବିରୋଧୀଙ୍କ ଘଣ୍ଟ ନାଦ, ଶାସକ ବିଜେଡି ଛିଞ୍ଚିଲା ଗଙ୍ଗାଜଳ; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ
ଆଜି (ମଙ୍ଗଳବାର) ବିଧାନସଭାରେ ଦେଖିବାକୁ ମିଳିଲା ପୁଣି ହାଇଡ୍ରାମା । ଗୃହ ମଧ୍ୟରେ ଘଣ୍ଟ ବଜାଇଲେ ବିରୋଧୀ, ଶାସକ ବିଜେଡି ଛିଞ୍ଚିଲା ଗଙ୍ଗାଜଳ । ଫଳରେ ପ୍ରବଳ ହଟ୍ଟଗୋଳ ଓ ନାରାବାଜି ମଧ୍ୟରେ ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ
ଭୁବନେଶ୍ବର: ଆଜି (ମଙ୍ଗଳବାର) ବିଧାନସଭାରେ ଦେଖିବାକୁ ମିଳିଲା ପୁଣି ହାଇଡ୍ରାମା । ଗୃହ ମଧ୍ୟରେ ଘଣ୍ଟ ବଜାଇଲେ ବିରୋଧୀ, ଶାସକ ବିଜେଡି ଛିଞ୍ଚିଲା ଗଙ୍ଗାଜଳ । ଫଳରେ ପ୍ରବଳ ହଟ୍ଟଗୋଳ ଓ ନାରାବାଜି ମଧ୍ୟରେ ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ।

ମମିତା ମେହେର ପ୍ରସଙ୍ଗରେ ହୋହଲ୍ଲା କରିଛନ୍ତି ବିରୋଧୀ । ଗୃହର ମଧ୍ୟଭାଗକୁ ୩ ଦଳର ନେତା ଆସି ହୋ-ହଲ୍ଲା କରିବା ଫଳରେ ଗୃହକୁ ମୁଲତବୀ କରିଛନ୍ତି ବାଚସ୍ପତି । ମମିତା ପ୍ରସଙ୍ଗରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବି କରି ବିରୋଧୀ ଘଣ୍ଟ ବଜାଇ ପ୍ରତିବାଦ କରିଥିବା ବେଳେ କଂଗ୍ରେସ ସଦସ୍ୟ ପ୍ଲାକାର୍ଡ ଧରି ନାରାବାଜି କରିଥିଲେ । ଅନ୍ୟପଟେ ଶାସକ ବିଜେଡି ମଧ୍ୟ ଆଜି ଗୃହର ମଧ୍ୟଭାଗକୁ ଆସି ପ୍ରତିବାଦ କରିଛି । ବିରୋଧୀଙ୍କୁ ଭଗବାନ ସଦବୁଦ୍ଧି ଦିଅନ୍ତୁ ବୋଲି ନାରାବାଜି କରିଥିଲେ । ଏପରିକି କିଛି ବିଜେଡି ସଦସ୍ୟ ବିରୋଧୀଙ୍କ ଉପରେ ଗଙ୍ଗାଜଳ ଛିଞ୍ଚିଛନ୍ତି । ଯାହାଫଳରେ ଗୃହ ମଧ୍ୟରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା ।
ବାରମ୍ବାର ଗୃହ ମୁଲତବୀ ପରେ ବାଚସ୍ପତି ଗତକାଲି ସର୍ବଦଳୀୟ ବୈଠକ ଡାକିଥିଲେ । ଲାଗୁଥିଲା ସବୁକିଛି ସ୍ୱାଭାବିକ ହେବ, ଗୃହ କାର୍ଯ୍ୟ ଠିକରେ ଚାଲିବ । କିନ୍ତୁ ଆଜି ସମାନ ଦୃଶ୍ୟ ଦେଖିବାକୁ ମିଳିଥିଲା । ଗୃହ ଆରମ୍ଭରୁ ହିଁ ବିରୋଧୀଙ୍କ ହଟ୍ଟଗୋଳ ଫଳରେ ଗୃହକୁ ଅପରାହ୍ନ ୪ଟା ମୁଲତବୀ କରାଯାଇଛି ।
-
IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରା ଦାୟିତ୍ୱ -
ଉପଭୋକ୍ତାମାନଙ୍କ ପାଇଁ ହେଲ୍ପଲାଇନ୍ ନମ୍ୱର ଜାରି କଲେ ଗ୍ୟାସ୍ କମ୍ପାନୀ -
ପୁଣି ଖସିଲା ସୁନା-ରୂପା ରେଟ୍ -
ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା..... -
ଇରାନ ଉପରେ ଟ୍ରମ୍ପଙ୍କ ବଡ଼ ଦାବି, କହିଦେଲେ କିଛି ଏମିତି....... -
'ଭାରତର DNAରେ ବିଜୟ ରହିଛି, ପାକିସ୍ତାନ ଉପରେ ରାଗି ଗଲେ ପୂର୍ବତନ ଖେଳାଳି -
ନେପାଳ ଯାଇଥିଲେ ବୁଲିବା ପାଇଁ ଭୟଙ୍କର ଦୁର୍ଘଟଣା ଗଲା ୭ ଭାରତୀୟଙ୍କ ଜୀବନ -
୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍, ରାତି ୯ଟା ଭିତରେ ନବୀନ ନିବାସକୁ ରିପୋର୍ଟ ନିର୍ଦ୍ଦେଶ -
୧ ଏପ୍ରିଲରୁ ଆୟକର ନିୟମରେ ହେବ ବଡ଼ ପରିବର୍ତ୍ତନ, ଆୟକର ବିଭାଗ ଆପଣଙ୍କର ସୋସିଆଲ ମିଡିଆ..... -
ଜାତୀୟ ରାଜପଥରେ ଯାତ୍ରା କରିବା ହେଲେ ମହଙ୍ଗା, ବାର୍ଷିକ FASTag ଟୋଲ୍ ପାସ୍ ଫି ହୋଲା ବୃଦ୍ଧି କଲେ ସରକାର -
ରାଜ୍ୟସଭା ନିର୍ବାଚନ ପାଇଁ ଏଜେଣ୍ଟ ଘୋଷଣା କଲେ ୩ ଦଳ , ଜାଣନ୍ତୁ କାହାର କିଏ ? -
ହର୍ମୁଜ ପ୍ରଣାଳୀ ଅତିକ୍ରମ କଲା ୨ ଏଲପିଜି ଗଚ୍ଛିତ ଭାରତୀୟ ଜାହାଜ












Click it and Unblock the Notifications