ଆଜିଠୁ ବିଧାନସଭା ବଜେଟ୍ ଅଧିବେଶନ
Odisha Assembly Budget: ଆଜିଠୁ ବିଧାନସଭା ବଜେଟ୍ ଅଧିବେଶନ । ଦିନ ୧୧ଟାରେ ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହ କାର୍ଯ୍ୟ ଆରମ୍ଭ ହେବ । ୨ ପର୍ଯ୍ୟାୟ ଅଧିବେଶନରେ ମୋଟ୍ ୨୮ଟି କାର୍ଯ୍ୟ ଦିବସ ରହିଛି । ସେହିପରି ଆସନ୍ତା ୧୭ ତାରିଖରେ ରାଜ୍ୟରେ ବଜେଟ୍ ଉପସ୍ଥାପନ ହେବ ଏବଂ ୨୯ ତାରିଖରେ ଆଗତ ହେବ ବ୍ୟୟ ମଞ୍ଜୁରୀ ବିଲ୍ ।

ସୂଚନାଯୋଗ୍ୟ, ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ। ଫେବ୍ରୁଆରି ୧୩ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ହେବ। ଫେବ୍ରୁଆରି ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ।
ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦ୍ବିତୀୟ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ। ୧୩ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ସହ ଅଧିବେଶନ ଆରମ୍ଭ ହେବ। ୧୪ ଓ ୧୫ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆସିଥିବା ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ।
ମାର୍ଚ୍ଚ ୭ ତାରିଖରେ ବିଭିନ୍ନ ବିଭାଗୀୟ ଷ୍ଟାଣ୍ଡିଂ କମିଟିର ରିପୋର୍ଟ ଉପସ୍ଥାପନ ହେବ। ମାର୍ଚ୍ଚ ୧୦ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ବଜେଟ୍ ଉପରେ ଆଲୋଚନା ହେବ। ମାର୍ଚ୍ଚ ୩୦ ତାରିଖ ରବିବାର ଓ ୩୧ ତାରିଖ ଇଦୁଲ୍ଫିତର୍ ପଡୁଥିବାରୁ ୨୯ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେବ।












Click it and Unblock the Notifications